ଏଣିକି ଏକସଙ୍ଗେ ଗର୍ଭବତୀଙ୍କ ଏଚ୍‌ଆଇଭି, ସିଫିଲ୍ସ ପରୀକ୍ଷଣ

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଏଣିକି ଗର୍ଭବତୀ ମହିଳାଙ୍କର ଏଚ୍‌ଆଇଭି ଓ ସିଫିଲ୍ସ ଦ୍ୱୈତ ପରୀକ୍ଷଣ ଏକାସଙ୍ଗେ ହୋଇପାରିବ। ରାଷ୍ଟ୍ରୀୟ ସ୍ବାସ୍ଥ୍ୟ ମିଶନ ସହଯୋଗରେ ବିକଶିତ ଏଚ୍‌ଆଇଭି ଓ ସିଫିଲ୍ସ ଦ୍ୱୈତ ପରୀକ୍ଷଣ କିଟ୍‌କୁ ମଙ୍ଗଳବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଲୋକାର୍ପଣ କରିଛନ୍ତି। ଗର୍ଭବତୀ ମହିଳାଙ୍କର ଗୋଟିଏ ଥର ରକ୍ତ ନମୁନା ସଂଗ୍ରହରେ ଏଚ୍‌ଆଇଭି ଓ ସିଫିଲ୍ସ ପରୀକ୍ଷା କରାଯାଇପାରିବ। ଦେଶରେ ପ୍ରଥମ ଥର ପାଇଁ ଓଡ଼ିଶାରେ ଏଭଳି କିଟ୍‌କୁ ଲୋକାର୍ପଣ କରାଯାଇଛି।
ବିଶ୍ୱ ଏଡ୍‌ସ ଦିବସ ଅବସରରେ ଓସାକ୍ସ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହକୁ ମନ୍ତ୍ରୀ ଦାସ ଅନ୍‌ଲାଇନରେ ଉଦ୍‌ଘାଟନ କରି କହିଥିଲେ ଯେ, ୨୦୧୦ ସୁଦ୍ଧା ୬ଲକ୍ଷ ଲୋକଙ୍କ ପରୀକ୍ଷା ହୋଇଥିଲାବେଳେ ୨୦୧୯ରେ ଏହା ୧୪ଲକ୍ଷରେ ପହଞ୍ଚତ୍ଛି। ଅଧିକ ସଂକ୍ରମଣପ୍ରବଣ ଗୋଷ୍ଠୀଙ୍କ ମଧ୍ୟରେ ସଚେତନତା ଓ ପ୍ରତିଷେଧକ ବ୍ୟବସ୍ଥା ତଥା ବ୍ୟାବହାରିକ ପରିବର୍ତ୍ତନ ଫଳରେ ଏଚ୍‌ଆଇଭିର ବ୍ୟାପକତା ୨୦୧୦ ଠାରୁ ହ୍ରାସ ପାଇ ୦.୩୧%ରୁ ୨୦୧୯ରେ ଏହା ୦.୧୪ ପ୍ରତିଶତରେ ପହଞ୍ଚତ୍ଛି। ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଏହି କାର୍ଯ୍ୟକ୍ରମରେ ସଭାପତିତ୍ୱ କରି କହିଥିଲେ, ସମ୍ପ୍ରତି ଓଡ଼ିଶାରେ ଏଚ୍‌ଆଇଭିର ପ୍ରଭାବ ୦.୧୪% ରହିଛି, ଯାହା ଜାତୀୟ ହାର ୦.୨୨% ଠାରୁ କମ୍‌। ରାଜ୍ୟର ୫୩୧ଟି ନୂତନ ଜନ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ୬୩୦ଟି ହେଲ୍‌ଥ ୱେଲନେସ୍‌ କେନ୍ଦ୍ରରେ ବିନା ମୂଲ୍ୟରେ ଏଚ୍‌ଆଇଭି ପରୀକ୍ଷା ସୁବିଧା ଯୋଗାଇ ଦିଆଯାଉଛି। ଗୋଟିଏ ପରୀକ୍ଷଣ କିଟ୍‌ ଜରିଆରେ ଗର୍ଭବତୀ ମହିଳାଙ୍କ ଏଚ୍‌ଆଇଭି ଓ ଯୌନ ସଂକ୍ରମଣ ସ୍ଥିତି ନିରୂପଣ କରାଯିବ। ସେ ରେଡ୍‌ରିବନ କ୍ଲବ କୋଅର୍ଡିନେଟରମାନଙ୍କୁ ସଚେତନତା ସୃଷ୍ଟି ପାଇଁ ଆହ୍ବାନ ଦେଇଥିଲେ। ଓସାକ୍ସର ପ୍ରକଳ୍ପ ନିର୍ଦ୍ଦେଶିକା ଡ. ସଂଯୁକ୍ତା ସାହୁ ୨୦୩୦ ସୁଦ୍ଧା ଏଡ୍‌ସ ସଂକ୍ରମଣର ମୂଳୋତ୍ପାଟନ ସହ ବିକାଶ ଲକ୍ଷ୍ୟ ହାସଲ ଦିଗରେ ଆଲୋକପାତ କରିଥିଲେ। ସମ୍ମାନିତ ଅତିଥି ଭାବେ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ, ସ୍ବାସ୍ଥ୍ୟ ବିଭାଗ ସ୍ବତନ୍ତ୍ର ସଚିବ ଡ. ଅଜିତ ମହାନ୍ତି ଯୋଗଦେଇଥିଲେ। ଓସାକ୍ସଠାରେ ଦୁଇଟି ଆଇସି ପ୍ରଚାର ଭ୍ୟାନର ଶୁଭାରମ୍ଭ ହୋଇଥିଲା। ରାଜ୍ୟର ବିଭିନ୍ନ ଜିଲାରୁ ମଙ୍ଗଳବାରଠାରୁ ସଚେତନତାଧର୍ମୀ ଆଇସି ପ୍ରଚାର ଭ୍ୟାନର ଆରମ୍ଭ କରାଯାଇଛି। ଏହା ୭ଦିନ ଧରି ସଚେତନ କରିବ। ଏହି ଅବସରରେ ଓସାକ୍ସର ଅର୍ଦ୍ଧବାର୍ଷିକ ନ୍ୟୁଜ ଲେଟର ଉନ୍ମୋଚନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri