Posted inଜାତୀୟ

୫ ପର୍ଯ୍ୟାୟ ନିର୍ବାଚନ ଶେଷରେ ଭାଜପା ଜିତିସାରିଛି ଏତିକି ଆସନ: ଦାବି କଲେ ଶାହା

କୋଲକାତା,୨୨।୫: ଦେଶର ବିଭିନ୍ନ ସ୍ଥାନରେ ପାଞ୍ଚ ପର୍ଯ୍ୟାୟ ଭୋଟ ଶେଷ ହେବା ପରେ ଲୋକ ସଭା ନିର୍ବାଚନରେ ଭାଜପା ୩୧୦ଟି ଆସନ ଅତିକ୍ରମ କରିଛି ବୋଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବୁଧବାର ଦାବି କରିଛନ୍ତି। ସେ କହିଛନ୍ତି,ଭୋଟିଂର ଅବଶିଷ୍ଟ ଦୁଇଟି ପର୍ଯ୍ୟାୟ ପରେ ଭାଜପା ୪୦୦ ଆସନର ଲକ୍ଷ୍ୟକୁ ଅତିକ୍ରମ କରିବ। ଲୋକ ସଭା ନିର୍ବାଚନରେ ଭାଜପା ନିଜ ପାଇଁ ୩୭୦ଟି ଆସନ ଜିତିବାର ଲକ୍ଷ୍ୟ ରଖିଥିବାବେଳେ ଏନଡିଏ ପାଇଁ ୪୦୦ଟି ଆସନ ଧାର୍ଯ୍ୟ କରାଯାଇଛି।
ପଶ୍ଚିମବଙ୍ଗର କାନ୍ଥିରେ ଏକ ନିର୍ବାଚନ ରାଲିରେ ସମ୍ବୋଧିତ କରି ଶାହା କହିଛନ୍ତି,ମା’-ମାଟି-ମନୁଷ ସ୍ଲୋଗାନ ଦେଇ କ୍ଷମତାକୁ ଆସିଥିବା ମମତା ଏହି ସ୍ଲୋଗାନକୁ ମୁଲ୍ଲା, ମଦ୍ରାସା ଏବଂ ମାଫିଆରେ ପରିବର୍ତ୍ତନ କରିଛନ୍ତି।
ଅମିତ ଶାହା କହିଛନ୍ତି, ୭୦ ବର୍ଷ ଧରି କଂଗ୍ରେସ ଏବଂ ଟିଏମସି ରାମ ମନ୍ଦିରକୁ ଅଟକାଇବାରେ ଲାଗିପଡିଥିଲେ। ଆପଣମାନେ ମୋଦି ଜୀଙ୍କୁ ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ କରିଥିଲେ, ୫ ବର୍ଷ ମଧ୍ୟରେ ସେ ଏହି ମାମଲାରେ ଜିତିଥିଲେ। ଭୂମି ପୂଜନ କରିଥିଲେ ଏବଂ ଜାନୁଆରୀରେ ମଧ୍ୟ ଏହି ପ୍ରାଣ ପ୍ରତିଷ୍ଠା ହୋଇଥିଲା। ପ୍ରାଣ ପ୍ରତିଷ୍ଠା ପାଇଁ ମମତା ଦିଦିଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଥିଲା। କିନ୍ତୁ ସେ ଅଯୋଧ୍ୟାକୁ ଯାଇ ନଥିଲେ। ଭୋଟ ବ୍ୟାଙ୍କକୁ ଭୟ କରୁଥିବାରୁ ସେ ଯାଇ ନ ଥିଲେ। ତାଙ୍କ ଭୋଟ ବ୍ୟାଙ୍କ ଅନୁପ୍ରବେଶକାରୀ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡ୍ରଏଡ୍ ସ୍କାମ୍ ଉପରେ କେନ୍ଦ୍ର ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ସାଇବର ଠକେଇ ନେଇ ସତର୍କତା ଜାରି

ନୂଆଦିଲ୍ଲୀ,୩୦।୧: ସାଇବର ଅପରାଧ ବିରୋଧରେ କେନ୍ଦ୍ର ସରକାର ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ‘ୱିଙ୍ଗୋ’ ନାମକ ଏକ ଆଣ୍ଡ୍ରଏଡ୍ ଆପ୍ ଜରିଆରେ ଚାଲିଥିବା ବ୍ୟାପକ ଠକେଇକୁ…

ଶେଖ ହାସିନାଙ୍କ ଭାଷଣକୁ ନେଇ ନିଆଁବାଣ ହେଲା ବାଂଲାଦେଶ, ଭାରତ ବିରୋଧରେ ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ/ଢାକା,୩୦।୧: ବାଂଲାଦେଶ ଚଟ୍ଟୋଗ୍ରାମର ମିରସରାଇରେ ଭାରତୀୟ ଅର୍ଥନୈତିକ କ୍ଷେତ୍ର ପ୍ରକଳ୍ପକୁ ଆନୁଷ୍ଠାନିକ ଭାବରେ ବାତିଲ କରିଛି। ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ ଅର୍ଥନୈତିକ କ୍ଷେତ୍ର…

ମଣ୍ଡିରେ ପଡ଼ିଥିବା ଧାନ ଶୀଘ୍ର ଉଠାଅ,ସିପିଆଇ ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ

ଭବାନୀପାଟଣା,୩୦।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ମଣ୍ଡିରେ ପଡିଥିବା ଧାନକୁ ଶୀଘ୍ର ଉଠାଣ ଦାବିରେ ଗୁରୁବାର ଭବାନୀପାଟଣାରେ ଜିଲାପାଳଙ୍କ ଅଫିସ ଘେରାଉ କରିଛି ସିପିଆଇ। ଏହା…

T20 ବିଶ୍ୱକପରୁ ପାକିସ୍ତାନ ଆଉଟ…, ପାକିସ୍ତାନର ମଜା ଉଡାଇଲା ଏହି ଦେଶ

ନୂଆଦିଲ୍ଲୀ,୩୦।୧: ପାକିସ୍ତାନ ୨୦୨୬ ଟି୨୦ ବିଶ୍ୱକପ ପାଇଁ ତାର ଦଳ ଘୋଷଣା କରିଛି, କିନ୍ତୁ ପିସିବି ଅଧ୍ୟକ୍ଷଙ୍କ ପୋଷ୍ଟ ପରେ ସେମାନଙ୍କ ଅଂଶଗ୍ରହଣକୁ ନେଇ ଅନିଶ୍ଚିତତା ଜାରି…

ଦେଶର ସବୁଠାରୁ ଭଲ ପ୍ରଧାନମନ୍ତ୍ରୀ କିଏ? ମୋଦି ନା ଇନ୍ଦିରା, ଚମକାଇଲା ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୩୦।୧: ଜନତା ପ୍ରାୟତଃ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ କାର୍ଯ୍ୟକାଳର ତୁଳନା କରନ୍ତି। ଇଣ୍ଡିଆ ଟୁଡେ-ସି ଭୋଟରଙ୍କ ‘ମୁଡ ଅଫ…

୧୨ ଟିକିଆ ହାତୀପଲଙ୍କ ତାଣ୍ଡବ, ଘର ଭାଙ୍ଗି ଧାନ…

ବଣାଇଁ, ୩୦।୧(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳରେ ୧୨ ଟିକିଆ ହାତୀ ପଲଙ୍କ ଉତ୍ପାତ ଯୋଗୁଁ ଅତିଷ୍ଠ ହୋଇ ପଡ଼ିଛନ୍ତି ୬ଟି ଗ୍ରାମର ଗ୍ରାମବାସୀ ।…

ଖଣ୍ଡଗିରି ମେଳାରେ ୫ଗୁଣା ପାର୍କିଂ ଫି’, ଲିଜ୍‌ଧାରୀଙ୍କୁ ସୋ’କଜ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ଖଣ୍ଡଗିରି କୁମ୍ଭମେଳାରେ ପାର୍କିଂ ଫି’ ନାମରେ ଲୋକଙ୍କୁ ଶୋଷଣ କରାଯାଉଛି। ଲିଜ୍‌ଧାରୀମାନେ ଧାର୍ଯ୍ୟ ଦରଠାରୁ ୫ଗୁଣା ଅଧିକ ନେଇ ଯାତ୍ରୀଙ୍କୁ ଲୁଟୁଛନ୍ତି। ଖଣ୍ଡଗିରି…

କାନାଡାକୁ ପୁଣି ଅଡୁଆରେ ପକାଇଲେ ଟ୍ରମ୍ପ, ଦେଲେ ଏମିତି ଧମକ

ଓ୍ବାଶିଂଟନ,୩୦।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ କାନାଡା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ବିମାନ ଚଳାଚଳ କ୍ଷେତ୍ରରେ ଏକ ପ୍ରମୁଖ ଏବଂ ଆକ୍ରମଣାତ୍ମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri