Posted inଜାତୀୟ

ଜାମ୍ମୁ କଶ୍ମୀର ଡୋଡା ଜିଲାରେ ଘାଟୀରୁ ଚେନାଵ ନଦୀକୁ ଖସିଲା ବସ୍, ୩୦ ମୃତ

ନୂଆଦିଲ୍ଲୀ,୧୫।୧୧: ଜାମ୍ମୁ କଶ୍ମୀର ଅନ୍ତର୍ଗତ ଡୋଡାର ଆସାର ଅଞ୍ଚଳରେ ଏକ ବସ୍ ଦୁର୍ଘଟଣାରେ ଅତି କମରେ ୩୦ ଜଣଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି। ଆହତମାନଙ୍କୁ ଜିଲ୍ଲା ଡାକ୍ତରଖାନା କିଷ୍ଟୱର ଏବଂ ଜିଏମସି ଡୋଡାକୁ ସ୍ଥାନାନ୍ତର କରାଯାଇଛି। ଏହି ଦୁଃଖଦ ଘଟଣା ପରେ ପ୍ରଶାସନ ଦ୍ୱାରା ଲୋକଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ଧାର କାର୍ଯ୍ୟ ଚାଲିଛି।

ସୂଚନାନୁସାରେ, କୁହାଯାଉଛି ଯେ ବସ୍‌ରେ ୫୫ ଜଣ ଯାତ୍ରୀ ଥିଲେ ଯେଉଁମାନେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ ଏବଂ ଏହି ବସ୍ ଜାମ୍ମୁରୁ କିଷ୍ଟୱର ଅଭିମୁଖେ ଯାଉଥିଲା। ତେବେ ବସ୍ ରାସ୍ତାରେ ଏକ ଭୟଙ୍କର ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଆହତ ଯାତ୍ରୀମାନଙ୍କୁ ପ୍ରଶାସନ ଦ୍ୱାରା ଦୋଡା ଜିଲ୍ଲାର ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଏହି ବସ୍ ଦୁର୍ଘଟଣାରେ କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ ଦୁଃଖ ପ୍ରକାଶ କରିଛନ୍ତି। ସେ ଟୁଇଟରରେ ଲେଖିଛନ୍ତି ଯେ ‘ଆସାର ଅଞ୍ଚଳରେ ବସ୍ ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ସେ ଡୋଡା ଡିସି ହରବିନ୍ଦର ସିଂଙ୍କ ସହ କଥା ହୋଇଥିଲେ। ଆବଶ୍ୟକତା ଅନୁଯାୟୀ ଆହତମାନଙ୍କୁ ଜିଲ୍ଲା ଡାକ୍ତରଖାନା କିଷ୍ଟୱର ଏବଂ ଜିଏମସି ଡୋଡାକୁ ସ୍ଥାନାନ୍ତର କରାଯାଇଛି। ଅଧିକ ଆହତଙ୍କୁ ସ୍ଥାନାନ୍ତର କରିବା ପାଇଁ ହେଲିକପ୍ଟର ସେବା ବ୍ୟବସ୍ଥା କରାଯିବ। ଆବଶ୍ୟକତା ଅନୁଯାୟୀ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରାଯାଉଛି। ମୁଁ ନିରନ୍ତର ଅଧିକାରୀଙ୍କ ସମ୍ପର୍କରେ ଅଛି।’

 


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri