ଅତାବିରା ଏନ୍‌ଏସି ନିର୍ବାଚନ: ବୁଥ୍‌ରେ ପହଞ୍ଚିଲେ ପୋଲିଂ ଅଧିକାରୀ

ସରଣ୍ଡା,୨।୪(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଏନ୍‌ଏସି ନିର୍ବାଚନ ପାଇଁ ସୋମବାର ଭୋଟ୍‌ ଗ୍ରହଣ କରାଯିବ। ସକାଳ ୮ଟାରୁ ଆରମ୍ଭ ହୋଇ ଅପରାହ୍ନ ୫ଟା ଯାଏ ଚାଲିବ। ଏଥିପାଇଁ ରବିବାର ପୋଲିଂ ଅଧିକାରୀମାନେ ଅତାବିରା ବ୍ଲକ ଅଫିସରୁ ଇଭିଏମ୍‌ ଓ ନିର୍ବାଚନ ସରଞ୍ଜାମ ଧରି ନିଜ ନିଜ ବୁଥ୍‌ରେ ପହଞ୍ଚିଛନ୍ତି। ପ୍ରତି ବୁଥ୍‌ରେ ଜଣେ ପ୍ରିଜାଇଡିଂ ଅଫିସର, ୪ଜଣ ପୋଲିଂ ଅଫିସର ଓ ଜଣେ ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଏନ୍‌ଏସିର ୧୨ଟି ୱାର୍ଡରେ ମୋଟ୍‌ ୧୬ଟି ବୁଥ୍‌ କରାଯାଇଛି। ସେଥିମଧ୍ୟରୁ ୭ଟି ସମ୍ବେଦନଶୀଳ, ୩ଟି ଅତି ସମ୍ବେଦନଶୀଳ ଚିହ୍ନଟ ହୋଇଛି। ଅତାବିରା ବାଳିକା ହାଇସ୍କୁଲର ୨ ନମ୍ବର ବୁଥ୍‌କୁ ପିଙ୍କ୍‌ (ଗୋଲାପି) ବୁଥ୍‌ କରାଯାଇଛି l ଏହି ବୁଥ୍‌ରେ ସମସ୍ତ ନିର୍ବାଚନ କର୍ମଚାରୀ ଓ ଦଳୀୟ ଏଜେଣ୍ଟ ମହିଳା ରହିବେ ବୋଲି ନିର୍ବାଚନ ଅଧିକାରୀ ତଥା ବରଗଡ଼ ଉପ ଜିଲାପାଳ ଲଲାଟ ଲୁହା ପ୍ରକାଶ କରିଛନ୍ତି।

ସେହିପରି ବରଗଡ଼ ଏସ୍‌ପି ପି. ଏସ୍‌. ମିନାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅତିରିକ୍ତ ଏସ୍‌ପି ପି. କେ. ମିଶ୍ର, ଏସ୍‌ଡିପିଓ ଅମ୍ରିତ କୁମାର ପଣ୍ଡା, ଅତାବିରା ଆଇଆଇସି ଅନିଲ କୁମାର ପ୍ରଧାନଙ୍କ ସମେତ ଭଟଲି ଓ ବିଜେପୁର ଥାନା ଆଇଆଇସି, ୧୦ଜଣ ଏସ୍‌ଆଇ ଓ ଏଏସ୍‌ଆଇ, ୪୯ଜଣ ହାବିଲଦାର ଓ କନଷ୍ଟେବଳ, ୪ଟି ମୋଟର ଓ ୫ଟି ବାଇକ ପାଟ୍ରୋଲିଂ ସହ ଯାଞ୍ଚ ଦାୟିତ୍ୱରେ ରହିବେ। ଏହାସହ ୨ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। ବରଗଡ଼ ଡେପୁଟି କଲେକ୍ଟର, ବିଜେପୁର, ବରଗଡ଼, ଭଟଲି, ବରପାଲି, ଅମ୍ବାଭୋନା, ଝାରବନ୍ଧ ଓ ସୋହେଲା ତହସିଲଦାର ଏବଂ ସୋହେଲା, ବରପାଲି ବିଡ଼ିଓଙ୍କୁ ମାଜିଷ୍ଟ୍ରେଟ ଦାୟିତ୍ୱ ଦିଆଯାଇଛି। ଜିଲାପାଳ ମୋନିଷା ବାନାର୍ଜୀଙ୍କ ତତ୍ତ୍ୱାବଧାନରେ ଏଡିଏମ୍‌ ମିର୍ଦ୍ଧା ଟପ୍ପୋ, ନିର୍ବାଚନ ଅଧିକାରୀ ତଥା ବରଗଡ଼ ଉପ ଜିଲାପାଳ ଲଲାଟ ଲୁହା, ପଦ୍ମପୁର ଉପଜିଲାପାଳ ସଦାକର କୁମ୍ଭାର, ସାଧାରଣ ନିର୍ବାଚନ ପର୍ଯ୍ୟବେକ୍ଷକ ନୃସିଂହ ଚରଣ ସ୍ବାଇଁ, ଅତାବିରା ବିଡ଼ିଓ ପ୍ରମୋଦ କୁମାର ମେହେର ପ୍ରମୁଖ ନିର୍ବାଚନ ତଦାରଖ କରୁଛନ୍ତି।

ସୂଚନାଯୋଗ୍ୟ, ଅନୁସୂଚିତ ଜନଜାତି ବର୍ଗ ପାଇଁ ସଂରକ୍ଷିତ ନଗରପାଳ ଆସନରେ ୩ ପ୍ରମୁଖ ରାଜନୈତିକ ଦଳ ସମେତ ସ୍ବାଧୀନ ପ୍ରାର୍ଥୀଙ୍କୁ ମିଶାଇ ମୋଟ ୪ଜଣ ନିର୍ବାଚନୀ ମଇଦାନରେ ରହିଛନ୍ତି। ସେହିପରି ୧୨ଟି ୱାର୍ଡରେ ନଗରପାଳ ପ୍ରାର୍ଥୀଙ୍କୁ ମିଶାଇ ମୋଟ ୪୩ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ୱିତା କରୁଛନ୍ତି। ୧୬ଟି ବୁଥ୍‌ରେ ମୋଟ ୧୩,୫୨୦ ଭୋଟର ରହିଥିବା ବେଳେ ସେମାନଙ୍କ ମଧ୍ୟରେ ୬୭୭୭ ମହିଳା ଓ ୬୭୪୩ ପୁରୁଷ ଭୋଟର ନିଜ ମତ ସାବ୍ୟସ୍ତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?