Posted inଖେଳ

ଜନ୍ମଦିନରେ ରାହୁଲଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରେମିକା: ଜବାବରେ ମିଳିଲା…

ଭାରତୀୟ କ୍ରିକେଟର୍‌ କେ.ଏଲ ରାହୁଲ ଏବେ ଜବରଦସ୍ତ ଫର୍ମରେ ଅଛନ୍ତି। ଆଇପିଏଲ୍‌ ୨୦୨୨ରେ ସେ ଚମତ୍କାର ବ୍ୟାଟିଂ କରୁଛନ୍ତି। ଗତକାଲି ଅର୍ଥାତ୍‌ ଏପ୍ରିଲ ୧୮ରେ ସେ ତାଙ୍କ ୩୦ତମ ଜନ୍ମଦିନ ପାଳନ କରିଛନ୍ତି। ଜନ୍ମଦିନରେ ତାଙ୍କୁ ସାଥୀ ଖେଳାଳିଙ୍କ ସହ ପ୍ରଶଂସକମାନେ ମଧ୍ୟ ଶୁଭେଚ୍ଛା ଜଣାଇଥିଲେ। ଏଥିମଧ୍ୟରୁ ରାହୁଲଙ୍କ ପ୍ରେମିକା ଆଥିଆ ଶେଟ୍ଟିଙ୍କ ଜନ୍ମଦିନ ଶୁଭେଚ୍ଛା ସୁବଠୁ ଖାସ୍‌ ଥିଲା।
ଆଥିଆ ନିଜ ଇନଷ୍ଟାଗ୍ରାମରେ କେ.ଏଲ ରାହୁଲଙ୍କ ସହ ଅନେକ ଫଟୋ ଶେୟାର କରି ଲେଖିଛନ୍ତି, ତୁମ ସହିତ ଯେକୌଣସି ସ୍ଥାନରେ, ଜନ୍ମଦିନର ଶୁଭେଚ୍ଛା। ଏହାର ଜବାବରେ ରାହୁଲ ଲେଖିଛନ୍ତି, ‘ଲଭ ୟୁ’ । ଆଥିଆ ରାହୁଲଙ୍କ ସହ ତିନୋଟି କଳା ଏବଂ ଧଳା ଫଟୋ ଶେୟାର କରିଛନ୍ତି। ପ୍ରଥମ ଫଟୋରେ ଆଥିଆ ରାହୁଲଙ୍କୁ ଆଲିଙ୍ଗନ କରୁଥିବା ଦେଖିବାକୁ ମିଳୁଛି। ଦ୍ୱିତୀୟ ଫଟୋରେ ଉଭୟ ଜଙ୍ଗଲ ମଝିରେ ହାତଧରି ଚାଲୁଥିବାର ନଜର ଆସିଛନ୍ତି। ତୃତୀୟ ଫଟୋରେ ରାହୁଲ ଏବଂ ଆଥିଆ ଗାଡିରେ ବସିଥିବାର ଦେଖାଯାଇଛି। ଆଥିଆ ଏବଂ ରାହୁଲ ଦୀର୍ଘ ଦିନ ଧରି ପରସ୍ପରକୁ ଡେଟ କରୁଛନ୍ତି। ଆଥିଆ ମଧ୍ୟ ଷ୍ଟାଡିୟମରେ ରାହୁଲଙ୍କୁ ଚିୟର କରିବା ପାଇଁ ଅଧିକାଂଶ ସମୟ ଷ୍ଟାଡିୟମରେ ଉପସ୍ଥିତ ଥାନ୍ତି।
କେ.ଏଲ ରାହୁଲ ବହୁତ ଭଲ ଫର୍ମରେ ଅଛନ୍ତି। ସେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଏକ ଚମତ୍କାର ଶତକ ହାସଲ କରିଥିଲେ। ରାହୁଲ ୬୦ଟି ବଲରେ ୧୦୩ ରନର ଇନିଂସ ଖେଳିଥିଲେ। ସେ ଆଇପିଏଲ ୨୦୨୨ରେ ଲକ୍ଷ୍ନୌ ସୁପର ଜିଆଣ୍ଟସର ଅଧିନାୟକ। ରାହୁଲଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ବହୁତ ଭଲ ପ୍ରଦର୍ଶନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?