Posted inଜାତୀୟ

ପୁଣି ସାବରମତି ଜେଲ୍‌ ଫେରିଯିବେ ଅତିକ

ପ୍ରୟାଗରାଜ,୨୮।୩: ୪୪ ବର୍ଷ ଧରି ଅପରାଧ ଜଗତରେ ଆତଙ୍କ ଚଳାଇଥିବା ଅତିକ ଅହମ୍ମଦଙ୍କୁ ପ୍ରଥମ ଥର ପାଇଁ ଦଣ୍ଡିତ କରାଯାଇଛି। ୨୦୦୬ ଉମେଶ ପାଲ ଅପହରଣ ମାମଲାରେ ପ୍ରୟାଗରାଜର ଏମ୍‌ପି-ଏମ୍‌ଏଲ୍‌ଏ କୋର୍ଟ ଅତିକ ଅହମ୍ମଦ, ହନିଫ ଏବଂ ଦିନେଶ ପାସିଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏତତଦ୍‌ ବ୍ୟତୀତ ଏହି ୩ଜଣ ଦୋଷୀଙ୍କୁ ୧-୧ଲକ୍ଷ ଟଙ୍କାର ଜରିମାନା ଲଗାଇଛନ୍ତି କୋର୍ଟ। ଏହି ଟଙ୍କା ଉମେଶ ପାଲଙ୍କ ପରିବାରଙ୍କୁ କ୍ଷତିପୂରଣ ଆକାରରେ ଦେବାକୁ ନିର୍ଦ୍ଦେଶ ରହିଛି। ତେବେ କୋର୍ଟଙ୍କ ଏହି ନିଷ୍ପତ୍ତି ବିରୋଧରେ ଅତିକ ଅହମ୍ମଦ ହାଇକୋର୍ଟ ଯିବେ ବୋଲି ଜଣାପଡ଼ିଛି। ଅନ୍ୟପଟେ ଦଣ୍ଡାଦେଶ ଶୁଣିବା ପରେ ଅତିକ ଅହମ୍ମଦ ତାଙ୍କୁ ସାବରମତିି ଜେଲକୁ ପଠାଇବାକୁ କୋର୍ଟଙ୍କୁ ଅନୁରୋଧ କରିଥିଲେ। ଅତିିକ କହିଥିଲେ ଯେ, ମୋତେ ସାବରମତି ଜେଲକୁ ପଠାଇଦିଅନ୍ତୁ, ମୁଁ ଏଠାରେ ରହିବାକୁ ଚାହେଁ ନାହିଁ। ପୋଲିସ ମୋ ବିରୋଧରେ ମାମଲାର ବୋଝ ଲଦିଦେବ ବୋଲି ସେ କୋର୍ଟକୁ କହିଥିଲେ। ତେବେ ଅତିକଙ୍କ ଅନୁରୋଧ ପରେ ବି ପୋଲିସ ତାଙ୍କୁ ପୁନର୍ବାର ନୈନି ଜେଲକୁ ଆଣିଥିଲା, କିନ୍ତୁ ତାଙ୍କୁ ଉକ୍ତ ଜେଲରେ ରଖିବାକୁ ପୋଲିସ ପାଖରେ ନିର୍ଦ୍ଦେଶ ନ ଥିଲା। ତେଣୁ ବର୍ତ୍ତମାନ ଅତିକ ଅହମ୍ମଦଙ୍କୁ ସାବରମତି ଜେଲକୁ ପଠାଯିବ। ଆଉ କିଛି ସମୟ ପରେ ପ୍ରୟାଗରାଜ ପୋଲିସ ତାଙ୍କୁ ସାବରମତି ଜେଲକୁ ନେଇଯିବ। ଅହମ୍ମଦାବାଦ ଯିବା ପାଇଁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇସାରିଛି। ଅନ୍ୟପଟେ ଅତିକଙ୍କ ଭାଇ ଅଶରଫଙ୍କୁ ମଧ୍ୟ କୋର୍ଟରୁ ସିଧା ବରେଲୀ ଜେଲକୁ ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri