Posted inଖେଳ

ଅଲିମ୍ପିକ ପୂର୍ବରୁ ଟିକାକରଣ ନେଇ ଆଥ୍‌ଲେଟ ଅନୁରୋଧ କରିନାହାନ୍ତି

ଟୋକିଓ,୨୧।୪: ଟୋକିଓ ଅଲିମ୍ପିକ୍ସ ଆରମ୍ଭ ହେବାକୁ ଆଉ ୩ ମାସ ବାକି ରହିଛି । ତେବେ ଏହି ମେଗା ଇଭେଣ୍ଟ ଆରମ୍ଭ ହେବା ପୂର୍ବରୁ ଟିକାକରଣ ପାଇଁ ଏ ପର୍ଯ୍ୟନ୍ତ କୌଣସି ଆଥ୍‌ଲେଟ ଅନୁରୋଧ କରିନାହାନ୍ତି ବୋଲି ଆୟୋଜକ କମିଟି ତରଫରୁ କୁହାଯାଇଛି। ଜାପାନରେ କିନ୍ତୁ ଟିକାକରଣ ପ୍ରକ୍ରିୟା ଅତ୍ୟନ୍ତ ଧିମା ଗତିରେ ଚାଲିଛି। ଜାପାନରେ ଏ ପର୍ଯ୍ୟନ୍ତ ମାତ୍ର ୧ ପ୍ରତିଶତ ଲୋକ ଟିକା ନେଇଛନ୍ତି। ତେଣୁ ଏବେ ଅଲିମ୍ପିକ ଆୟୋଜନ ନେଇ ଆଶଙ୍କା ସୃଷ୍ଟି ହୋଇଛି। ଟିକାକରଣ ପାଇଁ କୌଣସି ଆଥ୍‌ଲେଟ ଆନୁଷ୍ଠାନିକ ଭାବେ ଅନୁରୋଧ କରିନାହାନ୍ତି ବୋଲି ଆଥ୍‌ଲେଟିକ କମିଟି ନାଓକା ଟାକାହାସୀ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି।
ଯଦି ଅଲିମ୍ପିକ ଆୟୋଜନ ହୁଏ ତେବେ ଏହା ମନ୍ଥର ଟିକାକରଣ ପ୍ରକ୍ରିୟା ପାଇଁ ଖାଲି ଷ୍ଟାଡିୟମ ତଥା ଭେନ୍ୟୁରେ ଆୟୋଜିତ ହେବ। ବିଦେଶୀ ପ୍ରଶଂସକଙ୍କୁ ପୂର୍ବରୁ ଜାପାନରେ ପ୍ରବେଶ କରିବା ନେଇ ବାରଣ କରାଯାଇଛି। ତେଣୁ ଟିକା ନେଇ ନ ଥିବା ପ୍ରଶଂସକଙ୍କୁ ନେଇ ଅଲିମ୍ପିକ ଆୟୋଜନ କରିବା ଅବାସ୍ତବ ମନେହେଉଛି। ଜାପାନରେ ପ୍ରବେଶ କରୁଥିବା କେତେକ ଅଣଜାପାନୀଙ୍କୁ ଟିକାକରଣରେ ସାମିଲ କରାଯିବ। ଆଥ୍‌ଲେଟମାନଙ୍କୁ ଟିକାକରଣରେ ସାମିଲ କରାଯିବାର କୌଣସି ଯୋଜନା ନାହିଁ ବୋଲି ସରକାରଙ୍କ ତରଫରୁ କୁହାଯାଇଛି। ତେବେ ସବୁ ଆଥ୍‌ଲେଟଙ୍କୁ ପ୍ରତିଦିନ ପରୀକ୍ଷା କରାଯିବ। ଅନ୍ୟପଟେ ଆଥ୍‌ଲେଟମାନଙ୍କୁ ଟିକା ଦିଆଯିବାକୁ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଅଧ୍ୟକ୍ଷ ଥୋମାସ ବାକ୍‌ ଉତ୍ସାହିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟେଷ୍ଟ କ୍ରିକେଟ୍‌ରେ ଏମିତି ବିଶ୍ୱରେକର୍ଡ: ପୂର୍ବରୁ କେବେ ହୋଇ ନ ଥିଲା…

ମାଉଣ୍ଟ ମାଉଙ୍ଗାନୁଇ,୨୦।୧୨: ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଟେଷ୍ଟ ଏକ ରୋମାଞ୍ଚକର ଘଟଣା ପାଲଟିଛି। ଆୟୋଜକ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନରେ...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

୨୦୨୬ ଟି-୨୦ ବିଶ୍ୱକପ ଭାରତୀୟ ଦଳ: ଏହି ୫ ଖେଳାଳି ଦଳରୁ ପଡିପାରନ୍ତି ବାଦ୍‌, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧୯।୧୨: ୨୦୨୫ ବର୍ଷ ଶେଷ ହେବା ସହିତ, ୨୦୨୬ ଟି୨୦ ବିଶ୍ୱକପ ପାଇଁ ଅପେକ୍ଷା ମଧ୍ୟ କମ ହେବାରେ ଲାଗିଛି। ଆସନ୍ତା ବର୍ଷ ଟି୨୦ ବିଶ୍ୱକପ...

IPL ୨୦୨୬ ନିଲାମ ପରେ ହଠାତ୍‌ ଅଧିନାୟକ ହେଲେ ଭେଙ୍କଟେଶ ଆୟର, ଏହି ଖେଳାଳିଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୧୯।୧୨: IPL ୨୦୨୬ ନିଲାମର କିଛି ଦିନ ପରେ, ଭେଙ୍କଟେଶ ଆୟର ଅଧିନାୟକ ହୋଇଛନ୍ତି। ଏହା ଦେଖାଯାଉଛି ଯେ IPL ୨୦୨୫ ସିଜିନ ଖରାପ ରହିବା...

ଟି-୨୦ ବିଶ୍ୱକପ ପାଇଁ ଏହି ଦିନ ଘୋଷଣା ହେବ ଟିମ ଇଣ୍ଡିଆ, ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଫେବୃଆରୀରେ ଭାରତ ଏବଂ ଶ୍ରୀଲଙ୍କାରେ ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ କେବେ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri