ଆଠମଲ୍ଲିକ ଏନ୍‌ଏସି ଦେଶରେ ଦ୍ୱିତୀୟ

ଅନୁଗୋଳ ଅଫିସ, ୨।୧: ଭାରତ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟକାରିତାରେ ଅନୁଗୋଳ ଜିଲା ଆଠମଲ୍ଲିକ ଏନ୍‌ଏସି ଦେଶରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ଏହି ତାଲିକାରେ ଉତ୍ତରପ୍ରଦେଶର ମଲିହାବାଦ ପ୍ରଥମ ସ୍ଥାନରେ ରହିଛି। ଏ ନେଇ ଭାରତ ସରକାରଙ୍କ ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ଆଠମଲ୍ଲିକ ଏନ୍‌ଏସିକୁ ଶ୍ରେଷ୍ଠ ନଗର ପଞ୍ଚାୟତ ଭାବେ ସମ୍ମାନ ପ୍ରଦାନ କରାଯାଇଛି। ଭିଡିଓ କନଫରେନ୍ସ ମାଧ୍ୟମରେ କେନ୍ଦ୍ର ସରକାରଙ୍କ ଗୃହ ନିର୍ମାଣ ଏବଂ ସହରାଞ୍ଚଳ ବିକାଶ ରାଷ୍ଟ୍ରମନ୍ତ୍ରୀ(ସ୍ବାଧୀନ) ହରଦୀପ ସିଂ ପୁରୀ ଏହି ସମ୍ମାନ ପ୍ରଦାନ କରିଥିଲେ। ଅନୁଗୋଳ ଏନ୍‌ଆଇସିଠାରେ ଏହି କାର୍ଯ୍ୟକ୍ରମରେ ଅନୁଗୋଳ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରକଳ୍ପ ନିର୍ଦ୍ଦେଶକ ଦିଲୀପ କୁମାର ସାହୁ, ଆଠମଲ୍ଲିକ ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ କାଦମ୍ବିନୀ ଜେନା, ଭିତ୍ତିଭୂମି ବିଶେଷଜ୍ଞ ଅଂଶୁମାନ ପୃଷ୍ଟି, କନିଷ୍ଟ ଯନ୍ତ୍ରୀ ଘନଶ୍ୟାମ ତ୍ରିପାଠୀ ଓ ଅନୁଗୋଳ ଏନ୍‌ଆଇସି ମୁଖ୍ୟ ସୁବ୍ରତ ଚାଟାର୍ଜୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ବୁଧବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

ଭଞ୍ଜନଗରରେ ବଢୁଛି ଦୁର୍ଘଟଣା: ୪ ଘଣ୍ଟାରେ ୩ ଦୁର୍ଘଟଣା, ଜଣେ ମୃତ, ଦୁଇ ଗୁରୁତର…

ଭଞ୍ଜନଗର, ୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଦୁର୍ଘଟଣା ହାର ବଢ଼ିବାରେ ଲାଗିଛି। ମଙ୍ଗଳବାର ମାତ୍ର ୪ ଘଣ୍ଟା ମଧ୍ୟରେ ଘଟିଥିବା ତିନୋଟି ପୃଥକ ପୃଥକ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri