ରାହୁଲଙ୍କ ଅସ୍ତ୍ରୋପଚାର ସଫଳ

ଭାରତୀୟ କ୍ରିକେଟର କେ.ଏଲ ରାହୁଲ ଏବେ ଅସ୍ତ୍ରୋପଚାର ପାଇଁ ଜର୍ମାନୀରେ ଅଛନ୍ତି। ତାଙ୍କୁ ସହ ଗର୍ଲଫ୍ରେଣ୍ଡ ତଥା ଅଭିନେତ୍ରୀ ଆଥିଆ ଶେଟ୍ଟୀ ମଧ୍ୟ ଅଛନ୍ତି। ନିକଟରେ ରାହୁଲ ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରି ନିଜ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, କିଛି ସପ୍ତାହ କଷ୍ଟସାଧ୍ୟ ଥିଲା କିନ୍ତୁ ଅସ୍ତ୍ରୋପଚାର ସଫଳ ହୋଇଥିଲା। ମୁଁ ସୁସ୍ଥ ହେଉଛି। ଆପଣ ସମସ୍ତଙ୍କର ପ୍ରାର୍ଥନା ପାଇଁ ଧନ୍ୟବାଦ। ଶୀଘ୍ର ଆମର ଦେଖାହେବ। ଆଥିଆ ମଧ୍ୟ ରାହୁଲଙ୍କ ଫଟୋକୁ ଇନଷ୍ଟାଗ୍ରାମର ଷ୍ଟାଟସ୍‌ରେ ଶେୟାର କରି ସ୍ମାଇଲ ଇମୋଜି ଦେଇଛନ୍ତି। ଫଟୋରେ ରାହୁଲ ଏକ ଧଳା ଟି-ଶର୍ଟ ପିନ୍ଧି ଖଟ ଉପରେ ବସି ହସୁ ଥିବା ନଜର ଆସିଛନ୍ତି।
ନିକଟରେ ଦିଲ୍ଲୀ ଟି-୨୦ ପୂର୍ବରୁ କେ.ଏଲ ରାହୁଲ ଅଭ୍ୟାସ ବେଳେ ଆହତ ହୋଇଥିଲେ। ଆଘାତ ଯୋଗୁ ତାଙ୍କୁ ପୂରା ସିରିଜରୁ ବାଦ ଦିଆଯାଇଥିଲା। ଗୋଡରେ ଆଘାତ ଲାଗିଥିବାରୁ ସେ ଜର୍ମାନୀରେ ଅସ୍ତ୍ରୋପଚାର କରିଛନ୍ତି।
ଜର୍ମାନୀ ଯିବା ପୂର୍ବରୁ ଆଥିଆ ଏବଂ କେ.ଏଲ ରାହୁଲଙ୍କୁ ବିମାନବନ୍ଦରରେ ଏକାଠି ଦେଖାଯାଇଥିଲା। ଉଭୟ ଜର୍ମାନୀ ଅଭିମୁଖେ ଯାଉଥିଲେ। ଉଭୟଙ୍କୁ ପ୍ରାୟ ଏକ ମାସ ଜର୍ମାନୀରେ ରହିବାକୁ ପଡିବ। ପ୍ରାୟ ୩ ବର୍ଷ ହେବ ଦୁହେଁ ପରସ୍ପରକୁ ଡେଟ୍‌ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri