Posted inଖେଳ

ନାମକରଣ ଜରିଆରେ ସମ୍ମାନିତ ହେବେ କ୍ରୀଡ଼ାବିତ୍‌

ନୂଆଦିଲ୍ଲୀ, ୧୮ା୧ (ପି.ଟି.)-ଦେଶ ପାଇଁ ଗୌରବ ଆଣିଥିବା କ୍ରୀଡ଼ାବିତଙ୍କୁ ଭିନ୍ନ ଏକ ଉପାୟରେ ସମ୍ମାନିତ କରିବାକୁ ନିଷ୍ପତ୍ତି ନେଇଛି କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ। ସ୍ପୋଟର୍‌ସ ଅଥରିିଟି ଅଫ୍‌ ଇଣ୍ଡିଆ (ସାଇ)ରେ ଯେଉଁ ସୁବିଧାସୁଯୋଗ ରହିଛି, ଭବିଷ୍ୟତରେ ସେଗୁଡ଼ିକର ଆଧୁନିକୀକରଣ ସହ ଖ୍ୟାତିସମ୍ପନ୍ନ ଆଥଲେଟ୍‌ମାନଙ୍କ ନାମରେ ନାମକରଣ କରାଯିବ। ପ୍ରଥମ ପର୍ଯ୍ୟାୟରେ ଲକ୍ଷ୍ନୌସ୍ଥିତ ନ୍ୟାଶନାଲ ସେଣ୍ଟର ଅଫ୍‌ ଏକ୍ସଲେନ୍ସ (ଏନ୍‌ସିଓଇ) ପରିସରରେ ରହିଥିବା ନବ ନିର୍ମିତ ଏୟାର କଣ୍ଡିଶନ ବ୍ୟବସ୍ଥା ଥିବା ରେସ୍‌ଲିଂ ହଲ୍‌ ଓ ସୁଇମିଂପୁଲ୍‌, ଭୋପାଳସ୍ଥିତ ନ୍ୟାଶନାଲ ସେଣ୍ଟର ଅଫ୍‌ ଏକ୍ସଲେନ୍ସଠାରେ ୧୦୦ ଶଯ୍ୟାବିଶିଷ୍ଟ ହଷ୍ଟେଲ, ସୋନେପତ୍‌ସ୍ଥିତ ମଲ୍ଟିପର୍‌ପୋଜ ହଲ୍‌ ଏବଂ ଗଲର୍‌ସ ହଷ୍ଟେଲ ବ୍ୟତୀତ ଗୁଆହାଟୀସ୍ଥିତ ନୂଆ ସାଇ ଟ୍ରେନିଂ ସେଣ୍ଟରଠାରେ ରହିଥିବା ଏକ ହଷ୍ଟେଲ, ମଲ୍ଟିପରପୋଜ୍‌ ହଲ୍‌ ଏବଂ ଷ୍ଟାଫ୍‌ କ୍ୱାର୍ଟର୍ସ ସ୍ଥାନୀୟ ଷ୍ଟାର କ୍ରୀଡ଼ାବିତ୍‌ଙ୍କ ନାମରେ ନାମିତ କରାଯିବ। ଏହି ଅବସରରେ କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି, ଦେଶରେ ଏକ କ୍ରୀଡ଼ା ସଂସ୍କୃତି ଗଠନ କରିବାକୁ ହେଲେ ଆମର କ୍ରୀଡ଼ାବିତ୍‌ମାନେ ଯେପରି ଉପଯୁକ୍ତ ସମ୍ମାନ ପାଆନ୍ତି ସେଥିପ୍ରତି ଆମ୍ଭେମାନେ ଯନତ୍ବାନ ହେବା ଉଚିତ। ଏହାଦ୍ୱାରା ଯୁବପିଢି କ୍ରୀଡ଼ାକୁ ଏକ କ୍ୟାରିୟର କରିବା ଲାଗି ଉତ୍ସାହିତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri