ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ ଅଫିସ,୧୬।୧: ନିଲମ୍ବିତ ଆଇଏଫଏସ୍‌ ଅଫିସର ଅଭୟକାନ୍ତ ପାଠକ ଏବଂ ତାଙ୍କ ପୁଅ ଆକାଶ ପାଠକଙ୍କ ଜାମିନ ଆବେଦନ ମାମଲାର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ଶେଷ ହୋଇଛି। ହାଇକୋର୍ଟ ବିରାରପତି ଜଷ୍ଟିସ୍‌ ଦେବବ୍ରତ ଦାସ ଏହି ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି। ପୂର୍ବରୁ ଏହି ମାମଲାରେ ଭିଜିଲାନ୍ସ ପକ୍ଷରୁ ହାଇକୋର୍ଟରେ କେସ୍‌ ଡାଏରୀ ଦାଖଲ କରାଯାଇଥିଲା। ଏଥିସହ ଯୁକ୍ତି ଉପସ୍ଥାପନ କରାଯାଇ ଉଭୟଙ୍କ ଜାମିନ୍‌ ଆବେଦନକୁ ବିରୋଧ କରାଯାଇଥିଲା। ତଦନ୍ତ ଏବେ ପ୍ରାଥମିକ ପର୍ଯ୍ୟାୟରେ ରହିଛି। ତେଣୁ ବର୍ତ୍ତମାନ ସ୍ଥିତିରେ ଜାମିନ ପ୍ରଦାନ କରାଗଲେ ତଦନ୍ତ ପ୍ରଭାବିତ ହେବ ବୋଲି ଭିଜିଲାନ୍ସ ପକ୍ଷରୁ ହାଇକୋର୍ଟରେ ଯୁକ୍ତି ଉପସ୍ଥାପନ କରାଯାଇଥିଲା।
ମାମଲାର ବିବରଣୀରୁ ପ୍ରକାଶ, ଅଭୟକାନ୍ତ ଓ ଆକାଶ ବହୁକୋଟି ଟଙ୍କା ଦୁର୍ନୀତି କରିଥିବା ଅଭିଯୋଗ ହୋଇଥିଲା। ଏପରି କି ମହାନଦୀ ଗ୍ରୀନ୍‌ ମିଶନ ନଁାରେ ଚାରା ରୋପଣରେ କୋଟିକୋଟି ଟଙ୍କାର ଘୋଟାଲା ହୋଇଥିବା ଅଭିଯୋଗ ହୋଇଥିଲା। କରୋନା ସମୟରେ ସେ ଅନେକ ଥର ଚାର୍ଟାର୍ଡ ଫ୍ଲାଇଟ୍‌ ବ୍ୟବହାର କରିଥିଲେ। ଏଭଳି ଅଭିଯୋଗ ତାଲିକା ଲମ୍ବି ଚାଲିଥିଲାବେଳେ ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଗିରଫ କରାଯାଇଥିଲା। ଭିଜିଲାନ୍ସ ସ୍ବତନ୍ତ୍ର କୋର୍ଟରେ ସେ ଜାମିନ୍‌ ପାଇଁ ଆବେଦନ କରିଥିଲେ। ସେଠାରେ ଜାମିନ୍‌ ଆବେଦନ ଖାରଜ ହେବାପରେ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସେହିପରି ଟାଟା କମ୍ପାନୀରେ ଚାକିରିର ଲୋଭ ଦେଖାଇ ଆକାଶ ଅନେକ ଲୋକଙ୍କଠାରୁ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଆକାଶଙ୍କୁ ଗିରଫ କରାଯିବା ପରେ କ୍ରାଇମ୍‌ବ୍ରାଞ୍ଚ୍‌ ତାଙ୍କୁ ରିମାଣ୍ଡରେ ନେଇଥିଲା। ସେ ନିମ୍ନ ଅଦାଲତରେ ଜାମିନ୍‌ ପାଇଁ ଆବେଦନ କରିଥିଲେ। ସେଠାରେ ଜାମିନ ଆବେଦନ ଖାରଜ ହୋଇଯିବାରୁ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଭିଜିଲାନ୍ସ ପକ୍ଷରୁ ଏହି ମାମଲାକୁ ଆଇନଜୀବୀ ଶ୍ରୀମନ୍ତ ଦାସ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?