Posted inଜାତୀୟ

ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬ ।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧଦିବସରେ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାର୍ଷ୍ଟପତି ଜଗଦୀପ ଧନଖଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟ ନେତାମାନେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଅଟଳ ସାମଧୀ ସ୍ଥଳରେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
୨୦୧୮ ମସିହା ଠିକ ଆଜିର ଦିନରେ ଅର୍ଥାତ୍ ଅଗଷ୍ଟ ୧୬ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପରଲୋକ ହୋଇଥିଲା । ଭାରତୀୟ ଜନତା ପାର୍ଟି(ଭାଜପା) ବାଜପେୟୀଙ୍କ ନୀତିକୁ ମୋଦି ମନେପକାଇବା ସହ ଶ୍ରଦ୍ଧା ସୁମନ ଦେଶ ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି । ସରକାରଙ୍କର ବହୁ ମନ୍ତ୍ରୀ ଟୁଇଟର ଜରିଆରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି । ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଟୁଇଟରେ ଲେଖିଛନ୍ତି, ଶ୍ରଦ୍ଧେୟ ଅଟଳ ଜୀ ଭାରତ ମାତାର ଗୌରବକୁ ପୁନଃସ୍ଥାପିତ କରିବାକୁ ଜୀବନର ପ୍ରତ୍ୟେକ କ୍ଷଣକୁ ଉତ୍ସର୍ଗ କରି ଦେଇଥିଲେ । ସେ ଭାରତୀୟ ରାଜନୀତିରେ ଗରିବ କଲ୍ୟାଣ ଓ ସୁଶାସନର ନୂଆ ଯୁଗର ଆରମ୍ଭ କରିଥିଲେ । ଏହାସହ ବିଶ୍ୱକୁ ଭାରତର ସାହସ ଓ ଶକ୍ତି ବିଷୟରେ ଅବଗତ କରାଇଥିଲେ । ଆଜି ତାଙ୍କ ଶ୍ରାଦ୍ଧ ଦିବସରେ କୋଟି କୋଟି ପ୍ରଣାମ ।
ସେହିପରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବି ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହ ଭାରତ ବିକାଶରେ ତାଙ୍କ ଯୋଗଦାନକୁ ଅବିସ୍ମରଣୀୟ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri