Posted inଖେଳ

୩୯ ବର୍ଷ ବୟସରେ ବିଶ୍ୱର ନମ୍ବର-୧ ଅଲରାଉଣ୍ଡର ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୧୪।୨: ଦିନିକିଆ ଅଲରାଉଣ୍ଡର ର଼୍ୟାଙ୍କିଙ୍ଗ୍‌ରେ ଆଫଗାନିସ୍ତାନର ଖେଳାଳି ମହମ୍ମଦ ନବି ଶୀର୍ଷରେ ପହଞ୍ଚିଛନ୍ତି। ନିକଟରେ ଆଇସିସି ର଼୍ୟାଙ୍କିଙ୍ଗ ପ୍ରକାଶ କରିଛି। ଏଥିରେ ନବି ୧ ନମ୍ବରରେ ପହଞ୍ଚିଛନ୍ତି। ଏହାପୂର୍ବରୁ ଦିନିକିଆ ଅଲରାଉଣ୍ଡର ର଼୍ୟାଙ୍କିଙ୍ଗରେ ବାଂଲାଦେଶର ଶାକିବ ଅଲ ହାସନ ଦଖଲ କରିଥିଲେ। ଶାକିବ ବର୍ତ୍ତମାନ ଗୋଟିଏ ସ୍ଥାନକୁ ଦ୍ୱିତୀୟ ସ୍ଥାନକୁ ଖସି ଆସିଛନ୍ତି। ନବି ନିକଟରେ ଶ୍ରୀଲଙ୍କା ବିପକ୍ଷରେ ବିସ୍ଫୋରକ ସ୍କୋର କରିଥିଲେ।
ଶ୍ରୀଲଙ୍କା ଏବଂ ଆଫଗାନିସ୍ତାନ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଉଛି। ଶ୍ରୀଲଙ୍କା ସିରିଜର ପ୍ରଥମ ଦୁଇଟି ମ୍ୟାଚ ଜିତିଛି। ତୃତୀୟ ମ୍ୟାଚ ଆଜି ପାଲେକଲରେ ଖେଳାଯିବ। ସିରିଜର ପ୍ରଥମ ମ୍ୟାଚ ଫେବୃଆରୀ ୯ରେ ଖେଳାଯାଇଥିଲା। ଏହି ମ୍ୟାଚରେ ନବି ଚମତ୍କାର ବ୍ୟାଟିଂ କରିଥିଲେ। ସେ ୧୩୦ ବଲ ସମ୍ମୁଖରେ ୧୩୬ ରନ ସ୍କୋର କରିଥିଲେ। ନବିଙ୍କ ଏହି ଇନିଂସରେ ୧୫ ଚୌକା ଓ ୩ ଛକା ସାମିଲ ଥିଲା।
ଦିନିକିଆ ଅଲରାଉଣ୍ଡର ମାନ୍ୟତାରେ ବାଂଲାଦେଶର କିମ୍ବଦନ୍ତୀ ଖେଳାଳି ଶାକିବ ଶୀର୍ଷରେ ରହିଥିଲେ। କିନ୍ତୁ ବର୍ତ୍ତମାନ ସେମାନେ ଦୁଇ ନମ୍ବରରେ ପହଞ୍ଚିଛନ୍ତି। ଶାକିବଙ୍କୁ ୩୧୦ ରେଟିଂ ମିଳିଛି ନବି ୩୧୪ ରେଟିଂ ସହିତ ଶୀର୍ଷରେ ଅଛନ୍ତି। ଜିମ୍ବାୱେ ଖେଳାଳି ସିକନ୍ଦର ରାଜା ତୃତୀୟ ସ୍ଥାନରେ ଅଛନ୍ତି। ସେ ୨୮୮ ରେଟିଂ ପାଇଛନ୍ତି। ଟିମ ଇଣ୍ଡିଆର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଦଶମ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri