ଇସ୍ରାଏଲ୍‌ ଆକ୍ରମଣରେ ଗଲାଣି ୧୭୬ ସାମ୍ବାଦିକଙ୍କ ଜୀବନ

ଗାଜା ସିଟି,୨୮ା୧୦:ଗାଜାର ଏକ ସରକାରୀ ଗଣମାଧ୍ୟମ କାର୍ଯ୍ୟାଳୟ ଉପରେ ଇସ୍ରାଏଲ୍‌ର ବୋମାମାଡ଼ ଯୋଗୁ ୫ ଜଣ ଖବରଦାତାଙ୍କ ମୃତ୍ୟୁ ଘଟିଛି। ଏମାନଙ୍କୁ ମିଶାଇ ଗତବର୍ଷ ଅକ୍ଟୋବର ୭ରେ ଯୁଦ୍ଧ ଆରମ୍ଭ ହେବା ଦିନଠାରୁ ଇତିମଧ୍ୟରେ ଇସ୍ରାଏଲ୍‌ ଆକ୍ରମଣରେ ୧୭୬ ଜଣ ସାମ୍ବାଦିକଙ୍କ ଜୀବନ ଗଲାଣି। ରବିବାର ଆକ୍ରମଣରେ ନିହତ ସାମ୍ବାଦିକମାନେ ହେଲେ ସଏଦ ରାଡ୍ବାନ, ହମ୍‌ଜା ଅବୁ ସାଲମିୟା, ହନିନ୍‌ ବାରୁଦ, ଅବଦୁଲ ରହମାନ ଏବଂ ନଦିଆ ଅଲ୍‌-ସୟେଦ। ସାମ୍ବାଦିକମାନଙ୍କ ଉପରେ ଇସ୍ରାଏଲ୍‌ର ଅଭୂତପୂର୍ବ ଅପରାଧ ସତ୍ତ୍ୱେ ତାହା ସେମାନଙ୍କୁ ଇସ୍ରାଏଲ୍‌ ସରକାରଙ୍କୁ ସମାଲୋଚନାରୁ ଅଟକାଇପାରି ନାହିଁ। ଏଭଳି ଅଭୂତପୂର୍ବ ଅପରାଧକୁ ଆମେ ଦୃଢ଼ ନିନ୍ଦା କରୁଛୁ ବୋଲି ପାଲେଷ୍ଟିନୀୟ ଖବରଦାତାମାନେ କହିଛନ୍ତି। କିଛିଦିନ ପୂର୍ବରୁ ଲେବାନନ୍‌ରେ ଏକ ଗେଷ୍ଟହାଉସ୍‌ରେ ଶୋଇଥିବା ୩ ସାମ୍ବାଦିକଙ୍କୁ ଇସ୍ରାଏଲୀ ସେନା ହତ୍ୟା କରିଥିଲା।
ଗାଜା ମେଡିକାଲ ସୂତ୍ର ଅନୁଯାୟୀ, ଯୁଦ୍ଧ ଆରମ୍ଭରୁ ଇତିମଧ୍ୟରେ ୧୭୬ ଖବରଦାତା ନିହତ ହେଲେଣି। ଆକ୍ରମଣରେ ୪୨ ହଜାରରୁ ଊର୍ଦ୍ଧ୍ୱ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିବା ସହ ୯୭,୭୨୦ ଜଣ ଆହତ ହୋଇଛନ୍ତି। ମୃତାହତଙ୍କ ମଧ୍ୟରୁ ଅଧିକାଂଶ ମହିଳା ଓ ଛୋଟ ପିଲା। ଇସ୍ରାଏଲ୍‌ ବୋମାମାଡ଼ରେ ଗାଜାର ଅନେକ ବିଲ୍ଡିଂ ମାଟିରେ ମିଶିଥିବାବେଳେ ଭଗ୍ନାବଶେଷ ତଳେ ଅନେକ ହଜାର ଲୋକ ରହିଯାଇଥିବା କୁହାଯାଉଛି। କମିଟି ଫର୍‌ ଦି ପ୍ରୋଟେକ୍ସନ ଅଫ୍‌ ଜର୍ନାଲିଷ୍ଟସ୍‌ ଅନୁଯାୟୀ ଗାଜା ଯୁଦ୍ଧରେ ୧୩୧ ସାମ୍ବାଦିକଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri