ସାମରିକ ଏୟାରଫିଲ୍ଡ ନିକଟରେ ବିସ୍ଫୋରଣ: ୧୦ ମୃତ

କାବୁଲ,୧।୧:ଆଫଗାନିସ୍ତାନ ରାଜଧାନୀ କାବୁଲସ୍ଥିତ ସାମରିକ ଏୟାରଫିଲ୍ଡ ନିକଟରେ ରବିବାର ବଡ଼ ଧରଣର ବିସ୍ଫୋରଣ ହୋଇଛି। ଏଥିରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଆହତ ହୋଇଥିବା କୁହାଯାଉଛି। ବିସ୍ଫୋରଣ ଘଟିବାର କାରଣ ଜଣାପଡ଼ି ନ ଥିବା ଗୃହ ବିଭାଗ ପକ୍ଷରୁ କୁହାଯାଇଛି। କାବୁଲ ଅନ୍ତର୍ଜାତୀୟ ବିମାନବନ୍ଦର ପାଖରେ ସାମରିକ ଏୟାରଫିଲ୍ଡ ରହିଛି। ୨୦୨୧ରେ ତାଲିବାନ ଦେଶର ଶାସନ କ୍ଷମତା ଅକ୍ତିଆର କରିବା ପରେ ସୁରକ୍ଷା ବ୍ୟବସ୍ଥାରେ ଉନ୍ନତି ଆଣିବାର ପ୍ରତିଶ୍ରୁତି ଦେଇଥିଲା। ଦେଢ଼ବର୍ଷ ମଧ୍ୟରେ ଅନେକ ବିସ୍ଫୋରଣ ଓ ଆକ୍ରମଣ ଘଟିଲାଣି। ଅଧିକାଂଶ ଆକ୍ରମଣ ଇସ୍‌ଲାମିକ୍‌ ଷ୍ଟେଟ୍‌ ଗ୍ରୁପ୍‌ର ସ୍ଥାନୀୟ ସଂଗଠନ ଘଟାଉଥିବା ଦାବି କରିଆସୁଛି। ଗତ ମାସରେ ବନ୍ଧୁକଧାରୀମାନେ କାବୁଲର ଏକ ହୋଟେଲରେ ପ୍ରବେଶ କରି ଗୁଳି ଚଳାଇବାରୁ ୫ ଚାଇନା ବ୍ୟବସାୟୀ ଆହତ ହୋଇଥିଲେ। ତାଲିବାନ କ୍ଷମତାକୁ ଫେରିବା ପରେ ଆକ୍ରମଣରେ ଆଫଗାନ୍‌ ସଂଖ୍ୟାଲଘୁଙ୍କ ସମେତ ଶତାଧିକ ଲୋକ ନିହତ ହେଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ…

୧୮ ବର୍ଷରେ ପଦାର୍ପଣ କଲା IPL: ଯେଉଁ ମଇଦାନରେ ଖେଳାଯାଇଥିଲା ପ୍ରଥମ ମ୍ୟାଚ, ଆଜି ସେଠି ଲେଖାଯିବ ଇତିହାସ

ନୂଆଦିଲ୍ଲୀ,୧୮।୪: ଇଣ୍ଡିଆନ ପ୍ରିମିୟର ଲିଗ ଆଜି ୧୮ ବର୍ଷ ପୂରଣ କରୁଛି। ଏହି ଲିଗ ଏପ୍ରିଲ ୧୮, ୨୦୦୮ରେ ଆରମ୍ଭ ହୋଇଥିଲା। ଲିଗ୍‌ର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର…

ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା,…

ଅତିରିକ୍ତ ଜିଲାପାଳ ତଦାରଖ କଲେ ଜନଗଣନା କାର୍ଯ୍ୟ: ଘର ଘର ବୁଲି କଲେ…

ଗଞ୍ଜାମ,୧୮।୪(ବିଦ୍ୟାଧର ସାହୁ ): ଜନଗଣନା ଚାଲିଥିବାବେଳେ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳରେ ମଧ୍ୟ ଏହା ଜାରି ରହିଛି l ଏଥିରେ ସ୍କୁଲ ଶିକ୍ଷୟିତ୍ରୀ/ଶିକ୍ଷକମାନେ ନିୟୋଜିତ ଅଛନ୍ତି। ଠିକ ଭାବେ…

ବନ୍ଦ ହୋଇଯିବ ହର୍ମୁଜ ପ୍ରଣାଳୀ? ଫେରିଗଲା ୨୧ ଜାହାଜ, ଇରାନ ଦେଲା ବଡ଼ ଓ୍ବାର୍ଣ୍ଣିଂ

ତେହରାନ,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମୟସୀମା ନିକଟତର ହେବା ସହିତ, ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ…

କାମ କରୁଥିବା ବେଳେ ପଡ଼ିଲେ ତଳେ: ଅଂଶୁଘାତରେ  ମୃତ୍ୟୁ ସନ୍ଦେହ

ସମ୍ବଲପୁର,୧୮।୪(ପ୍ରମୋଦ ବହିଦାର): ସମ୍ବଲପୁର ସହର ସମେତ ସମଗ୍ର ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଶନିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଅଂଶୁଘାତ ସନ୍ଦେହ କରାଯାଉଛି।…

ବନ୍ତରୁ ଉଦ୍ଧାର ହେଲା ଅତି ବିରଳ ସାପ: ଚିକିତ୍ସା ପାଇଁ ଯିବ ନନ୍ଦନକାନନ

ବନ୍ତ,୧୮।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ହରିଜନ ସାହିରୁ ଏକ ଅତି ବିରଳ ରଙ୍ଗର ସାପକୁ ଶୁକ୍ରବାର ଅପରାହ୍ନରେ ଉଦ୍ଧାର କରାଯାଇଛି। ହଳଦିଆ…

ଇରାନ ସହ କଥା ହେବା ମଧ୍ୟରେ ପୁଣି ଧମକ ଦେଲେ ଟ୍ରମ୍ପ, କହିଲେ ବୁଧବାର ସୁଦ୍ଧା ଡିଲ ନ ହେଲେ…

ଓ୍ବାଶିଂଟନ,୧୮।୪: ଇରାନ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଙ୍କେତ ଦେଇଛନ୍ତି ଯେ ବର୍ତ୍ତମାନର ଯୁଦ୍ଧବିରତି ଅଧିକ ଦିନ ପର୍ଯ୍ୟନ୍ତ ରହିପାରିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri