ସଡ଼କ ଦୁର୍ଘଟଣାରେ ଆଥଲେଟ୍‌ଙ୍କ ଜୀବନ ଗଲା, ସୁନାପୁଅ ମଳୟଙ୍କୁ ଝୁରୁଛି ଜନ୍ମମାଟି

ଅତାବିରା,୨୨ା୧୦(ଯୁଧିଷ୍ଠିର ମହାପାତ୍ର): ସଡ଼କ ଦୁର୍ଘଟଣାରେ ଦୁଇ ଯୁବ ଆଥଲେଟ୍‌ଙ୍କ ଜୀବନ ଚାଲିଯାଇଛି। କଟକ-ଭୁବନେଶ୍ୱର ଜାତୀୟ ରାଜପଥ ଫୁଲନଖରା ଛକରେ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମେ ଗୁରୁତର ଅବସ୍ଥାରେ ବୁଧବାର ସେମାନଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଯେଉଁଠି ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି। ବୁଧବାର ରାତିରେ ଘଟିଥିଲା ଏହି ଦୁର୍ଘଟଣା। ମୃତକ ହେଲେ ଜୟରାମ ଦଣ୍ଡପାଟ ଓ ମଳୟ ବାରିକ। ଉଭୟ କଳିଙ୍ଗ ଷ୍ଟାଡିୟମର ହାଇ ପରଫରମାନ୍ସ ସେଣ୍ଟରରେ ପ୍ରଶିକ୍ଷଣ ନେଉଥିଲେ। ବରଗଡ଼ ଜିଲା ଅତାବିରା ବ୍ଲକ ବାବେବିରା ଗ୍ରାମରେ ମଳୟ ବାରିକଙ୍କ ଜନ୍ମମାଟି। ମଳୟଙ୍କ ଅକାଳ ବିୟୋଗରେ ବାପା ଶିକ୍ଷକ ମଧୁସୂଦନ ବାରିକ ଏବଂ ଶିକ୍ଷୟିତ୍ରୀ ମାଆ ଗିରିଜା ପ୍ରଧାନ ହୃଦୟରୁ ଭାଙ୍ଗି ପଡ଼ିଛନ୍ତି। ଭୁବନେଶ୍ୱରରେ ଅନୁଷ୍ଠିତ ସର୍ବଭାରତୀୟ ୨୦ ବର୍ଷରୁ କମ୍‌ ଜାତୀୟ ୪୦୦ ମିଟର ଦୌଡ଼ ପ୍ରତିଯୋଗିତାର ସ୍ବର୍ଣ୍ଣପଦକ ବିଜେତା ଏବଂ ଚଣ୍ଡିଗଡ଼ରେ ଅନୁଷ୍ଠିତ ୪୦୦ ମିଟର ରିଲେ କାର୍ଣ୍ଣିଭାଲର ରୌପ୍ୟ ପଦକ ବିଜେତା ଆମ ଅଞ୍ଚଳର ଗର୍ବ ଓ ଗୌରବ ବାବେବିରା ନିବାସୀ ମଳୟ ବାରିକଙ୍କ ଅକାଳ ବିୟୋଗ ସାରା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସତରେ ସୁନାପୁଅ ମଳୟଙ୍କୁ ଝୁରୁଛି ଜନ୍ମମାଟି। କଟକ ବଡ଼ ମେଡିକାଲରେ ମୃତଦେହ ବ୍ୟବଚ୍ଛେଦ ପରେ ମଳୟଙ୍କ ପାର୍ଥିବ ଶରୀର ଜନ୍ମମାଟିକୁ ଅଣାଯିବ। ଏଠାରେ ଶୋକାକୁଳ ପରିବେଶରେ ଅପେକ୍ଷା କରିଥିବା ଶତାଧିକ ଗ୍ରାମବାସୀ, ପରିବାର ପରିଜନ ଶେଷ ଦର୍ଶନ ପରେ ଗାଁ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?