ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଜଣେ ବ୍ୟକ୍ତି ସାପକୁ ପାଣି ପିଆଉଥିବା ଦେଖିବାକୁ ମିଳଛି। ସେ ସାପ ପାଖରେ ବସି ତାକୁ ଏକ ବୋତଲରେ ପାଣି ପିଅଉଛନ୍ତି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଭାଇରାଲ ହେବାରେ ଲାଗିଛି।
Love & water…
Two best ingredients of life pic.twitter.com/dy3qB40m6N— Susanta Nanda IFS (@susantananda3) February 16, 2021