ଅମଳ ବେଳରେ ଦାଉ ସାଧିଲା ପଶ୍ଚିମା ଝଡ଼

ଉମରକୋଟ, ୨୧।୩(ସ୍ବ.ପ୍ର.):ଅଦିନିଆ ବର୍ଷାର ପ୍ରଭାବରେ ମକାଚାଷୀଙ୍କ ବ୍ୟାପକ କ୍ଷୟକ୍ଷତି ହୋଇଛି। ପଶ୍ଚିମାଝଡ଼ ପ୍ରଭାବରେ ଚାଷୀଙ୍କ ଆର୍ଥିକ ସ୍ଥିତି ଦୋହଲିଯାଇଛି। ନବରଙ୍ଗପୁର ଜିଲା ଉମରକୋଟ ବ୍ଲକରେ ୨ଦିନରେ ୬୪.୨୦ମି.ମି. ବର୍ଷା ସହ କୁଆପଥର ମାଡ଼ ହୋଇଥିଲା। ଅତି ଜୋରରେ ପବନ ବହିବା ଯୋଗୁ ବହୁ ପରିମାଣର ମକାଚାଷ ନଷ୍ଟ ହୋଇଛି। ପଶ୍ଚିମାଝଡ଼ ପ୍ରଭାବରେ ନବରଙ୍ଗପୁର ଜିଲା ଉମରକୋଟ ବ୍ଲକରେ ଅନେକ କ୍ଷତି ହୋଇଛି। ଉମରକୋଟ ବ୍ଲକର ମୂର୍ତ୍ତୁମା, ଚିକଲପଦର, ବେହେଡ଼ା, ଖଡ଼କା, ସିଲାଟି ବେନରା ଭଳି ଅଞ୍ଚଳରେ ବହୁ ପରିମାଣରେ ମକା ଫସଲ ନଷ୍ଟ ହୋଇଛି। ଅନେକ ଏକର ମକାଚାଷ ମାଟିରେ ମିଶିଯାଇଛି। ବର୍ତ୍ତମାନ ଅମଳ ସମୟ। ମକା ଗଛରେ ଫଳ ଫଳିବା ଆରମ୍ଭ ହୋଇଥିଲା। ଆଉ ମାସକ ମଧ୍ୟରେ ଅମଳ ହୋଇଥାନ୍ତା, କିନ୍ତୁ ପଶ୍ଚିମାଝଡ଼ ସବୁ ଉଜାଡ଼ି ଦେଇଛି ବୋଲି କହି ଚାଷୀ ମୁଣ୍ଡରେ ହାତ ଦେଇ ବସିଛନ୍ତି। ରବିଋତୁରେ ଜଳସେଚନ ଥିବା ଜମିରେ ମକାଚାଷ ପାଇଁ ଏକର ପିଛା ପ୍ରାୟ ୨୨ ହଜାରରୁ ୨୫ ହଜାର ଟଙ୍କା ଖର୍ଚ୍ଚ ହୋଇଥାଏ। ଚାଷୀ କରଜ କରି ମକାଚାଷ କରିଥିଲେ। ବର୍ତ୍ତମାନ ଋଣ ଶୁଝିବା ଓ ପରିବାର ପ୍ରତିପୋଷଣ କରିବା ଚିନ୍ତାରେ ଚାଷୀ। କୃଷି ବିଭାଗ କିମ୍ବା ରାଜସ୍ବ ବିଭାଗର କୌଣସି ଅଧିକାରୀ କ୍ଷୟକ୍ଷତି ଅଞ୍ଚଳକୁ ବର୍ତ୍ତମାନ ସୁଦ୍ଧା ପହଞ୍ଚତ୍ ନ ଥିବା ଅଭିଯୋଗ କରିଛନ୍ତି ଚାଷୀ। ଗତ ବର୍ଷ ମଧ୍ୟ କ୍ଷୟକ୍ଷତିର କୌଣସି ଆର୍ଥିକ ସହାୟତା ଚାଷୀ ପାଇନାହାନ୍ତି। ଚଳିତ ଥର ଯଦି ସେଭଳି ହୁଏ ଆମେ ଆତ୍ମହତ୍ୟା କରିବାକୁ ବାଧ୍ୟ ହେବୁ ବୋଲି ଚାଷୀ ଦୁଃଖରେ କହିଛନ୍ତି। ଘଟଣା ସମ୍ପର୍କରେ କୃଷି ଜିଲା ଅଧିକାରୀ ବିଜୟ କୁମାର ପଟ୍ଟନାୟକଙ୍କୁ ପଚାରିବାରୁ ଜିଲାର ଚାରିଟି ବ୍ଲକରେ କ୍ଷୟକ୍ଷତି ଘଟିଛି। ବିଭାଗର କର୍ମଚାରୀମାନେ କ୍ଷେତ୍ର ପରିଦର୍ଶନକରି କ୍ଷୟକ୍ଷତି ଆକଳନ କାର୍ଯ୍ୟରେ ଲାଗିଛନ୍ତି। ରିପୋର୍ଟ ଆସିଲେ ସରକାରଙ୍କୁ ଜଣାଇ ଦିଆଯିବ। ବିପର୍ଯ୍ୟୟ କ୍ଷୟକ୍ଷତି ନିୟମ ଅନୁଯାୟୀ ଚାଷୀଙ୍କୁ ଆର୍ଥିକ ସହାୟତା ମିଳିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri