Posted inଭଦ୍ରକ

ନ୍ୟାୟ ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ

ଭଦ୍ରକ ଅଫିସ, ୨୦।୧୨: ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଗୋଟିଏ ପକ୍ଷ ଅପରପକ୍ଷଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିଲେ। ଏନେଇ ଅଭିଯୋଗ ସତ୍ତ୍ୱେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବାରୁ ଶନିବାର ଅଭିଯୋଗକାରୀଙ୍କ ସମେତ ପରିବାର ଲୋକେ ନ୍ୟାୟ ପାଇଁ ଭଦ୍ରକ ଜିଲା ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଧୁଷୁରୀ ଥାନା ଅଧୀନ ପଙ୍ଗଟା ଗ୍ରାମର ନେତ୍ରମଣି ଶଙ୍ଖୁଆ ସପରିବାର ଏସ୍‌ପିଙ୍କ ନିକଟରେ ଅଭିଯୋଗ କରିଛନ୍ତି ଯେ, ପୂର୍ବଶତ୍ରୁତାକୁ ନେଇ ଗ୍ରାମର ଜଣେ ବ୍ୟକ୍ତିଙ୍କ ପରିବାର ସହ ଗଣ୍ଡଗୋଳ ଘଟିଥିଲା। ବାଛୁରୀ ଗଛ ଖାଇବାରୁ ଗତ ୧୪ ତାରିଖରେ ତାଙ୍କ ନାତୁଣୀ ସୁଜାତାଙ୍କୁ ପ୍ରତିପକ୍ଷ ଲୁହାରଡ଼ରେ ଆକ୍ରମଣ କରିଥିଲେ। ଏନେଇ ସୁଜାତାଙ୍କ ଅଭିଯୋଗ କ୍ରମେ ପୋଲିସ ୩ ଜଣଙ୍କ ନଁାରେ ମାମଲା (ନଂ.୨୯୬/୨୧) ରୁଜୁ କରିଥିଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହିଁ। ପରେ ଅଭିଯୁକ୍ତମାନେ ପୁଣି ତାଙ୍କ ପୁଅ ପ୍ରଶାନ୍ତ ଶଙ୍ଖୁଆ ଓ ବୋହୂ ଅନିତାଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ଗୁରୁତର ଅନିତା କଟକ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ନେତ୍ରମଣି ଓ ତାଙ୍କ ପରିବାର ଲୋକେ ଏସ୍‌ପି ଚରଣ ସିଂ ମୀନାଙ୍କ ନିକଟରେ ଦାବି କରିଛନ୍ତି। ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବିଶ୍ୱରଞ୍ଜନ କେରକେଟା ଘଟଣାର ନିରପେକ୍ଷ ତଦନ୍ତ କରି ପଦକ୍ଷେପ ନେବେ ବୋଲି ଏସ୍‌ପି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

ମଣ୍ଡିରେ ପଡିରହି ଗଜା ମାରିଲାଣି ଧାନ: ବସ୍ତା ରଖି ଚାଷୀଙ୍କ ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୯।୩(ସଞ୍ଜିତ ବଳ):ମଣ୍ଡିରେ ପଡ଼ି ବର୍ଷା ଖାଇ ଧାନ ଗଜା ମାରିଲାଣି । ହେଲେ ଯୋଗାଣ ବିଭାଗ ଅଥବା ମିଲରଙ୍କ ଏଥିପ୍ରତି ଭ୍ରୁକ୍ଷେପ ନାହିଁ । ଯାହାଫଳରେ ଚାଷୀମାନେ…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri