ଦେଶୀ ବନ୍ଧୁକ କାରଖାନା ଠାବ, ଜଣେ ଗିରଫ ୩ ବନ୍ଧୁକ ଜବତ

ଜଗନ୍ନାଥପ୍ରସାଦ,୧୩ା୩(ଡି.ଏନ୍‌.ଏ.)-ଜଗନ୍ନାଥପ୍ରସାଦ ପୋଲିସ ରବିବାର ଏକ ଦେଶୀ ବନ୍ଧୁକ କାରଖାନା ଠାବ କରିଛି। କାରଖାନାରେ ବେଆଇନ ସାମଗ୍ରୀ ରଖିବା ଅଭିଯୋଗରେ ମୋହନ ମଳିକଙ୍କୁ ସୋମବାର କୋର୍ଟଚାଲାଣ କରାଯାଇଛି। ଗତ ୨୬ ତାରିଖ ରାତ୍ର ପାଟ୍ରୋଲିଂ ବେଳେ ସ୍ଥାନୀୟ ପୋଲିସ ଖଇରପଟି ଗ୍ରାମର ସୁଶାନ୍ତ ନାଇକଙ୍କୁ ଧରିଥିଲା। ତାଙ୍କ ନିକଟରୁ ଗୋଟିଏ ହାତତିଆରି ବନ୍ଧୁକ ଜବତ କରିଥିଲା। ପଚରାଉଚରା ପରେ ଏହାକୁ ସେ କିଣିଥିବା କହିଥିଲେ। ଏଥିସହ ବନ୍ଧୁକ ବିକୁଥିବା ଲୋକର ଠିକଣା ମଧ୍ୟ ପୋଲିସ ଆଗରେ ପ୍ରକାଶ କରିଥିଲେ। ପୋଲିସ ୧୨ ତାରିଖ ରାତିରେ ଓଡ଼ଗାଁ ଥାନା ଗୁଉମି ଗ୍ରାମପଞ୍ଚାୟତ ଅଧୀନ ଡିମିରିପଲ୍ଲୀ ଗ୍ରାମର ମୋହନ ମଳିକଙ୍କ ଘରେ ଚଢ଼ାଉ କରି ସେଠାରେ ଚାଲିଥିବା ହାତତିଆରି ବନ୍ଧୁକ କାରଖାନା ଠାବ କରିଥିଲା। ସେଠାରୁ ୩ଟି ବନ୍ଧୁକ ଜବତ କରିଥିଲା। ପଚରାଉଚରା ବେଳେ ମୋହନ ଏଠାରେ ୩୦ ବର୍ଷ ଧରି ବନ୍ଧୁକ ତିଆରି କରୁଥିବା କହିଥିଲେ। ଏହା ନୟାଗଡ଼, ଦଶପଲ୍ଲା, ଗଞ୍ଜାମ, କନ୍ଧମାଳ ଅଞ୍ଚଳରେ ବିକ୍ରି ହେଉଥିବା ବେଳେ ଲୋକମାନେ ଏହାକୁ ବନ୍ୟଜନ୍ତୁ ଶିକାର ପାଇଁ ବ୍ୟବହାର କରୁଥିବା କହିଥିଲେ। ସେଠାରୁ ପୋଲିସ ବନ୍ଧୁକ ନିର୍ମାଣରେ ବ୍ୟବହୃତ ସାମଗ୍ରୀ ଜବତ କରି ଥାନାକୁ ଆଣିଥିଲା। ଏ ନେଇ ପୋଲିସ ନଂ.୧୨୬/୨୩ରେ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri