ବଲୋଚିସ୍ତାନରେ ପ୍ରବଳ ବର୍ଷା, ବନ୍ୟାରେ ୨୫ ଲୋଙ୍କ ମୃତ୍ୟୁ, କ୍ୱେଟାରେ ଜରୁରୀକାଳିନ ପରିସ୍ଥିତି ଘୋଷଣା

କରାଚି,୭ ।୭: ପାକିସ୍ତାନର ବଲୋଚିସ୍ତାନ ଅଞ୍ଚଳରେ ବୁଧବାର ହୋଇଥିବା ମୁସଳଧାରା ବର୍ଷା ପରେ ବନ୍ୟା ପରିସ୍ଥିତି ଉପୁଜିଛି । ଏଥିରେ ଗୋଟିଏ ପରିବାରର ୬ ମହିଳାଙ୍କ ସମେତ ଅତିକମରେ ୨୫ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ଏହାପରେ କ୍ୱେଟା ଜିଲାରେ ଜରୁରୀକାଳିନ ପରିସ୍ଥିତି ଘୋଷଣା କରାଯାଇଛି ।
ବିପର୍ଯ୍ୟୟ ପରିଚାଳନା ପ୍ରବନ୍ଧନ ପ୍ରାଧିକରଣର ମହାନିର୍ଦ୍ଦେଶକ ନସିର ଅହମ୍ମଦ ନସର କହିଛନ୍ତି, ସମସ୍ତ ମୃତ୍ୟୁ ବଲୋଚିସ୍ତାନ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁ ହୋଇଛି । ପ୍ରବଳ ବର୍ଷା ଫଳରେ ଅଧିକାଂଶ ଲୋକ ଆହତ ହୋଇଥିବା କୁହାଯାଉଛି । ବଲୋଚିସ୍ତାନରେ କେତେକ ଲୋକ ନିଖୋଜ ଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି କୁହାଯାଉଛି ।

କ୍ୱେଟା ଜିଲାରେ ୩୦୦ରୁ ଅଧିକ ମାଟିଘର କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି । ମାଟି ଘର ଭୁଷୁଡିବା ଫଳରେ ଅଧିକାଂଶ ଲୋକଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ଏହା ବ୍ୟତୀତ ହସ୍ପିଟାଲ ପହଞ୍ଚିବାରେ ଅସୁବିଧା ହେଉଥିବାରୁ ୨ ମହିଳାଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । କ୍ୱେଟା ବାହାରେ ଘର ଭୁଷୁଡିବା ଫଳରେ ୩ ମହିଳାଙ୍କ ସମେତ ୪ ଶିଶୁଙ୍କର ବି ମୃତ୍ୟୁ ହୋଇଛି । ବଲୋଚିସ୍ତାନ ସରକାର କ୍ୱେଟା ଜିଲାରେ ଜରୁରୀକାଳିନ ପରିସ୍ଥିତି ଘୋଷଣା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?