ଆସସ୍‌ର ନୂତନ ପେଗାସସ୍‌ ଷ୍ଟୋର୍‌

ଭୁବନେଶ୍ୱର,୯।୯ (ଅଭୟ ଦାଶ): ଆସସ୍‌ ଇଣ୍ଡିଆର ବହୁପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂତନ ପେଗାସସ୍‌ ଷ୍ଟୋର୍‌ ଭୁବନେଶ୍ୱରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ୪୦୦ ବର୍ଗଫୁଟ ପରିବ୍ୟାପ୍ତ ଅଞ୍ଚଳରେ ବ୍ରାଣ୍ଡ୍‌ର ସମସ୍ତ ଉତ୍ପାଦ ଯଥା ଭିଭୋବୁକ୍ସ, ଜେନ୍‌ବୁକ୍ସ, ରିପବ୍ଲିକ ଅଫ୍‌ ଗେମର୍ସ (ଆର୍‌ଓଜି) ଲାପ୍‌ଟପ୍‌, ଗେମିଙ୍ଗ୍‌ ଡେସ୍କଟପ୍‌, ଅଲ୍‌-ଇନ୍‌-ୱାନ୍‌ ଡେସ୍କଟପ୍‌ ସମେତ ଆସେସରି ଉପଲବ୍ଧ।
ସେହିଭଳି ଆସସ୍‌ ଫ୍ଲାଗ୍‌ଶିପ ପ୍ରଡକ୍ଟ ସମେତ ଏଠାରେ ଏକ ବିସ୍ତୃତ ଶୃଙ୍ଖଳାର ଇଲେକ୍‌ଟ୍ରୋନିକ୍ସ ଓ କମ୍ପ୍ୟୁଟର ହାର୍ଡୱୟାର ଉପଲବ୍ଧ କରାଇବା ପାଇଁ ଯୋଜନା ପ୍ରସ୍ତୁତ ରହିଛି। ଏପରିକି ଭୁବନେଶ୍ୱରରେ ଏହା ବ୍ରାଣ୍ଡ୍‌ର ପ୍ରଥମ ପେଗାସସ୍‌ ଷ୍ଟୋର୍‌ ହୋଇଥିଲାବେଳେ ଆଶାୟୀ ଗ୍ରାହକ ଓ ବଜାର ଚାହିଦାକୁ ଏହା ପୂରଣ କରିବ ବୋଲି ବ୍ରାଣ୍ଡ୍‌ ପକ୍ଷରୁ ବିସ୍ତୃତ ଭାବେ ଆଲୋକପାତ କରାଯାଇଛି।
ଏ ସମ୍ପର୍କରେ ଆସସ୍‌ ଇଣ୍ଡିଆର ନ୍ୟାଶନାଲ ସେଲ୍‌ସ ମ୍ୟାନେଜର (ପିସି ଆଣ୍ଡ୍‌ ଗେମିଂ ବିଜ୍‌ନେସ୍‌) ଜିଗ୍ନେଶ ଭାବ୍‌ସର କହିଛନ୍ତି, ଭାରତରେ ଆମେ ଆମର ସମ୍ପ୍ରସାରଣ ସହିତ ନୂତନ ଷ୍ଟୋର୍‌ର ଶୁଭାରମ୍ଭ କରି ବେଶ ଉତ୍ସାହିତ ଅଛୁ। ଏପରିକି ଭୁବନେଶ୍ୱର ସହର ଆମ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବଜାର ହୋଇଥିଲାବେଳେ ଏଠାରେ ଆମର ନୂଆ ପେଗାସସ୍‌ ଷ୍ଟୋର୍‌ର ଶୁଭାରମ୍ଭ ଏକ ବୃହତ୍‌ ଉପଭୋକ୍ତା ଆଧାରରେ ପହଞ୍ଚତ୍ବା ଦିଗରେ ଆଉ ଏକ ପଦକ୍ଷେପ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri