ଅତାବିରା ଆର୍‌ଏମ୍‌ସିରେ ଅଚଳାବସ୍ଥା ଜାରି: ପଞ୍ଚମ ଦିନରେ ଉଠାଣ ଶୂନ

ଅତାବିରା, ୩ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ଅଧୀନ ଗୋଡ଼ଭଗା ଓ ଅତାବିରା ମଣ୍ଡିରୁ କେବଳ ୧୫୦ କୁଇଣ୍ଟାଲ ଅର୍ଥାତ ୩୫୩ ପ୍ୟାକେଟ ଧାନ ଉଠାଯାଇଛି। ବର୍ତ୍ତମାନ ସୁଦ୍ଧା ଅତାବିରା ଆର୍‌ଏମ୍‌ସି ଅଧୀନରେ ଅତାବିରା ବ୍ଲକର ବିଭିନ୍ନ ମଣ୍ଡିରେ ସରକାରୀ ଟୋକନ ଥିବା ଚାଷୀଙ୍କ ୪୬୬୨୩ ହଜାର ପ୍ୟାକେଟ ପଡ଼ିଥିବା ବେଳେ ବେସରକାରୀ ଭାବେ ଲକ୍ଷାଧିକ ପ୍ୟାକେଟ ଧାନ ଖୋଲା ଆକାଶ ତଳେ ପଡ଼ି ରହିଛି l ନାନା ଆଳ ଦେଖାଇ ଧାନକିଣାକୁ ବିଳମ୍ବିତ କରାଯାଉଥିବାରୁ ଭିନ୍ନ ଭିନ୍ନ ସ୍ଥାନରେ ଚାଷୀ ଆନ୍ଦୋଳନ ଦେଖିବାକୁ ମିଳିଛି।
ଅନ୍ୟପଟେ ଚଳିତ ବର୍ଷ କେନ୍ଦ୍ରସରକାର ଏମ୍‌ଏସ୍‌ପି ଉପରେ ୬୯ ଟଙ୍କା ବୃଦ୍ଧି କରିଛନ୍ତି l ଯାହାକି ଧାନର ସହାୟକ ମୂଲ୍ୟ ୨୩୬୯ ଏବଂ ରାଜ୍ୟ ସରକାରଙ୍କ ଦ୍ୱାରା ଦିଆ ଯାଇଥିବା ୮୦୦ଟଙ୍କା ବୋନସକୁ ମିଶାଇଲେ ଚାଷୀ ତାର ପ୍ରାପ୍ୟ କୁଇଣ୍ଟଲ ପିଛା ୩୧୬୯ ଟଙ୍କା ପାଇବା କଥା। କିନ୍ତୁ ବର୍ତ୍ତମାନ ସରକାର କହିଛନ୍ତି ଚାଷୀ କେବଳ ୩୧୦୦ ଟଙ୍କା ହିଁ ପାଇବ। ତେବେ ବର୍ଦ୍ଧିତ ଏମ୍‌ଏସ୍‌ପି ଗଲା କୁଆଡେ ବୋଲି ଚାଷୀ ପ୍ରଶ୍ନ କରିଛନ୍ତି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri