ବନ କର୍ମଚାରୀଙ୍କ ମାଡ଼ରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ

କପ୍ତିପଦା,୨୩ା୧୦(ଡ଼ି.ଏନ.ଏ): ଶିକାରୀ ଭାବି ବନ ବିଭାଗ କର୍ମଚାରୀମାନେ ଜଣେ ଯୁବକଙ୍କୁ ମାଡ଼ ମାରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ ଅଧୀନ ପୋଡ଼ାଡ଼ିହା ଫରେଷ୍ଟ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି ସ୍ଥାନୀୟ ନଛିପୁର ଗ୍ରାମବାସୀ ଓ ମୃତକଙ୍କ ପରିବାର ଲୋକେ ଧାରଣା ଦେଇଥିଲେ। ଖବର ପାଇ ପୋଲିସ ଓ କପ୍ତିିପଦା ରେଞ୍ଜର ମହେଶ୍ୱର ସିଂ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ସମାଧାନର ସୂତ୍ର ବାହାରି ପାରି ନ ଥିଲା। ୧୬ଘଣ୍ଟା ଧରି ଲୋକେ ଧାରଣାରେ ବସିବା ପରେ ବନବିଭାଗ ପକ୍ଷରୁ ଘଟଣାର ତଦନ୍ତ ହେବ ଓ ମୃତକଙ୍କ ପରିବାରକୁ ଆର୍ଥତ୍କ ସହାୟତା ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ଦିଆଯିବାରୁ ପରିସ୍ଥିତି ସ୍ବାଭାବିକ ହୋଇଥିବା ରେଞ୍ଜର ସିଂ କହିଛନ୍ତି।
ଅଭିଯୋଗ ଅନୁଯାୟୀ, ଗତ ୯ତାରିଖରେ ଗଜେନ୍ଦ୍ର ନାଏକ ନାମକ ଯୁବକ ଜଙ୍ଗଲକୁ ପତ୍ର ତୋଳିବାକୁ ଯାଇ ଘରକୁ ଫେରି ନ ଥିଲେ। ୩ ଦିନ ପରେ ଗଜେନ୍ଦ୍ର ବାରିପଦା ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଖବର ବନବିଭାଗ ତାଙ୍କ ପରିବାରକୁ ଦେଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଖବର ପ୍ରଚାରିତ ହେବା ପରେ ଗ୍ରାମରେ ଉତ୍ତେଜନା ଦେଖାଯାଇଥିଲା। ମୃତ ଗଜେନ୍ଦ୍ରଙ୍କ ମୁହଁରେ ଗଭୀର କ୍ଷତ ଚିହ୍ନ ଥିଲା। ବନକର୍ମଚାରୀମାନେ ଶିକାରୀ ଭାବି ତାଙ୍କୁ ନିସ୍ତୁକ ମାଡ଼ମାରିଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri