Atal Pension Yojana: ପ୍ରତି ମାସରେ ଆକାଉଣ୍ଟକୁ ଆସିବ ୫ହଜାର ଟଙ୍କା, ୧୮ବର୍ଷ ବୟସରେ ବି କରିପାରିବେ ଆବେଦନ

ନୂଆଦିଲ୍ଲୀ,୧୧।୪: କେନ୍ଦ୍ର ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ବ୍ୟକ୍ତିଙ୍କ ଭବିଷ୍ୟତକୁ ସୁନିଶ୍ଚିତ କରିବା ପାଇଁ ଅଟଳ ପେନସନ ଯୋଜନା (APY) କରିଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷରେ ଏହି ଯୋଜନାରେ ୧.୨୨ କୋଟି ନୂଆ ଆକାଉଣ୍ଟ ଖୋଲାଯାଇଛି।

ଅଟଳ ପେନସନ ଯୋଜନାର ସବୁଠାରୁ ବଡ଼ ବିଶେଷତ୍ୱ ହେଉଛି ଯଦି ଆପଣ ୧୮ ବର୍ଷ ବୟସରେ ଏହି ଯୋଜନାରେ ମାସିକ ୨୧୦ ଟଙ୍କା ରଖନ୍ତି। ତେବେ ୬୦ ବର୍ଷ ବୟସ ପରେ ପ୍ରତି ମାସରେ ୫୦୦୦ ଟଙ୍କା ପେନସନ ପାଇପାରିବେ। ଏହାର ଅର୍ଥ ହେଉଛି, ଆପଣଙ୍କ କମ ବିନିଯୋଗ ସରକାରଙ୍କ ସମାନ ଅବଦାନ ସହିତ ଏକ ବଡ଼ ପେନସନ ପାଣ୍ଠିରେ ପରିଣତ ହୋଇପାରେ। ଯଦି ସ୍ବାମୀ ଓ ସ୍ତ୍ରୀ ଉଭୟେ ଏହି ଯୋଜନାରେ ସାମିଲ ହୁଅନ୍ତି, ତେବେ ୬୦ ବର୍ଷ ପରେ ମାସିକ ୧୦,୦୦୦ ଟଙ୍କା ପେନସନ ସୁନିଶ୍ଚିତ ହୋଇପାରିବ।

କିଏ ଯୋଗ୍ୟ?
ଏହି ଯୋଜନା ସେହି ସମସ୍ତ ଭାରତୀୟ ନାଗରିକଙ୍କ ପାଇଁ ଉଦ୍ଦିଷ୍ଟ ଯାହାର ବୟସ ୧୮ରୁ ୪୦ ବର୍ଷ ମଧ୍ୟରେ ଅଛି ଏବଂ ଯେଉଁମାନେ ଆୟକର ପରିସର ଭୁକ୍ତ ନୁହଁନ୍ତି। ଅସଂଗଠିତ କ୍ଷେତ୍ରରେ କାମ କରୁଥିବା ଶ୍ରମିକ, ଦିନ ମଜୁରିଆ, ଛୋଟ ଦୋକାନୀ କିମ୍ବା ଅନ୍ୟାନ୍ୟ କମ ଆୟ ଅର୍ଜନକାରୀ ଏହି ଯୋଜନାରେ ସାମିଲ ହୋଇ ନିଜର ଭବିଷ୍ୟତକୁ ସୁରକ୍ଷିତ କରିପାରିବେ। ଯେଉଁମାନେ ଅନ୍ୟ କୌଣସି ସରକାରୀ ପେନସନ ଯୋଜନାରେ ନାହାଁନ୍ତି, ସେମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ।

ଅଟଳ ପେନସନ ଯୋଜନାରେ ଆକାଉଣ୍ଟ ଖୋଲିବା ବହୁତ ସହଜ। ଆପଣଙ୍କୁ ନିକଟସ୍ଥ ବ୍ୟାଙ୍କ, ପୋଷ୍ଟ ଅଫିସ କିମ୍ବା କମନ ସର୍ଭିସ ସେଣ୍ଟର (CSC) ଯାଇ ଆଧାର କାର୍ଡ, ବ୍ୟାଙ୍କ ଆକାଉଣ୍ଟ ଓ ମୋବାଇଲ ନମ୍ବର ସହିତ ଆବେଦନ କରିବାକୁ ହେବ। ଏହା ପରେ, ଆପଣ ନିଜର ସାମର୍ଥ୍ୟ ଅନୁସାରେ ମାସିକ ୫୫ ଟଙ୍କାରୁ ୨୧୦ ଟଙ୍କା ପର୍ଯ୍ୟନ୍ତ ଜମା କରିପାରିବେ। ସରକାର ମଧ୍ୟ ସମାନ ପରିମାଣରେ ଅବଦାନ ଦେଇ ଆପଣଙ୍କ ପେନସନ ପାଣ୍ଠିକୁ ବୃଦ୍ଧି କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri