ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ, ସମ୍ପତ୍ତି ଦେଖି ଭିଜିଲାନ୍ସ ତାଜୁବ

କଟକ,୮ା୮ (କାର୍ତ୍ତିକ ସାହୁ): କଟକ ଜିଲା ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଭିଜିଲାନ୍ସର ୮ଟି ଟିମ୍‌ ଏକକାଳୀନ ବିଡିଓ ସାହୁଙ୍କ ଆଠଗଡ଼ସ୍ଥିତ ସରକାରୀ କାର୍ଯ୍ୟାଳୟ ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ଼ର ୮ଟି ସ୍ଥାନରେ ବୁଧବାର ଚଢ଼ାଉ କରିଛି। ଚଢ଼ାଉବେଳେ ବିଡିଓ ସାହୁ ଓ ତାଙ୍କ ପରିବାର ସଦସ୍ୟଙ୍କ ନାମରେ ରହିଥିବା ୨ଟି କୋଠା, ୩ ପ୍ଲଟ୍‌, ଭୁବନେଶ୍ୱରରେ ଗୋଟିଏ ଫ୍ଲାଟ୍‌, ୪୭ ଲକ୍ଷ ଟଙ୍କାର ଜମା, ନଗଦ ୬.୧୧ ଲକ୍ଷ ଟଙ୍କା, ଦାମୀ ଡାଏମଣ୍ଡ ନେକ୍‌ଲେସ୍‌, ପ୍ରାୟ ୩୦୦ ଗ୍ରାମ୍‌ର ସୁନା, ଦୁଇଟି ୪ ଚକିଆ ଗାଡ଼ି ଆଦି ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ କରାଯାଇଛି। ସୂଚନା ଅନୁସାରେ, ଖୋର୍ଦ୍ଧାର ଭାଲିବଡ଼ିରେ ଗୋଟିଏ କୋଠା, ନୟାଗଡ଼ର ରାଜସୁନାଖଳାରେ ପୈତୃକ ବାସଗୃହ ଗୋଟିଏ ତିନିମହଲା କୋଠା, ୩ଟି ପ୍ଲଟ୍‌, ଭୁବନେଶ୍ୱର ଗୌତମ ନଗରରେ ୨-ବିଏଚ୍‌କେ ଫ୍ଲାଟ୍‌ ରହିଛି। ସାହୁଙ୍କ ଏତେ ସମ୍ପତ୍ତିର ଉତ୍ସ ସମ୍ପର୍କରେ ଭିଜିଲାନ୍ସ ଖୋଳତାଡ଼ କରୁଛି। ସମ୍ପତ୍ତି ତାଲିକା ଆହୁରି ଅଧିକ ହେବାର ସମ୍ଭାବନା ରହିଛି। ପ୍ରଦୀପ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଫଳରେ ଭିଜିଲାନ୍ସ ବୁଧବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା। ୨୦୨୩ ଫେବୃଆରୀ ୧ରେ ପ୍ରଦୀପ ଆଠଗଡ଼ ବିଡିଓ ଭାବେ ନିଯୁକ୍ତି ପାଇଥିଲେ। ଏହାପୂର୍ବରୁ ସେ ନରସିଂହପୁର ବ୍ଲକରେ କାର୍ଯ୍ୟରତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୦୦ କୋଟି ଟଙ୍କାର ଡ୍ରଗ୍ସ ଜବତ

ମୁମ୍ବାଇ,୧୮ା୮: ମୁମ୍ବାଇର ଜବାହରଲାଲ ନେହେରୁ ବନ୍ଦର ନିକଟ କଣ୍ଟେନର ଫ୍ରେଇଟ୍‌ ଷ୍ଟେଶନରେ ମକା ଚାଲାଣ ଭିତରୁ ୫୫ କେ.ଜି. ମେଥାମ୍ଫେଟାମାଇନ୍‌ ଜବତ ହୋଇଛି। ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ…

ଶାହରୁଖଙ୍କ ଘରେ ସାପ

ମୁମ୍ବାଇ,୧୮ା୮: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ୍‌ଙ୍କ ମୁମ୍ବାଇ ବାସଭବନ ମାନତ୍‌ରୁ ସୋମବାର ରାତିରେ ୨ଟି ସାପ ଦେଖିବାକୁ ମିଳିଥିଲା। ବାସଭବନ ବଗିଚାର ଏକ ସେଡ୍‌ ତଳେ ସାପ…

ହୋଇଗଲା କି Ayesha Khanଙ୍କ ନିର୍ବନ୍ଧ? ମିଷ୍ଟ୍ରି ମ୍ୟାନ୍‌ଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ଚମକାଇଲେ

ମୁମ୍ବାଇ: ଟିଭି ଏବଂ ବଲିଉଡ଼ର ଜଣାଶୁଣା ଅଭିନେତ୍ରୀ ଆୟଶା ଖାନ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ରୁହନ୍ତି। ’ବିଗ ବସ 17’ ରୁ ଆରମ୍ଭ…

ଲଗାଣ ବର୍ଷା: ଏହି ଜିଲାରେ ବନ୍ଦ ରହିବ ସମସ୍ତ ସ୍କୁଲ

ସୁନ୍ଦରଗଡ଼, ୧୮ା୮(ଜୟ ନାରାୟଣ ମେଣ୍ଡୁଳି)- ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର…

ମହିଳା ହକି ବିଶ୍ୱକପ୍‌ରେ ଭାରତର ବଡ଼ ବିଜୟ

ଆମଷ୍ଟେଲଭିନ୍‌,୧୮ା୮: ଓଡ଼ିଆ ଝିଅ ସୁନେଲିତା ଟପ୍ପୋଙ୍କ ଗୋଲ ବଳରେ ଚଳିତ ଏଫ୍‌ଆଇଏଚ୍‌ ମହିଳା ହକି ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ମ୍ୟାଚ୍‌ରେ ଭାରତ ୬-୧ ଗୋଲରେ ଦକ୍ଷିଣ…

କାର୍ଯ୍ୟବନ୍ଦ ଚେତାବନୀ ଦେଲେ ହସ୍ପିଟାଲ କର୍ମଚାରୀ

ନବରଙ୍ଗପୁର,୧୮।୮(ସଦାଶିବ ପ୍ରହରାଜ): ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି ଅଲ୍‌ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଂଘ ନବରଙ୍ଗପୁର ଜିଲା ଶାଖା। ମଙ୍ଗଳବାର ଭାରତୀୟ…

୨୦୨୫ ପାଇଁ ଖେଳରତ୍ନ ପୁରସ୍କାର ନାହିଁ, ତେଜସ୍ବିନ, ଦିବ୍ୟା, ଗାୟତ୍ରୀଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ, ୧୮ା୮- ୨୦୨୫ ବର୍ଷ ଲାଗି କୌଣସି ଆଥଲେଟ୍‌ଙ୍କୁ ସମାନ୍‌ଜନକ ଧ୍ୟାନ୍‌ ଚାନ୍ଦ ଖେଳରତ୍ନ ପୁରସ୍କାର ଦିଆଯିବ ନାହିଁ। ଏ ନେଇ କ୍ରୀଡ଼ା ମନ୍ତ୍ରଣାଳୟ ମଙ୍ଗଳବାର ନିଷ୍ପତ୍ତି…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri