ରାତିରେ ଫରେଷ୍ଟରଙ୍କୁ ଗଛରେ ବାନ୍ଧିଦେଇ…

ଦେବଗଡ଼,୧୬।୧୧(ଶଶାଙ୍କ ଶେଖର ଝାଙ୍କର) ହାତୀ ଉପଦ୍ରବକୁ ନେଇ ଉତ୍ତେଜନା। ଫରେଷ୍ଟରଙ୍କୁ ଗଛରେ ବାନ୍ଧିଲେ କ୍ଷତିଗ୍ରସ୍ତ ଚାଷୀ। ଏଭଳି ଘଟଣା ଘଟିଛି ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଭେଜିକୁଦର ଗାଁରେ। ଶୁକ୍ରବାର ବିଳମ୍ବିତ ରାତି ଏଭଳି ଘଟଣା ଦେଖାଦେଇଛି । ନୁଆଡିହି ଫରେଷ୍ଟର ଛବିଳ ବେହେରାଙ୍କୁ ଏକ ଗାମୁଛା ସାହାଯ୍ୟରେ ଗଛରେ ବାନ୍ଧି ଦେଇଥିଲେ ଉତ୍ତ୍ୟକ୍ତ ଲୋକ । ଗତ କିଛି ମାସ ହେଲା ଉକ୍ତ ଅଞ୍ଚଳରେ ହାତୀ ଉପଦ୍ରବ ଜାରି ରହିଛି । ଫଳରେ ଏକର ଏକର ଧାନ ଚାଷ ନଷ୍ଟ ହେଉଥିବା ବେଳେ ଚାଷୀ କ୍ଷୟକ୍ଷତିର ସମ୍ମୁଖୀନ ହେଉଛନ୍ତି । ଶୁକ୍ରବାର ରାତିରେ ୧୦ ଟିକିଆ ହାତୀପଲ ଥିବା ବେଳେ ଚାଷ ଜମିରେ ପଶି ମାଡିଦଳି ନଷ୍ଟ କରୁଥିଲେ । ମାତ୍ର ବନବିଭାଗ ହାତୀ ଘଉଡାଇବାରେ ବିଫଳ ହେବାରୁ ଲୋକଙ୍କ ଭିତରେ ଉତ୍ତେଜନା ଦେଖାଦେଇଥିଲା । ଘଟଣାସ୍ଥଳକୁ ଆସିଥିବା ଫରେଷ୍ଟରଙ୍କୁ ଗଛରେ ବାନ୍ଧି ଲୋକ ପ୍ରତିବାଦ କରିଥିଲେ । ସୂଚନା ପଇ ରିଆମାଳ ରେଞ୍ଜର ଏବଂ ଏସିଏଫ୍‌ ପହଞ୍ଚି ଲୋକଙ୍କୁ ବୁଝାସୁଝା ପରେ ଫରେଷ୍ଟରଙ୍କୁ ଉଦ୍ଧାର କରିଥିଲେ । ଏନେଇ ଥାନାରେ ଅଭିଯୋଗ ହୋଇ ନ ଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri