Posted inଜାତୀୟ

ମନେପଡନ୍ତି ଅଟଳ ଜୀ

ନୂଆଦିଲ୍ଲୀ, ୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଆଜି ତୃତୀୟ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ୧୯୨୪ ମସିହା ଡିସେମ୍ବର ୨୫ତାରିଖରେ ଅଟଳ ବିହାରୀ ବାଜପେୟୀଙ୍କ ଗୋଆଲିଅର ଜନ୍ମ ହୋଇଥିଲା। ମା’ଙ୍କ ନାମ କ୍ରିଷ୍ଣା ଦେବୀ ଓ ବାପାଙ୍କ ନାମ କ୍ରିଷ୍ଣବିହାରୀ ବାଜପେୟୀ। ବାପା ଥିଲେ ସ୍କୁଲ ଶିକ୍ଷକ ଏବଂ ଜଣେ କବି । ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିଜର ସ୍କୁଲ ଶିକ୍ଷା ଆରମ୍ଭ କରିଥିଲେ ଅଟଳବିହାରୀ ବାଜପେୟୀ ତତକାଳୀନ ଗୋଆଲିଅର ଭିକ୍ଟୋରିଆ କଲେଜ ଓ ବର୍ତ୍ତମାନର ଲକ୍ଷ୍ମୀବାଇ କଲେଜରୁ ଡିଷ୍ଟିଙ୍ଗସନ ସହ ସ୍ନାତକ ଶିକ୍ଷା ସମାପ୍ତ କରିଥିଲେ। ହିନ୍ଦୀ, ଇଂରାଜୀ ଓ ସଂସ୍କୃତରେ ସେ ସ୍ନାତକ କରିଥିଲେ। ଡିଏଭି ମହାବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ।
ଅଟଳ ବିହାରୀ ବାଜପେୟୀ ୯ଥର ଲୋକ ସଭା ଏମ୍‌ପି ହୋଇଥିବା ବେଳେ ୨ଥର ରାଜ୍ୟ ସଭାକୁ ମନୋନୀତ ହୋଇଥିଲେ। ସେହିପରି ୩ଥର ଦେଶର ପ୍ରଧାନମନ୍ତ୍ରୀ ହେବାର ସୌଭାଗ୍ୟ ଲାଭ କରିଥିଲେ ବାଜପେୟୀ । ୧୯୯୬ରେ ସେ ୧୩ଦିନ ପାଇଁ ପ୍ରଧାନମନ୍ତ୍ରୀ ହୋଇଥିଲେ । ଏହାପରେ ୧୯୯୮ରେ ୧୧ମାସ ଧରି କ୍ଷମତାରେ ଥିବାବେଳେ ୧୯୯୮ରୁ ୨୦୦୪ରେ ପୁଣି ଥରେ ପ୍ରଧାନମନ୍ତ୍ରୀ ହୋଇଥିଲେ।
ସମ୍ମାନ
୨୦୧୫: ଭାରତ ରତ୍ନ
୧୯୯୪: ଲୋକମାନ୍ୟ ତିଳକ ପୁରସ୍କାର
୧୯୯୪: ସର୍ବଶ୍ରେଷ୍ଠ ସାଂସଦ
୧୯୯୪: ଭାରତରତ୍ନ ପଣ୍ଡିତ ଗୋବିନ୍ଦ ବଲ୍ଲଭ ପନ୍ଥ ପୁରସ୍କାର
୧୯୯୩: କାନପୁର ବିଶ୍ୱବିଦ୍ୟାଳୟଦ୍ୱାରା ସମ୍ମାନଜନକ ଡକ୍ଟରେଟ ଉପାଧି
୧୯୯୨: ପଦ୍ମ ବିଭୂଷଣ


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri