ପ୍ରତିଶ୍ରୁତି ଦେଲେ ଅତାବିରା ବିଧାୟକ, ୨୮ ପର୍ଯ୍ୟନ୍ତ…

ବରଗଡ଼,୨୦।୧୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଧାନ ବିକ୍ରି ପଞ୍ଜୀକରଣରେ ଚାଷୀଙ୍କ ପ୍ରତି କରାଯାଇଥିବା ଅବହେଳାକୁ ନେଇ ଦେଖାଯାଇଥିବା ଅସନ୍ତୋଷ ଥମିବାର ନାଁ ନେଉ ନାହିଁ। ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡିଥିବା ଚାଷୀଙ୍କୁ ପଞ୍ଜୀକୃତ କରିବା ଦାବି ନେଇ ଗତ ୧୦ତାରିଖରୁ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସଂଯୁକ୍ତ କୃଷକ ସଂଗଠନ ନେତୃତ୍ବରେ ଧାରଣା ଚାଲିଥିଲା । ତେବେ ଗୁରୁବାର ସନ୍ଧ୍ୟାରେ ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ ଧାରଣାସ୍ଥଳକୁ ପହଞ୍ଚି ଥିଲେ ଏବଂ ଚାଷୀଙ୍କ ସହିତ ଆଲୋଚନା କରିଥିଲେ। ଏହା ସହିତ ଜିଲାର ବିଭିନ୍ନ ପ୍ରାଥମିକ କୃଷି ସମବାୟ ସମିତି ଅଧିନରେ ରହିଥିବା ଅର୍ଥାତ୍ ପଞ୍ଜୀକରଣରୁ ବାଦ୍ ପଡିଥିବା ଚାଷୀଙ୍କ ତାଲିକା ଦେଖାଇଥିଲେ। ଆସନ୍ତା ୨୮ତାରିଖ ସୁଦ୍ଧା ସମ୍ପୃକ୍ତ ଚାଷୀମାନଙ୍କ ପଞ୍ଜୀକରଣ ହୋଇଯିବ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା ହୋଇସାରିଛି ବୋଲି ସେ ଚାଷୀମାନଙ୍କୁ ନିର୍ଭର ପ୍ରତିଶ୍ରୁତି ଦେଇଥିଲେ । ଏହାପରେ ଆସନ୍ତା ୨୮ତାରିଖ ପର୍ଯ୍ୟନ୍ତ ଧାରଣା ସ୍ଥଗିତ ରଖିବା ପାଇଁ ଚାଷୀମାନେ ନିଷ୍ପତ୍ତି ନେଇଥିଲେ ।

ପ୍ରକାଶ ଥାଉକି, ଧାନ ବିକ୍ରୀ ପଞ୍ଜୀକରଣ ଦାବିରେ ଚାଷୀମାନେ ନିଜର ହକ୍ ଦାବିରେ ଶୀତ, କାକର ସହି ଅହୋରାତ୍ର ଧାରଣାରେ ବସିଥିଲେ । ଧାରଣାକୁ ବରଗଡ଼ ନାଗରିକ ମଞ୍ଚ, ବିଜେଡି, କଂଗ୍ରେସ ସମେତ ବିଭିନ୍ନ ସଂଗଠନର ସମର୍ଥନ କରିଥିଲେ । ଏପରିକି ଚାଷୀମାନେ ଧାରଣାସ୍ଥଳରେ ମାଣବସା ଗୁରୁବାର ପାଳନ କରିଥିଲେ। ତେବେ ଗୁରୁବାର ଧାରଣା ୧୧ଦିନରେ ପହଞ୍ଚି ଥିବାବେଳେ ଅତାବିରା ବିଧାୟକ ମହାନନ୍ଦ ନିର୍ଭର ପ୍ରତିଶ୍ରୁତି ଦେବା ପରେ ପଞ୍ଜୀକରଣ ନେଇ ଦେଖାଯାଇଥିବା ଅସନ୍ତୋଷ ସାମୟିକ ଥମିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri