କାଲିମେଳାରେ ଡିଜେଲ ୧୦୦ ଟଙ୍କା ଟପିଲା

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୬: ଦିନକର ବିରତି ପରେ ପୁଣି ଥରେ ତୈଳ ଦର ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍‌ (ଆଇଓସିଏଲ୍‌)ର ସୂଚନା ଅନୁସାରେ ସୋମବାର ଭୁବନେଶ୍ୱରରେ ପେଟ୍ରୋଲ ଉପରେ ୨୯ ପଇସା ବଢ଼ିଥିବା ବେଳେ ଡିଜେଲ ୩୨ପଇସା ବୃଦ୍ଧି ଘଟିଛି। ଫଳରେ ଏଠାରେ ପେଟ୍ରୋଲ ଲିଟର ପିଛା ୯୭.୧୬ ଟଙ୍କା ଏବଂ ଡିଜେଲ ୯୫.୧୧ ଟଙ୍କାରେ ବିକ୍ରି ହେଉଛି। ସେହିଭଳି କଟକ ସହରରେ ପେଟ୍ରୋଲ ଲିଟର ପିଛା ୯୭.୪୯ ଟଙ୍କା ଏବଂ ଡିଜେଲ ୯୫.୪୨ ଟଙ୍କାରେ ଖାଉଟି କ୍ରୟ କରୁଥିବା ଜଣାପଡିଛି।
ଅନ୍ୟପକ୍ଷରେ ଓଡ଼ିଶାର ନବରଙ୍ଗପୁର, ମାଲକାନଗିରି, ସମ୍ବଲପୁର ଓ କୋରାପୁଟ ଜିଲ୍ଲାର ବିଭିନ୍ନ ବ୍ଲକରେ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ଉପରେ ଥିବାବେଳେ ଡିଜେଲ ଦର ମଧ୍ୟ ୧୦୦ଟଙ୍କା ନିକଟବର୍ତ୍ତିରେ ବିକ୍ରି କରାଯାଉଛି। ହେଲେ ମାଲକାନଗିରି ଜିଲ୍ଲାର କାଲିମେଳାରେ ପ୍ରଥମ ଥର ପାଇଁ ଡିଜେଲ ଲିଟର ପିଛା ୧୦୦.୯୧ ଟଙ୍କା ଟପି ଯାଇଥିବା ସ୍ଥାନୀୟ ପେଟ୍ରୋଲିୟମ ଡିଲର ସୂଚନା ଦେଇଛନ୍ତି। ଗତ ଏପ୍ରିଲ ୧୫ରେ ଉଭୟ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ସାମାନ୍ୟ ହ୍ରାସ ହୋଇଥିଲା। ଏହା ପର ଠାରୁ ଅଦ୍ୟାବଧି ମୂଲ୍ୟ ବୃଦ୍ଧି ପାଇ ଚାଲିଛି। ଗତ ୨ ମାସ ମଧ୍ୟରେ ପେଟ୍ରୋଲ ଲିଟର ପିଛା ୬.୦୪ ଟଙ୍କା ଏବଂ ଡିଜେଲ ୭.୧୩ ଟଙ୍କା ବୃଦ୍ଧି ଘଟିଥିବା ଉତ୍କଳ ପେଟ୍ରୋଲିୟମ ଡିଲର ଆସୋସିଏଶନ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ନୂଆଦିଲ୍ଲୀରେ ପେଟ୍ରୋଲ ଉପରେ ୨୯ ପଇସା ଏବଂ ଡିଜେଲ ୩୦ ପଇସା ବଢ଼ିଛି। ଫଳରେ ସେଠାରେ ପେଟ୍ରୋଲ ଲିଟର ପିଛା ୯୬.୪୧ ଟଙ୍କା ଏବଂ ଡିଜେଲ ୮୭.୨୮ ଟଙ୍କାରେ ପହଞ୍ଚତ୍ଛି। ମେ ୪ ପରଠାରୁ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୬.୦୧ ଟଙ୍କା ଏବଂ ଡିଜେଲରେ ୬.୫୫ ଟଙ୍କା ବୃଦ୍ଧି ଘଟିଲାଣି। ଦେଶର ଅନ୍ୟ ପ୍ରମୁଖ ମେଟ୍ରୋ ସହର ଚେନ୍ନାଇ, କୋଲକାତା ଏବଂ ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ଯଥାକ୍ରମେ ୯୭.୬୯ ଟଙ୍କା, ୯୬.୩୪ ଟଙ୍କା ଏବଂ ୧୦୨.୫୮ ଟଙ୍କାରେ ପହଞ୍ଚତ୍ଛି। ଅପରପକ୍ଷରେ ଏହିସବୁ ମେଟ୍ରୋ ସହରରେ ଡିଜେଲ ଦର ୯୧.୯୨ ଟଙ୍କା, ୯୦.୧୨ ଟଙ୍କା ଏବଂ ୯୪.୭୦ ଟଙ୍କା ଛୁଇଁଥିବା ଜଣାପଡିଛି।
ଓଡିଶା ସମେତ ଆନ୍ଧ୍ରପ୍ରଦେଶ,ତେଲଙ୍ଗାନା, ମହାରାଷ୍ଟ୍ର, ରାଜସ୍ଥାନ ଓ ମଧ୍ୟପ୍ରଦେଶ ଏବଂ ଲଦାଖ ଭଳି କେନ୍ଦ୍ର ଶାସିତ ଅଞ୍ଚଳରେ ତେଲ ଦର ରେର୍କଡ ସ୍ତରରେ ପହଞ୍ଚତ୍ଛି। ମହାମାରୀ ସମୟରେ ରାଜସ୍ଥାନର ଗଙ୍ଗାନଗର ଅଞ୍ଚଳରେ ପେଟ୍ରୋଲ ୧୦୭ ଟଙ୍କା ଉପରେ ବିକ୍ରି ହେଉଥିବା ବେଳେ ଡିଜେଲ ମଧ୍ୟ ୧୦୦ ଟଙ୍କା ଟପି ଯାଇଥିବା ସୂଚନା ମିଳିଛି।
କରୋନା ମହାମାରୀ ଭଳି ମାନ୍ଧାବସ୍ଥା ସମୟରେ କ୍ରମାଗତ ତୈଳ ଦର ବୃଦ୍ଧି ଖାଉଟିଙ୍କ ଉପରେ ବେଶ ପ୍ରଭାବ ପକାଇଛି। ଏଭଳି ସମୟରେ ତେଲ ଉପରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଲାଗୁ କରାଯାଉଥିବା ବର୍ଦ୍ଧିତ ଟିକସ ହ୍ରାସ ନପାଇବା ଯୋଗୁ ଏହାର ପ୍ରଭାବ ତୈଳ ବଜାର ଉପରେ ପଡୁଛି। ଗୋଟିଏ ପଟରେ ତୈଳ ଦର ବୃଦ୍ଧି ଅପରପକ୍ଷରେ ଅତ୍ୟାବଶ୍ୟକ ସାମଗ୍ରୀର ଦର ଉଚ୍ଚ ରହିବା ଯୋଗୁ ସବୁବର୍ଗର ଲୋକ ଅତିରିକ୍ତ ଖର୍ଚ୍ଚନ୍ତା ହେଉଛନ୍ତି ବୋଲି ବଜାର ବିଶେଷଜ୍ଞମାନେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri