Posted inଜାତୀୟ

ନିତିନ ଗଡ଼କରୀଙ୍କୁ ଭେଟିଲେ ପ୍ରିୟଙ୍କା ଗାନ୍ଧୀ: ଆଲୋଚନାରେ ଉଠିଲା ‘ଭାଇ-ଭଉଣୀ’ କଥା

ନୂଆଦିଲ୍ଲୀ,୧୮ା୧୨: କେରଳର ବିକାଶମୂଳକ କାର୍ଯ୍ୟକୁ ନେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ଭେଟିଛନ୍ତି ୱାୟାନାଡ୍ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭାଦ୍ରା। ସଂସଦ ଭବନ ପରିସରରେ ଅନୁଷ୍ଠିତ ଏହି ବୈଠକରେ କେବଳ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଉପରେ ଚର୍ଚ୍ଚା ହୋଇନାହିଁ, ବରଂ ହସଖୁସି ଓ ସୁଆଦିଆ ଖାଦ୍ୟର ଆସର ମଧ୍ୟ ଦେଖିବାକୁ ମିଳିଛି।

ପ୍ରିୟଙ୍କା ଗାନ୍ଧୀ କେରଳ ଦେଇ ଯାଇଥିବା ୬ଟି ଗୁରୁତ୍ୱପୂର୍ଣ୍ଣ ସଡ଼କ ପ୍ରକଳ୍ପ ବିଷୟରେ ମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ଗଡ଼କରୀ କହିଥିଲେ ଯେ, ଏଥିମଧ୍ୟରୁ କିଛି ପ୍ରକଳ୍ପ ରାଜ୍ୟ ସରକାରଙ୍କ ଅଧୀନରେ ରହିଛି, ତଥାପି ଅନ୍ୟ ପ୍ରକଳ୍ପଗୁଡ଼ିକୁ କେନ୍ଦ୍ର ସରକାର ଅନୁଧ୍ୟାନ କରିବେ ବୋଲି ସେ ଆଶ୍ୱାସନା ଦେଇଛନ୍ତି।

ଆଲୋଚନା ସମୟରେ ଏକ ହାସ୍ୟରୋଳ ସୃଷ୍ଟି ହୋଇଥିଲା ଯେତେବେଳେ ଗଡ଼କରୀ କହିଥିଲେ ଯେ, ନିକଟରେ ରାହୁଲ ଗାନ୍ଧୀ ମଧ୍ୟ ତାଙ୍କ ନିର୍ବାଚନ ମଣ୍ଡଳୀ ରାୟବରେଲିର କାମ ପାଇଁ ଆସିଥିଲେ। ଗଡ଼କରୀ ମଜାରେ କହିଥିଲେ, “ଭାଇର କାମ କରିଦେଲି, ଯଦି ଭଉଣୀର କାମ କରିବିନି, ତେବେ ଆପଣ କହିବେ ଯେ ମୁଁ କଲି ନାହିଁ।” ଏହା ଶୁଣି ପ୍ରିୟଙ୍କା ଓ ସେଠାରେ ଉପସ୍ଥିତ ଥିବା କଂଗ୍ରେସ ନେତା ଦୀପେନ୍ଦ୍ର ସିଂହ ହୁଡ୍ଡା ହସିବାକୁ ଲାଗିଥିଲେ।

ରାଜନୈତିକ ଆଲୋଚନା ମଧ୍ୟରେ ଖାଦ୍ୟର ଚର୍ଚ୍ଚା ମଧ୍ୟ ହୋଇଥିଲା। ନିତିନ ଗଡ଼କରୀ ୟୁଟ୍ୟୁବ୍ ଭିଡିଓ ଦେଖି ନିଜେ ଏକ ସ୍ୱତନ୍ତ୍ର ଚାଉଳର ବ୍ୟଞ୍ଜନ ପ୍ରସ୍ତୁତ କରିଥିଲେ। ସେ ପ୍ରିୟଙ୍କାଙ୍କୁ ଏହି ଖାଦ୍ୟ ଚାଖିବା ପାଇଁ ଅନୁରୋଧ କରିଥିଲେ। ପ୍ରିୟଙ୍କା ଓ ଦୀପେନ୍ଦ୍ର ହୁଡ୍ଡା ଚଟଣି ସହିତ ସେହି ରାଇସ୍ ବଲ୍‌ର ଆନନ୍ଦ ନେଉଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri