ସେଦିନ ଅଧରାତିରେ ଲେଖାଯାଇଥିଲା ନୂଆ ଭାରତର ପଟ୍ଟକଥା: ପ୍ରଧାନମନ୍ତ୍ରୀ ମୋଦିଙ୍କ କାର୍ଯ୍ୟାଳୟ ଥିଲା ଚଳଚଞ୍ଚଳ

୨୮ ସେପ୍ଟେମ୍ବର ୨୦୧୬। ଏହି ଦିନ ରାତିରେ ସମଗ୍ର ଦେଶ ଶୋଇଥିଲା, କିନ୍ତୁ ଚଳଚଞ୍ଚଳ ଥିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟାଳୟ। ପାକିସ୍ତାନ ସୀମାରେ ପ୍ରବେଶ କରି ଆତଙ୍କବାଦୀ ଶିବିରକୁ ଧ୍ୱଂସ କରି ଭାରତୀୟ ସୈନ୍ୟମାନେ ସୁରକ୍ଷିତ ଫେରି ଆସିଥିଲେ। ଏହ ପରଠାରୁ ଏହି ଐତିହାସିକ ଦିନଟି ଭାରତରେ ସର୍ଜିକାଲ ଷ୍ଟ୍ରାଇକ ଡେ’ ଭାବରେ ଜଣାଶୁଣା।
ସେପ୍ଟେମ୍ବର ୧୮, ୨୦୧୬ରେ ପାକିସ୍ତାନର ଆତଙ୍କବାଦୀମାନେ ଜମ୍ମୁ କଶ୍ମୀରର ଉରି ସେକ୍ଟରରେ ଥିବା ଭାରତୀୟ ସେନା ଶିବିର ଉପରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ୧୮ ସୈନିକ ଶହୀଦ ହୋଇଥିଲେ। ଏହା ସମଗ୍ର ଦେଶକୁ ଥରାଇ ଦେଇଥିଲା। ଆତଙ୍କବାଦୀଙ୍କୁ ଆଦୌ କ୍ଷମା ଦିଆଯିବ ନାହିଁ ଏବଂ ୧୮ ସୈନିକଙ୍କ ବଳିଦାନ ବୃଥା ହେବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଥିଲେ। ସେପ୍ଟେମ୍ବର ୨୮-୨୯ ମଧ୍ୟରାତ୍ରିରେ ଭାରତୀୟ ସେନାର ସ୍ବତନ୍ତ୍ର ବାହିନୀ ଲାଇନ ଅଫ କଣ୍ଟ୍ରୋଲ (ଏଲ୍‌ଓସି) ଅତିକ୍ରମ କରି କଶ୍ମୀରକୁ ଅକ୍ତିଆର କରିଥିବା ପାକିସ୍ତାନରେ ଆତଙ୍କବାଦୀ ଲଞ୍ଚ ପ୍ୟାଡ ଉପରେ ସର୍ଜିକାଲ ଷ୍ଟ୍ରାଇକ କରି ତାହାକୁ ଧ୍ୱଂସ କରିଥିଲା। ଏହି ଆକ୍ରମଣରେ ଭାରତୀୟ ସେନା ପାକିସ୍ତାନୀ ଆତଙ୍କବାଦୀଙ୍କ ୬ଟି ଲଞ୍ଚପ୍ୟାଡ ଧ୍ୱଂସ କରିଥିଲେ ଏବଂ ଏହି କାର୍ଯ୍ୟରେ ପ୍ରାୟ ୪୫ ଆତଙ୍କବାଦୀ ନିହତ ହୋଇଥିଲେ।

ଏହି ଆକ୍ରମଣର ଦୁଇ ବର୍ଷ ପରେ, ୨୦୧୮ରେ ଭାରତ ସରକାର ଏହି ଦିନକୁ ସର୍ଜିକାଲ ଷ୍ଟ୍ରାଇକ ଦିବସ ପାଳନ କରିବା ଆରମ୍ଭ କରିଥିଲେ। ଏହି ସର୍ଜିକାଲ ଷ୍ଟ୍ରାଇକକୁ ସର୍ବଶ୍ରେଷ୍ଠ ସାମରିକ ଅପରେଶନ ଭାବରେ ମଧ୍ୟ ସ୍ମରଣ କରାଯାଇଥାଏ। କାରଣ କୌଣସି ଭାରତୀୟ ସୈନିକ ଶତ୍ରୁ କ୍ୟାମ୍ପ୍‌କୁ ନଷ୍ଟ କରିବା ସମୟରେ ସାମାନ୍ୟତମ ଆଘାତ ମଧ୍ୟ ପାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri