ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ, ସମ୍ପତ୍ତି ଦେଖି ଭିଜିଲାନ୍ସ ତାଜୁବ

କଟକ,୮ା୮ (କାର୍ତ୍ତିକ ସାହୁ): କଟକ ଜିଲା ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଭିଜିଲାନ୍ସର ୮ଟି ଟିମ୍‌ ଏକକାଳୀନ ବିଡିଓ ସାହୁଙ୍କ ଆଠଗଡ଼ସ୍ଥିତ ସରକାରୀ କାର୍ଯ୍ୟାଳୟ ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ଼ର ୮ଟି ସ୍ଥାନରେ ବୁଧବାର ଚଢ଼ାଉ କରିଛି। ଚଢ଼ାଉବେଳେ ବିଡିଓ ସାହୁ ଓ ତାଙ୍କ ପରିବାର ସଦସ୍ୟଙ୍କ ନାମରେ ରହିଥିବା ୨ଟି କୋଠା, ୩ ପ୍ଲଟ୍‌, ଭୁବନେଶ୍ୱରରେ ଗୋଟିଏ ଫ୍ଲାଟ୍‌, ୪୭ ଲକ୍ଷ ଟଙ୍କାର ଜମା, ନଗଦ ୬.୧୧ ଲକ୍ଷ ଟଙ୍କା, ଦାମୀ ଡାଏମଣ୍ଡ ନେକ୍‌ଲେସ୍‌, ପ୍ରାୟ ୩୦୦ ଗ୍ରାମ୍‌ର ସୁନା, ଦୁଇଟି ୪ ଚକିଆ ଗାଡ଼ି ଆଦି ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ କରାଯାଇଛି। ସୂଚନା ଅନୁସାରେ, ଖୋର୍ଦ୍ଧାର ଭାଲିବଡ଼ିରେ ଗୋଟିଏ କୋଠା, ନୟାଗଡ଼ର ରାଜସୁନାଖଳାରେ ପୈତୃକ ବାସଗୃହ ଗୋଟିଏ ତିନିମହଲା କୋଠା, ୩ଟି ପ୍ଲଟ୍‌, ଭୁବନେଶ୍ୱର ଗୌତମ ନଗରରେ ୨-ବିଏଚ୍‌କେ ଫ୍ଲାଟ୍‌ ରହିଛି। ସାହୁଙ୍କ ଏତେ ସମ୍ପତ୍ତିର ଉତ୍ସ ସମ୍ପର୍କରେ ଭିଜିଲାନ୍ସ ଖୋଳତାଡ଼ କରୁଛି। ସମ୍ପତ୍ତି ତାଲିକା ଆହୁରି ଅଧିକ ହେବାର ସମ୍ଭାବନା ରହିଛି। ପ୍ରଦୀପ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଫଳରେ ଭିଜିଲାନ୍ସ ବୁଧବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା। ୨୦୨୩ ଫେବୃଆରୀ ୧ରେ ପ୍ରଦୀପ ଆଠଗଡ଼ ବିଡିଓ ଭାବେ ନିଯୁକ୍ତି ପାଇଥିଲେ। ଏହାପୂର୍ବରୁ ସେ ନରସିଂହପୁର ବ୍ଲକରେ କାର୍ଯ୍ୟରତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri