Posted inଜାତୀୟ

ପଞ୍ଜାବ ନିର୍ବାଚନ: ୯୪ ବର୍ଷରେ ନିର୍ବାଚନ ଲଢୁଥିବା ସବୁଠାରୁ ବୟସ୍କ ବ୍ୟକ୍ତି ପ୍ରକାଶ ସିଂ ବାଦଲ

ନୂଆଦିଲ୍ଲୀ,୩୧ ।୧: ପଞ୍ଜାବର ଶାସନ ଭାର ପାଞ୍ଚ ପାଞ୍ଚ ଥର ତୁଲାଇଥିବା ଅର୍ଥାତ୍ ୫ ଥର ମୁଖ୍ୟମନ୍ତ୍ରୀ ଓ ଶିରୋମଣି ଅକାଳି ଦଳର ବରିଷ୍ଠ ନେତା ପ୍ରକାଶ ସିଂ ବାଦଲ ଦେଶର ସବୁଠାରୁ ବୟସ୍କ ପ୍ରାର୍ଥୀ ତାଲିକାରେ ନିଜର ନାମ ଲେଖାଇଛନ୍ତି । ପଞ୍ଜାବରେ ହେବାକୁ ଥିବା ଅଗାମୀ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବାକୁ ସେ ସୋମବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ଏବେ ତାଙ୍କୁ ୯୪ ବର୍ଷ ବୟସ ହୋଇଥିବା ବେଳେ ସେ ତାଙ୍କ ହୋମ ଟର୍ଫ ଲାମ୍ବିରୁ ପ୍ରତିଦ୍ୱନ୍ଦିତା କରିବେ ।
ବୟସକୁ ସେ ଏକ ସଂଖ୍ୟା ବୋଲି ଧରି ନେଇଥିବା କୁହାଯାଉଛି । ଏହା ପୂର୍ବରୁ କେରଳ ମୁଖ୍ୟମନ୍ତ୍ରୀ ଭିଏସ୍ ଅଚ୍ୟୁତାନନ୍ଦନ ୨୦୧୬ରେ ୯୨ ବର୍ଷ ବୟସରେ ନିର୍ବାଚନ ଲଢିଥିଲେ ।
ବାଦଲ ପ୍ରଥମେ ତାଙ୍କ ରାଜନୈତିକ ଜୀବନ ଜଣେ ସରପଞ୍ଚ ଭାବେ ଆରମ୍ଭ କରିଥିଲେ । ସେତେବେଳେ ସେ ୧୯୪୭ ମସିହାରେ ଜଣେ କନିଷ୍ଠ ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ । ସେହିପରି ୧୯୭୦ରେ ସେ ସବୁଠାରୁ କନିଷ୍ଠ ମୁଖ୍ୟମନ୍ତ୍ରୀ ଅର୍ଥାତ୍ ୪୩ ବର୍ଷ ବୟସରେ ମୁଖ୍ୟମନ୍ତ୍ରୀ ଆସନ ପାଇଥିଲେ । ଏହାସହ ୨୦୧୨ରେ ସେ ଥିଲେ ସବୁଠାରୁ ବୟସ୍କ ମୁଖ୍ୟମନ୍ତ୍ରୀ । ପଞ୍ଜାବରେ ସେ ୫ ଥର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନିର୍ବାହ କରିଛନ୍ତି । ୧୯୯୫-୨୦୦୮ ମଧ୍ୟରେ ସେ ଶିରୋମଣି ଅକାଳି ଦଳର ପ୍ରେସିଡେଣ୍ଟ ଥିବା ବେଳେ ଲୋକ ସଭାର ମେମ୍ବର ବି ଥିଲେ । ସୂଚନାଯୋଗ୍ୟ, ପଞ୍ଜାବ ବିଧାନସଭା ଲାଗି ଫେବୃୟାରୀ ୨୦ରେ ମତଦାନ କରାଯିବା ସହ ଫଳଫଳ ମାର୍ଚ୍ଚ ୧୦ରେ ଆସିବ ।


Enter your email to get our daily news in your inbox.

All Right Reserved By Dharitri.Com

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri