ଦେଶୀ ବନ୍ଧୁକ କାରଖାନା ଠାବ, ଜଣେ ଗିରଫ ୩ ବନ୍ଧୁକ ଜବତ

ଜଗନ୍ନାଥପ୍ରସାଦ,୧୩ା୩(ଡି.ଏନ୍‌.ଏ.)-ଜଗନ୍ନାଥପ୍ରସାଦ ପୋଲିସ ରବିବାର ଏକ ଦେଶୀ ବନ୍ଧୁକ କାରଖାନା ଠାବ କରିଛି। କାରଖାନାରେ ବେଆଇନ ସାମଗ୍ରୀ ରଖିବା ଅଭିଯୋଗରେ ମୋହନ ମଳିକଙ୍କୁ ସୋମବାର କୋର୍ଟଚାଲାଣ କରାଯାଇଛି। ଗତ ୨୬ ତାରିଖ ରାତ୍ର ପାଟ୍ରୋଲିଂ ବେଳେ ସ୍ଥାନୀୟ ପୋଲିସ ଖଇରପଟି ଗ୍ରାମର ସୁଶାନ୍ତ ନାଇକଙ୍କୁ ଧରିଥିଲା। ତାଙ୍କ ନିକଟରୁ ଗୋଟିଏ ହାତତିଆରି ବନ୍ଧୁକ ଜବତ କରିଥିଲା। ପଚରାଉଚରା ପରେ ଏହାକୁ ସେ କିଣିଥିବା କହିଥିଲେ। ଏଥିସହ ବନ୍ଧୁକ ବିକୁଥିବା ଲୋକର ଠିକଣା ମଧ୍ୟ ପୋଲିସ ଆଗରେ ପ୍ରକାଶ କରିଥିଲେ। ପୋଲିସ ୧୨ ତାରିଖ ରାତିରେ ଓଡ଼ଗାଁ ଥାନା ଗୁଉମି ଗ୍ରାମପଞ୍ଚାୟତ ଅଧୀନ ଡିମିରିପଲ୍ଲୀ ଗ୍ରାମର ମୋହନ ମଳିକଙ୍କ ଘରେ ଚଢ଼ାଉ କରି ସେଠାରେ ଚାଲିଥିବା ହାତତିଆରି ବନ୍ଧୁକ କାରଖାନା ଠାବ କରିଥିଲା। ସେଠାରୁ ୩ଟି ବନ୍ଧୁକ ଜବତ କରିଥିଲା। ପଚରାଉଚରା ବେଳେ ମୋହନ ଏଠାରେ ୩୦ ବର୍ଷ ଧରି ବନ୍ଧୁକ ତିଆରି କରୁଥିବା କହିଥିଲେ। ଏହା ନୟାଗଡ଼, ଦଶପଲ୍ଲା, ଗଞ୍ଜାମ, କନ୍ଧମାଳ ଅଞ୍ଚଳରେ ବିକ୍ରି ହେଉଥିବା ବେଳେ ଲୋକମାନେ ଏହାକୁ ବନ୍ୟଜନ୍ତୁ ଶିକାର ପାଇଁ ବ୍ୟବହାର କରୁଥିବା କହିଥିଲେ। ସେଠାରୁ ପୋଲିସ ବନ୍ଧୁକ ନିର୍ମାଣରେ ବ୍ୟବହୃତ ସାମଗ୍ରୀ ଜବତ କରି ଥାନାକୁ ଆଣିଥିଲା। ଏ ନେଇ ପୋଲିସ ନଂ.୧୨୬/୨୩ରେ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri