Posted inଜାତୀୟ

ମନେପଡନ୍ତି ଅଟଳ ଜୀ

ନୂଆଦିଲ୍ଲୀ, ୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଆଜି ତୃତୀୟ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ୧୯୨୪ ମସିହା ଡିସେମ୍ବର ୨୫ତାରିଖରେ ଅଟଳ ବିହାରୀ ବାଜପେୟୀଙ୍କ ଗୋଆଲିଅର ଜନ୍ମ ହୋଇଥିଲା। ମା’ଙ୍କ ନାମ କ୍ରିଷ୍ଣା ଦେବୀ ଓ ବାପାଙ୍କ ନାମ କ୍ରିଷ୍ଣବିହାରୀ ବାଜପେୟୀ। ବାପା ଥିଲେ ସ୍କୁଲ ଶିକ୍ଷକ ଏବଂ ଜଣେ କବି । ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିଜର ସ୍କୁଲ ଶିକ୍ଷା ଆରମ୍ଭ କରିଥିଲେ ଅଟଳବିହାରୀ ବାଜପେୟୀ ତତକାଳୀନ ଗୋଆଲିଅର ଭିକ୍ଟୋରିଆ କଲେଜ ଓ ବର୍ତ୍ତମାନର ଲକ୍ଷ୍ମୀବାଇ କଲେଜରୁ ଡିଷ୍ଟିଙ୍ଗସନ ସହ ସ୍ନାତକ ଶିକ୍ଷା ସମାପ୍ତ କରିଥିଲେ। ହିନ୍ଦୀ, ଇଂରାଜୀ ଓ ସଂସ୍କୃତରେ ସେ ସ୍ନାତକ କରିଥିଲେ। ଡିଏଭି ମହାବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ।
ଅଟଳ ବିହାରୀ ବାଜପେୟୀ ୯ଥର ଲୋକ ସଭା ଏମ୍‌ପି ହୋଇଥିବା ବେଳେ ୨ଥର ରାଜ୍ୟ ସଭାକୁ ମନୋନୀତ ହୋଇଥିଲେ। ସେହିପରି ୩ଥର ଦେଶର ପ୍ରଧାନମନ୍ତ୍ରୀ ହେବାର ସୌଭାଗ୍ୟ ଲାଭ କରିଥିଲେ ବାଜପେୟୀ । ୧୯୯୬ରେ ସେ ୧୩ଦିନ ପାଇଁ ପ୍ରଧାନମନ୍ତ୍ରୀ ହୋଇଥିଲେ । ଏହାପରେ ୧୯୯୮ରେ ୧୧ମାସ ଧରି କ୍ଷମତାରେ ଥିବାବେଳେ ୧୯୯୮ରୁ ୨୦୦୪ରେ ପୁଣି ଥରେ ପ୍ରଧାନମନ୍ତ୍ରୀ ହୋଇଥିଲେ।
ସମ୍ମାନ
୨୦୧୫: ଭାରତ ରତ୍ନ
୧୯୯୪: ଲୋକମାନ୍ୟ ତିଳକ ପୁରସ୍କାର
୧୯୯୪: ସର୍ବଶ୍ରେଷ୍ଠ ସାଂସଦ
୧୯୯୪: ଭାରତରତ୍ନ ପଣ୍ଡିତ ଗୋବିନ୍ଦ ବଲ୍ଲଭ ପନ୍ଥ ପୁରସ୍କାର
୧୯୯୩: କାନପୁର ବିଶ୍ୱବିଦ୍ୟାଳୟଦ୍ୱାରା ସମ୍ମାନଜନକ ଡକ୍ଟରେଟ ଉପାଧି
୧୯୯୨: ପଦ୍ମ ବିଭୂଷଣ


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?