୩୯ ବର୍ଷ ବୟସରେ ‘ସୁପର୍‌ ମ୍ୟାନ କ୍ୟାଚ୍‌’ ଧରିଲେ ଧୋନୀ

ଦୁବାଇ, ୨୬।୯: ଆଇପିଏଲ୍‌ର ୭ମ ମୁକାବିଲାରେ ଶୁକ୍ରବାର ଚେନ୍ନାଇ ସୁପର୍‌ କିଙ୍ଗ୍ସର ମୁକାବିଲା ଦିଲ୍ଲୀ କ୍ୟାପିଟାଲ୍ସ ସହ ହୋଇଥିଲା। ଏହି ମ୍ୟାଚ୍‌ରେ ଚେନ୍ନାଇ ୪୪ ରନରେ ଦିଲ୍ଲୀ ନିକଟରୁ ପରାସ୍ତ ହୋଇଥିଲା। ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏହି ମ୍ୟାଚ୍‌ରେ ବ୍ୟାଟିଂରେ କମାଲ କରିପାରି ନ ଥିଲେ ମଧ୍ୟ ଉଇକେଟ୍‌ ପଛରେ ନିଜର ପୁରୁଣା ଯାଦୁ ଦେଖାଇଥିଲେ। ଧୋନୀ ଏଭଳି ଏକ କ୍ୟାଚ୍‌ ଧରିଥିଲେ ଯାହାକୁ ‘ସୁପର୍‌ ମ୍ୟାନ୍‌ କ୍ୟାଚ୍‌’ ବୋଲି କୁହାଯାଉଛି। ଏହାକୁ ନେଇ ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚା ଚାଲିଛି।
ବ୍ୟାଟିଂ କରିଥିବା ଦିଲ୍ଲୀ ଇନିଂସର ୧୯ତମ ଓଭରର ଅନ୍ତିମ ବଲ୍‌ରେ ଧୋନୀ ଏହି ଚମତ୍କାର କ୍ୟାଚ୍‌ ଧରିଥିଲେ। ସାମ୍‌ କୁରାନଙ୍କ ବଲ୍‌ ଦିଲ୍ଲୀ ଅଧିନାୟକ ଶ୍ରେୟାସ ଆୟାରଙ୍କ ବ୍ୟାଟ୍‌ରେ ଏଜ୍‌ ଲାଗି ଉଇକେଟ୍‌କିପର ଧୋନୀଙ୍କ ନିକଟରେ ଚାଲିଯାଇଥିଲା। ଧୋନୀ କିନ୍ତୁ ନିଜର ଡାହାଣ ପାର୍ଶ୍ୱକୁ ଲମ୍ବା ଡିଆଁ ମାରି ଏହାକୁ ଧରିବାରେ ସଫଳ ହୋଇଥିଲେ। ଧୋନୀଙ୍କ ଏଭଳି କ୍ୟାଚ୍‌କୁ ଦେଖି ଆୟାର ନିଜେ ମଧ୍ୟ ଚକିତ ହୋଇଯାଇଥିଲେ। ଧୋନୀଙ୍କ ଏହି ‘ସୁପର୍‌ ମ୍ୟାନ୍‌ କ୍ୟାଚ୍‌’ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ୍‌ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

ଓକିଲ ସଂଘ ନିର୍ବାଚନ: ମଇଦାନରେ ୬ ପ୍ରାର୍ଥୀ, ସରଗରମ କୋର୍ଟ ପରିସର

ପୁରୁଷୋତ୍ତମପୁର,୨୮।୩ (ସବିତା ମିଶ୍ର): ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଚାଲିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ସରଗରମ ହୋଇଉଠିଛି…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ମୋଦି-ଟ୍ରମ୍ପଙ୍କ ଫୋନ କଲ୍‌ରେ ଏଲନ ମସ୍କଙ୍କ ଉପସ୍ଥିତିକୁ ନେଇ କୂଟନୈତିକ ମହଲରେ ହଇଚଇ

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଉପରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ଫୋନ ଆଲୋଚନା ବହୁତ ଚର୍ଚ୍ଚା ସୃଷ୍ଟି କରୁଛି। କିନ୍ତୁ ଏହି ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri