Posted inରାଜ୍ୟ

ଅତିବଡ଼ୀ ଜଗନ୍ନାଥ ଦାସ

ଓଡ଼ିଆ ସାହିତ୍ୟରେ ଜଗନ୍ନାଥ ଦାସ ହେଉଛନ୍ତି ଜଣେ ଅମର ସ୍ରଷ୍ଟା। ଓଡ଼ିଆ ଜାତି ପାଇଁ ଜଗନ୍ନାଥ ଦାସଙ୍କ ଓଡ଼ିଆ ଭାଗବତ ଏକ ଶ୍ରେଷ୍ଠ ଅବଦାନ। ତାଙ୍କ ରଚିତ ଭାଗବତ ଓଡ଼ିଶାର ଘରେ ଘରେ ଆଦୃତ। ଏକାଧାରରେ ସେଥିଲେ ଧର୍ମପ୍ରଚାରକ, ସମାଜସଂସ୍କାରକ, ପରମ ବୈଷ୍ଣବ ଏବଂ ମହାକବି।
ଏହି ମହାତ୍ମା ୧୪୯୦ ମସିହା ଭାଦ୍ରବ ମାସ ଶୁକ୍ଳ ପକ୍ଷ ରାଧାଷ୍ଟମୀ ଦିନ ପୁରୀ ସ୍ଥିତ କପିଳେଶ୍ୱରପୁର ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତାଙ୍କ ନାମ ଭଗବାନ ଓ ମାତାଙ୍କ ନାମ ପଦ୍ମାବତୀ ଦେବୀ। ବାଲ୍ୟକାଳରୁ ଜଗନ୍ନାଥ ଦାସଙ୍କ ମନରେ ଭକ୍ତିଭାବ ଅଙ୍କୁରିତ ହୋଇଥିଲା। ସଂସ୍କୃତ ଭାଷା ପ୍ରତି ତାଙ୍କର ଖୁବ୍‌ ଆଗ୍ରହ ରହିଥିଲା। ତାଙ୍କର ଦୀକ୍ଷାଗୁରୁ ଥିଲେ ବଳରାମ ଦାସ। ଭଗବାନଙ୍କ ଭକ୍ତି ପ୍ରତି ପ୍ରେରିତ ହୋଇ ସେ ୧୯ ବର୍ଷ ବୟସରେ ଗୃହତ୍ୟାଗ କରିଥିଲେ। ଶ୍ରୀମନ୍ଦିରରେ ପ୍ରତିଦିନ ଭାଗବତ ପାଠର ବ୍ୟବସ୍ଥା ରାଜା କପିଳେନ୍ଦ୍ରଦେବ କରାଇଥିଲେ। ପ୍ରଥମେ ଅତିବଡ଼ି ଜଗନ୍ନାଥଙ୍କ ପିତା ଭଗବାନ ସେଠାରେ ଭାଗବତ ପାଠ କରୁଥିବାବେଳେ ତାଙ୍କ ଅନ୍ତେ ଜଗନ୍ନାଥ ଏହି କାର୍ଯ୍ୟରେ ନିଯୁକ୍ତ ହୋଇଥିଲେ। ସେତେବେଳେ ସଂସ୍କୃତରେ ଭାଗବତ ପଢ଼ା ହେଉଥିଲା; ଯାହାକୁ ଭକ୍ତମାନେ ସେସବୁ ସହଜରେ ବୁଝିପାରୁ ନ ଥିଲେ। ଏହି ରୀତିକୁ ପରିବର୍ତ୍ତନ କରିବାକୁ ଚିନ୍ତା କରି ସେ ସଂସ୍କୃତ ଭାଗବତର ମୌଳିକତାକୁ ବଜାୟ ରଖି ତାହାକୁ ଅତି ସରଳ ଓ ପ୍ରାଞ୍ଜଳ ଭାବରେ ଓଡ଼ିଆରେ ଅନୁବାଦ କରିଥିଲେ। ଯାହାକି ପରବର୍ତ୍ତୀ ସମୟରେ ଘରେ ଘରେ ଲୋକାଦୃତ ହୋଇପାରିଥିଲା।
୧୫୧୦ ଖ୍ରୀଷ୍ଟାବ୍ଦରେ ଶ୍ରୀ ଚୈତନ୍ୟ ପୁରୀଧାମ୍‌କୁ ଆସି ଜଗନ୍ନାଥ ଦାସଙ୍କ ମନରେ ଈଶ୍ୱରୀୟ ଭକ୍ତିଭାବନା ଦେଖି ଅତ୍ୟନ୍ତ ବିମୋହିତ ହୋଇଯାଇଥିଲେ। ଜଗନ୍ନାଥ ଦାସଙ୍କ ପାଣ୍ଡିତ୍ୟ ଏବଂ କବି ପ୍ରତିଭା ଦେଖି ଚୈତନ୍ୟ ତାଙ୍କୁ ‘ଅତିବଡ଼ୀ’ ବୋଲି ସମ୍ବୋଧନ କରିଥିଲେ। ବଳରାମ, ଅଚ୍ୟୁତାନନ୍ଦ, ଯଶୋବନ୍ତ ଓ ଶିଶୁଅନନ୍ତ ଆଦି ଉତ୍କଳୀୟ ବୈଷ୍ଣବମାନଙ୍କ ସହିତ ଜଗନ୍ନାଥ ଦାସଙ୍କ ନିବିଡ଼ ସମ୍ବନ୍ଧ ରହିଥିଲା। ଓଡ଼ିଆ ସାହିତ୍ୟ ଇତିହାସରେ ଏହି ୫ଜଣ ସାଧକଙ୍କୁ ପଞ୍ଚସଖା ବୋଲି କୁହାଯାଇଛି। ଓଡ଼ିଆ ଭାଗବତ ବ୍ୟତୀତ ଜଗନ୍ନାଥ ଦାସଙ୍କର ଆଉ କେତେକ ଜଣାଶୁଣା ରଚନା ହେଉଛି -ତୁଳାଭିଣା, ଅର୍ଥ କୋଇଲି, ଦାରୁବ୍ରହ୍ମ ଗୀତା, ମୃଗୁଣୀ ସ୍ତୁତି, ଗଜ ସ୍ତୁତି, ଦୂତୀବୋଧ, କ୍ଷେତ୍ରବର ଚଉତିଶା, ଗୁପ୍ତ ଭାଗବତ, ରାଧା ମଞ୍ଜରୀ, ଷୋଳ ଚଉପଦୀ, ପାଷାଣ୍ଡ ଦଳନ, ମନଶିକ୍ଷା, ରାସକ୍ରୀଡ଼ା, ଜଗନ୍ନାଥକାରିକା, ଧ୍ରୁବଚରିତ, ଗୁଣ୍ଡିଚାବିଜେ, ସତ୍‌ସଙ୍ଗ ଓ ଶ୍ରୀନାମଚନ୍ଦ୍ରିକା ଇତ୍ୟାଦି। ସେ ମହାଭାରତ ଓ ରାମାୟଣ ମଧ୍ୟ ରଚନା କରିଥିଲେ। ପ୍ରତ୍ୟେକ ଶ୍ରେଣୀର ଲୋକଙ୍କ ହୃଦୟରେ ଭକ୍ତିଭାବର ସଞ୍ଚାର ପାଇଁ ସେ ଅନେକ ପୁସ୍ତକ ଲେଖିଯାଇଛନ୍ତି।
ସମୁଦ୍ର କୂଳରେ ଥିବା ସାତଲହରୀ ମଠରେ ଅତିବଡ଼ିଙ୍କ ସମାଧି ପୀଠ ରହିଛି। ରାଧାଷ୍ଟମୀରେ ତାଙ୍କର ଜନ୍ମ ହୋଇଥିବାରୁ ଏହିଦିନରେ ଜନ୍ମସ୍ଥାନ କପିଳେଶ୍ୱରପୁର ଶାସନରେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ ଆଲୋଚନା ହୁଏ। ଏପରି କି ସମାଧିପୀଠରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଆଲୋଚନା ଚକ୍ର ହୁଏ। ହେଲେ ଚଳିତ ବର୍ଷ କରୋନା କଟକଣା ଯୋଗୁ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଭର୍ଚୁଆଲ ଆଲୋଚନାଚକ୍ର ଆୟୋଜନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri