ଥାନାରେ ଏତଲା, ଗଛ କଟା ସ୍ଥାନରେ ଧାରଣା

ଭୁବନେଶ୍ୱର,୩୧ା୫(ବ୍ୟୁରୋ):ରାଜ୍ୟ ଅତିଥି ଭବନ ସମ୍ମୁଖରେ ଥିବା ବିଧାୟକମାନଙ୍କ ପୁରୁଣା କ୍ୱାର୍ଟର୍ସକୁ ଭାଙ୍ଗି ବିଳାସପୂର୍ଣ୍ଣ ଉଚ୍ଚ ଅଟ୍ଟାଳିକା ନିର୍ମାଣ ପାଇଁ ରାଜଧାନୀର ଛାତି ଉପରେ ଥିବା ଶହ ଶହ ବର୍ଷର ହଜାରରୁ ଊର୍ଦ୍ଧ୍ୱ ପୁରୁଣା ଗଛ କଟା ଚାଲିଛି। ହେଲେ ସବୁଜ ସୁନ୍ଦର ରାଜଧାନୀରୁ ଏଭଳି ବିରାଟକାୟ ମୂଲ୍ୟବାନ ଗଛ କାହା ଅନୁମତିରେ ଓ କିପରି କଟାଯାଉଛି ବୋଲି ଚାରିଆଡୁ ଅଭିଯୋଗ ହୋଇଛି। ସୋମବାର ଏହି ପ୍ରସଙ୍ଗରେ ମହାନଦୀ ବଞ୍ଚାଅ ଆନ୍ଦୋଳନ ପକ୍ଷରୁ ଏହାକୁ ବିରୋଧ କରାଯାଇଛି। ଗଛକଟା ବନ୍ଦ କରିବା ସହିତ ଏଥିରେ ସମ୍ପୃକ୍ତ ବ୍ୟକ୍ତିବିଶେଷଙ୍କ ବିରୋଧରେ ଖାରବେଳ ନଗର ଥାନାରେ ମହାନଦୀ ବଞ୍ଚାଅ ଆନ୍ଦୋଳନ ପକ୍ଷରୁ ଏକ ଏତଲା ମଧ୍ୟ ଦାୟର କରାଯାଇଛି।
ରାଜଧାନୀରେ ସରକାର ଗଛ ଲଗାଇ ସବୁଜ ସୁନ୍ଦର ଭୁବନେଶ୍ୱରର ଡିଣ୍ଡିମ ପିଟୁଥିବା ବେଳେ କେମିତି ଏତେ ବଡ ବଡ଼ ଗଛ କଟାଯାଉଛି ବୋଲି ମହାନଦୀ ବଞ୍ଚାଅ ଆନ୍ଦୋଳନର ଆବାହକ ସୁଦର୍ଶନ ଦାଶ ପ୍ରଶ୍ନ କରିଛନ୍ତି। ଯେତେବେଳେ ଦିଲ୍ଲୀ ଓ ଅନ୍ୟାନ୍ୟ ସହରରେ ବିକଳ୍ପ ବ୍ୟବସ୍ଥା କରି ଗଛ ଥାଇ ବଡ ବଡ଼ ଅଟ୍ଟାଳିକା ନିର୍ମାଣ କରାଯାଉ। ଏପରିକି ଅତ୍ୟାଧୁନିକ କାରିଗରି କୌଶଳରେ ମଧ୍ୟ ସବୁ ବଡ଼ ଗଛକୁ ପୁନଃ ପ୍ରତିରୋପଣ କରାଯାଇପାରୁଛି। ହେଲେ ସବୁବେଳେ ସବୁଜ ସୁନ୍ଦର ଓ ପରିବେଶ କଥା କହୁଥିବା ରାଜ୍ୟ ସରକାର କ’ଣ ପାଇଁ ଏଭଳି ନିଷ୍ପତ୍ତି ନେଉଛନ୍ତି ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି। ମହାନଦୀ ବଞ୍ଚାଅ ଆନ୍ଦୋଳନ ପକ୍ଷରୁ ଏତଲା ଦେବା ପରେ ବୁଧବାର ସେହି ଗଛ କଟାଯାଇଥିବା ସ୍ଥାନରେ ମହାନଦୀ ବଞ୍ଚାଅ ଆନ୍ଦୋଳନ ପକ୍ଷରୁ ଧାରଣା ଦିଆଯିବ ବୋଲି ସୂଚନା ଦିଆଯାଇଛିି। କୌଣସି ପରିସ୍ଥିତିରେ ଆଉ ଗଛ କାଟିବାକୁ ଦିଆଯିବ ନାହିଁ ବୋଲି ଏହି ସଙ୍ଗଠନର ପ୍ରବକ୍ତା ପ୍ରସନ୍ନ ବିଷୋୟୀ କହିଛନ୍ତି। ବିଧାନସଭା ବାଚସ୍ପତି ଏହି ନିନ୍ଦନୀୟ ନିଷ୍ପତ୍ତିରୁ ଓହରି ବଡ଼ ବଡ଼ ଗଛ କିପରି ରହିବ ଓ ବିକଳ୍ପ ବ୍ୟବସ୍ଥା ପାଇଁ ତୁରନ୍ତ ପଦକ୍ଷେପ ନିଅନ୍ତୁ ବୋଲି ଯୁଗ୍ମ ଆବାହକ ବାସୁଦେବ ଭଟ୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri