ଥାନାରେ ଏତଲା, ଗଛ କଟା ସ୍ଥାନରେ ଧାରଣା

ଭୁବନେଶ୍ୱର,୩୧ା୫(ବ୍ୟୁରୋ):ରାଜ୍ୟ ଅତିଥି ଭବନ ସମ୍ମୁଖରେ ଥିବା ବିଧାୟକମାନଙ୍କ ପୁରୁଣା କ୍ୱାର୍ଟର୍ସକୁ ଭାଙ୍ଗି ବିଳାସପୂର୍ଣ୍ଣ ଉଚ୍ଚ ଅଟ୍ଟାଳିକା ନିର୍ମାଣ ପାଇଁ ରାଜଧାନୀର ଛାତି ଉପରେ ଥିବା ଶହ ଶହ ବର୍ଷର ହଜାରରୁ ଊର୍ଦ୍ଧ୍ୱ ପୁରୁଣା ଗଛ କଟା ଚାଲିଛି। ହେଲେ ସବୁଜ ସୁନ୍ଦର ରାଜଧାନୀରୁ ଏଭଳି ବିରାଟକାୟ ମୂଲ୍ୟବାନ ଗଛ କାହା ଅନୁମତିରେ ଓ କିପରି କଟାଯାଉଛି ବୋଲି ଚାରିଆଡୁ ଅଭିଯୋଗ ହୋଇଛି। ସୋମବାର ଏହି ପ୍ରସଙ୍ଗରେ ମହାନଦୀ ବଞ୍ଚାଅ ଆନ୍ଦୋଳନ ପକ୍ଷରୁ ଏହାକୁ ବିରୋଧ କରାଯାଇଛି। ଗଛକଟା ବନ୍ଦ କରିବା ସହିତ ଏଥିରେ ସମ୍ପୃକ୍ତ ବ୍ୟକ୍ତିବିଶେଷଙ୍କ ବିରୋଧରେ ଖାରବେଳ ନଗର ଥାନାରେ ମହାନଦୀ ବଞ୍ଚାଅ ଆନ୍ଦୋଳନ ପକ୍ଷରୁ ଏକ ଏତଲା ମଧ୍ୟ ଦାୟର କରାଯାଇଛି।
ରାଜଧାନୀରେ ସରକାର ଗଛ ଲଗାଇ ସବୁଜ ସୁନ୍ଦର ଭୁବନେଶ୍ୱରର ଡିଣ୍ଡିମ ପିଟୁଥିବା ବେଳେ କେମିତି ଏତେ ବଡ ବଡ଼ ଗଛ କଟାଯାଉଛି ବୋଲି ମହାନଦୀ ବଞ୍ଚାଅ ଆନ୍ଦୋଳନର ଆବାହକ ସୁଦର୍ଶନ ଦାଶ ପ୍ରଶ୍ନ କରିଛନ୍ତି। ଯେତେବେଳେ ଦିଲ୍ଲୀ ଓ ଅନ୍ୟାନ୍ୟ ସହରରେ ବିକଳ୍ପ ବ୍ୟବସ୍ଥା କରି ଗଛ ଥାଇ ବଡ ବଡ଼ ଅଟ୍ଟାଳିକା ନିର୍ମାଣ କରାଯାଉ। ଏପରିକି ଅତ୍ୟାଧୁନିକ କାରିଗରି କୌଶଳରେ ମଧ୍ୟ ସବୁ ବଡ଼ ଗଛକୁ ପୁନଃ ପ୍ରତିରୋପଣ କରାଯାଇପାରୁଛି। ହେଲେ ସବୁବେଳେ ସବୁଜ ସୁନ୍ଦର ଓ ପରିବେଶ କଥା କହୁଥିବା ରାଜ୍ୟ ସରକାର କ’ଣ ପାଇଁ ଏଭଳି ନିଷ୍ପତ୍ତି ନେଉଛନ୍ତି ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି। ମହାନଦୀ ବଞ୍ଚାଅ ଆନ୍ଦୋଳନ ପକ୍ଷରୁ ଏତଲା ଦେବା ପରେ ବୁଧବାର ସେହି ଗଛ କଟାଯାଇଥିବା ସ୍ଥାନରେ ମହାନଦୀ ବଞ୍ଚାଅ ଆନ୍ଦୋଳନ ପକ୍ଷରୁ ଧାରଣା ଦିଆଯିବ ବୋଲି ସୂଚନା ଦିଆଯାଇଛିି। କୌଣସି ପରିସ୍ଥିତିରେ ଆଉ ଗଛ କାଟିବାକୁ ଦିଆଯିବ ନାହିଁ ବୋଲି ଏହି ସଙ୍ଗଠନର ପ୍ରବକ୍ତା ପ୍ରସନ୍ନ ବିଷୋୟୀ କହିଛନ୍ତି। ବିଧାନସଭା ବାଚସ୍ପତି ଏହି ନିନ୍ଦନୀୟ ନିଷ୍ପତ୍ତିରୁ ଓହରି ବଡ଼ ବଡ଼ ଗଛ କିପରି ରହିବ ଓ ବିକଳ୍ପ ବ୍ୟବସ୍ଥା ପାଇଁ ତୁରନ୍ତ ପଦକ୍ଷେପ ନିଅନ୍ତୁ ବୋଲି ଯୁଗ୍ମ ଆବାହକ ବାସୁଦେବ ଭଟ୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri