ରାଜ୍ୟ ସ୍ତରୀୟ ବକ୍ସିଂରେ ୧ ସ୍ବର୍ଣ୍ଣ,୨ କାଂସ୍ୟ ପଦକ ହାସଲ କରି ଗୌରବ ଆଣିଲେ ଖେଳାଳି, ଛୁଟୁଛି ଶୁଭେଚ୍ଛାର ସୁଅ

ଅମରପାଲି,୨୦।୯(ପୀତାମ୍ବର ସାହୁ) ସୁବର୍ଣ୍ଣପୁର ଜିଲାର ବକ୍ସିଂ ଖେଳାଳିଙ୍କୁ ରାଜ୍ୟ ସ୍ତରୀୟ ବକ୍ସିଂ ପ୍ରତିଯୋଗିତାରେ ସଫଳତା ମିଳିଛି। ଉକ୍ତ ପ୍ରତିଯୋଗିତାରେ ଜଣେ ପ୍ରତିଯୋଗୀ ସ୍ବର୍ଣ୍ଣ ପଦକ ହାସଲ କରିଥିବାବେଳେ ଦୁଇ ଜଣ ପ୍ରତିଯୋଗୀ କାଂସ୍ୟ ପଦକ ହାସଲ କରି ସୁବର୍ଣ୍ଣପୁର ଜିଲା ପାଇଁ ଗୌରବ ଆଣିଛନ୍ତି। ସୂଚନା ଅନୁସାରେ ପୁରୀ ସ୍ଥିତ ଜିଲା ହାଇସ୍କୁଲରେ ୬୯ ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ବକ୍ସିଂ ପ୍ରତିଯୋଗିତା ଚଳିତ ୧୭ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗିତାରେ ସୁବର୍ଣ୍ଣପୁର ଜିଲାର ତିନି ଜଣ ବାଳିକା ବକ୍ସିଂରେ ଅଂଶଗ୍ରହଣ କରିଥିଲେ। ଏହି ତିନି ଜଣ ଖେଳାଳିଙ୍କ ମଧ୍ୟରୁ ଝରଣା ନାୟକଙ୍କୁ ସ୍ବର୍ଣ୍ଣ ପଦକ ମିଳିଥିବା ବେଳେ ଆଶାରାଣୀ ଧଳ ଓ ନିବେଦିତା ବେହେରାଙ୍କୁ କାଂସ୍ୟ ପଦକ ମିଳିଛି । ଆସନ୍ତା ମାସ ଶେଷ ସପ୍ତାହରେ ଅରୁଣାଚଳ ପ୍ରଦେଶରେ ହେବାକୁ ଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତାରେ ସର୍ଣ୍ଣ ପଦକ ହାସଲ କରିଥିବା ଝରଣା ନାୟକ ଅଂଶଗ୍ରହଣ କରିବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଝରଣା ନାୟକ ଏବେ କମିରା ବାପୁଜୀ ଉଚ୍ଚ ବିଦ୍ୟାଳୟରେ ନବମ ଶ୍ରେଣୀରେ ଅଧ୍ୟୟନ କରୁଛନ୍ତି। ସେହିପରି ନିବେଦିତା ବେହେରା ବଡ଼କିରାସିରା ହାଇସ୍କୁଲରେ ଦଶମ ଶ୍ରେଣୀରେ ପଢ଼ୁଥିବା ବେଳେ ଆଶାରାଣୀ ଧଳ ଯୁବରାଜପୁର ସରକାରୀ ୟୁପି ସ୍କୁଲରେ ସପ୍ତମ ଶ୍ରେଣୀର ପଢୁଛନ୍ତି। ଜିଲାର ଏହି ତିନି କ୍ରୀଡାବିତ୍‌ଙ୍କ ସଫଳତାରେ ବିଭିନ୍ନ ମହଲରୁ ପ୍ରଶଂସାର ସୁଅ ଛୁଟିଛି। ଏହି କ୍ରୀଡାବିତ୍‌ଙ୍କ ସଫଳତାରେ ସୁବର୍ଣ୍ଣପୁର ଜିଲା ଶିକ୍ଷା ଅଧିକାରିଣୀ ମୀନାରାଣୀ ମଣ୍ଡଳ,ଶାରୀରିକ ନିରିକ୍ଷକ ଜତିକାନ୍ତ ଭୋଇ,ବୀରମହାରାଜପୁର ବ୍ଲକ କ୍ରୀଡା ଶିକ୍ଷକ ସମ୍ପାଦକ ରଞ୍ଜିତ ପଧାନ,ବକ୍ସିଂ କୋଚ ରାଜେଶ କୁମାର ମେଣ୍ଡୁଳି ଏବଂ ବିଭିନ୍ନ ଅନୁଷ୍ଠାନ ଓ ବିଶିଷ୍ଟ ବ୍ୟକ୍ତି ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

୬ଟା ଯୁଦ୍ଧ ଜାହାଜ ପଠାଇଲା ଚାଇନା, ଛାନିଆ ହେଲେ ଟ୍ରମ୍ପ!

ବେଜିଂ,୨୨।୩: ତାଇୱାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ (MND) ରବିବାର (ସ୍ଥାନୀୟ ସମୟ) ସକାଳ 6:00 ଟାରେ ତାଇୱାନର ଆଞ୍ଚଳିକ ଜଳସୀମା ନିକଟରେ ଛଅଟି ଚାଇନା ନୌସେନା ଜାହାଜ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

‘ ଆପଣମାନଙ୍କ ପାଇଁ ଟ୍ରଫି ୬…’, IPL ପୂର୍ବରୁ ପ୍ରଶଂସକମାନଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୩: ମୁମ୍ବାଇ ଇଣ୍ଡିଆନ୍ସ ୨୯ ମାର୍ଚ୍ଚରେ IPL ୨୦୨୬ ଅଭିଯାନ ଆରମ୍ଭ କରିବ। ଦଳର ପ୍ରଥମ ମ୍ୟାଚ ୱାଙ୍ଖଡେରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ। ସବୁଦିନ ପରି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri