ଅଧାପନ୍ତରିଆ ଶିଶୁ ପାର୍କ କାର୍ଯ୍ୟ ଆରମ୍ଭ

ବ୍ରହ୍ମପୁର ଅଫିସ୍‌,୨୦ା୩:ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି) ୧୯ ନଂ ୱାର୍ଡ ଅନ୍ତର୍ଗତ ଖଲାସୀ ସାହି ଛକରେ ଅଧାପନ୍ତରିଆ ଶିଶୁ ପାର୍କ ନେଇ ଗତ ୧୪ ତାରିଖରେ ଧରିତ୍ରୀରେ ପ୍ରକାଶ ପାଇବା ପରେ ବିଇଏମସି ପକ୍ଷରୁ ତପତ୍ରତା ଦେଖାଦେଇଛି। ବିଇଏମ୍‌ସି ପକ୍ଷରୁ ବର୍ତ୍ତମାନ ଉକ୍ତ ପାର୍କରେ ଶିଶୁମାନେ ଦୋଳି ଖେଳିବା ସ୍ଥାନରେ ପେଭର ବ୍ଲକ ପକାଯାଇଛି। ଏଥିସହ ଶିଶୁ ପାର୍କର ଉନ୍ନତିକରଣ ନେଇ ଅନ୍ୟାନ୍ୟ ପଦକ୍ଷେପ ଗ୍ରହଣ କରାଯାଇଥିବା ଦେଖିବାକୁ ମିଳିଛି। ସୂଚନାଥାଉ କି, ବିଇଏମ୍‌ସି ପକ୍ଷରୁ ମୁକ୍ତା ଯୋଜନା ଅଧୀନରେ ସହରରେ ୬୫ଟି ଶିଶୁ ଉଦ୍ୟାନ ପାଇଁ ୨ କୋଟି ୪୪ଲକ୍ଷ ବ୍ୟୟ ଅଟକଳ ରହିଛି। କିନ୍ତୁ ବିଇଏମ୍‌ସି ପକ୍ଷରୁ ସହରର ଅନେକ ସ୍ଥାନରେ ଶିଶୁ ପାର୍କଗୁଡିକ ଦୀର୍ଘ ଦିନ ଧରି ଅଧପନ୍ତରିଆ ଭାବେ ପଡି ରହିଥିବା ଅଭିଯୋଗ ହେଉଛି। ଫଳରେ ଅନେକ ସମୟରେ ବହୁ ଶିଶୁ ଖେଳୁଥିବା ସମୟରେ ଆହତ ହେଉଥିବା ନଜିର ରହିଛି। ଏଣୁ ଅଧପନ୍ତରିଆ ଶିଶୁ ପାର୍କ ଗୁଡିକୁ ତୁରନ୍ତ ନିର୍ମାଣ କରିବା ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri