Posted inଜାତୀୟ

ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬ ।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧଦିବସରେ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାର୍ଷ୍ଟପତି ଜଗଦୀପ ଧନଖଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟ ନେତାମାନେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଅଟଳ ସାମଧୀ ସ୍ଥଳରେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
୨୦୧୮ ମସିହା ଠିକ ଆଜିର ଦିନରେ ଅର୍ଥାତ୍ ଅଗଷ୍ଟ ୧୬ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପରଲୋକ ହୋଇଥିଲା । ଭାରତୀୟ ଜନତା ପାର୍ଟି(ଭାଜପା) ବାଜପେୟୀଙ୍କ ନୀତିକୁ ମୋଦି ମନେପକାଇବା ସହ ଶ୍ରଦ୍ଧା ସୁମନ ଦେଶ ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି । ସରକାରଙ୍କର ବହୁ ମନ୍ତ୍ରୀ ଟୁଇଟର ଜରିଆରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି । ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଟୁଇଟରେ ଲେଖିଛନ୍ତି, ଶ୍ରଦ୍ଧେୟ ଅଟଳ ଜୀ ଭାରତ ମାତାର ଗୌରବକୁ ପୁନଃସ୍ଥାପିତ କରିବାକୁ ଜୀବନର ପ୍ରତ୍ୟେକ କ୍ଷଣକୁ ଉତ୍ସର୍ଗ କରି ଦେଇଥିଲେ । ସେ ଭାରତୀୟ ରାଜନୀତିରେ ଗରିବ କଲ୍ୟାଣ ଓ ସୁଶାସନର ନୂଆ ଯୁଗର ଆରମ୍ଭ କରିଥିଲେ । ଏହାସହ ବିଶ୍ୱକୁ ଭାରତର ସାହସ ଓ ଶକ୍ତି ବିଷୟରେ ଅବଗତ କରାଇଥିଲେ । ଆଜି ତାଙ୍କ ଶ୍ରାଦ୍ଧ ଦିବସରେ କୋଟି କୋଟି ପ୍ରଣାମ ।
ସେହିପରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବି ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହ ଭାରତ ବିକାଶରେ ତାଙ୍କ ଯୋଗଦାନକୁ ଅବିସ୍ମରଣୀୟ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri