ଭାଗବତର ମହକରେ ଅତିବଡ଼ି: ଝଙ୍କୃତ ହେଲା କବିତା

ଦାରିଙ୍ଗବାଡ଼ି, ୨୭/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡ. ଭୀମରାଓ ଆମ୍ବେଦକର ଜାତୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ଅପରାହ୍ନରେ ଅତିବଡ଼ି ଜଗନ୍ନାଥ ଦାସଙ୍କ ଜନ୍ମଜୟନ୍ତୀ ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି।

ଅଖିଳ ଭାରତୀୟ ସାହିତ୍ୟ ପରିଷଦର ଦାରିଙ୍ଗବାଡ଼ି ଶାଖା ତଥା ହିମକନ୍ୟା ଭାଷା, ସାହିତ୍ୟ ଓ ସାଂସ୍କୃତିକ ପରିଷଦ, ଦାରିଙ୍ଗବାଡ଼ିର ସଭାପତି ପତିତପାବନ ରାଉତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ପଞ୍ଚାୟତ ସମିତିର ବିପିସି ତଥା ବରିଷ୍ଠ କବି ଜଗନ୍ନାଥ ରଥ ଅତିଥି ଭାବେ ଯୋଗଦେଇଥିଲେ। ବିଦ୍ୟାଳୟର ଅଧ୍ୟକ୍ଷ ଡ. ପ୍ରତାପ କୁମାର ବେହେରା ମୁଖ୍ୟ ବକ୍ତା ଥିବାବେଳେ ବରିଷ୍ଠ ଶିକ୍ଷକ ତଥା କବି ପ୍ରଶାନ୍ତ ସାହୁ, ଅଧ୍ୟାପିକା ତଥା କବୟିତ୍ରୀ ସସ୍ମିତା ସାମନ୍ତ ଓ ସୁଶ୍ରୀ ବବଲୀନ ନାୟକ ପ୍ରମୁଖ ମଞ୍ଚାସୀନ ଥିଲେ।

ଆଲୋଚନାଚକ୍ରରେ ଅତିବଡ଼ି ଜଗନ୍ନାଥ ଦାସଙ୍କ ଜୀବନୀ ଓ ସାହିତ୍ୟ ସାଧନା ସମ୍ପର୍କରେ ଆଲୋଚନା କରାଯାଇଥିଲା। ସେ ଓଡ଼ିଆ ଭାଗବତର ରଚୟିତା ଏବଂ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ ଥିଲେ ବୋଲି ବକ୍ତାମାନେ କହିଥିଲେ। ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ ଓ ଯଶୋବନ୍ତ ଦାସଙ୍କ ସହ ଅତିବଡ଼ି ଜଗନ୍ନାଥ ଦାସ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ବୋଲି ଆଲୋଚନା କରାଯାଇଥିଲା।

ଚୈତନ୍ୟ ମହାପ୍ରଭୁଙ୍କ ପୁରୀ ଆଗମନ ସମୟରେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ତାଙ୍କୁ ‘ଅତିବଡ଼ି’ ବୋଲି ସମ୍ମାନିତ କରିଥିବା ବିଷୟରେ ମଧ୍ୟ ଆଲୋଚନା ହୋଇଥିଲା। ଏହାର ଅର୍ଥ ‘ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ’ ବୋଲି ବକ୍ତାମାନେ ମତପ୍ରକାଶ କରିଥିଲେ। ଅତିବଡ଼ି ଜଗନ୍ନାଥ ଦାସ ପିତା ଭଗବାନ ଦାସ ଓ ମାତା ପଦ୍ମାବତୀଙ୍କ ସୁପୁତ୍ର ଭାବେ ୧୪୮୭ ମସିହାରେ ଜନ୍ମଗ୍ରହଣ କରିଥିବା ଏବଂ ୧୫୪୭ ମସିହାରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଆଲୋଚନା କରାଯାଇଥିଲା।

କାର୍ଯ୍ୟକ୍ରମର ଦ୍ୱିତୀୟ ପର୍ଯ୍ୟାୟରେ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ସ୍ୱରଚିତ ୨୫ଟି କବିତା ପାଠ କରାଯାଇଥିଲା। ଶେଷରେ ଅଧ୍ୟାପିକା ସସ୍ମିତା ସାମନ୍ତ ଧନ୍ୟବାଦ ଅର୍ପଣ କରିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍‌

ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…

ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା…

ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ଅଧିକାରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ କରି ସହକାରୀ ଯନ୍ତ୍ରୀ…

ମାଲକାନଗିରି,୨୭ା୯(ଦୁର୍ଯ୍ୟୋଧନ ପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ବିରୋଧରେ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲା ମାଥିଲି…

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

କେତୁଙ୍କ ସ୍ୱନକ୍ଷତ୍ରରେ ଗୋଚର: ୫ରାଶି ରୁହନ୍ତୁ ସତର୍କ! ଖରାପ ସମୟ ଆରମ୍ଭ; ପାଖରୁ ଚାଲିଯିବ ଟଙ୍କା…

ଜ୍ୟୋତିଷଙ୍କ ଅନୁସାରେ, କେତୁ ଗ୍ରହ ୩ ଅକ୍ଟୋବର ୨୦୨୬ରେ ମଘା ନକ୍ଷତ୍ରର ପ୍ରଥମ ପାଦକୁ ଚଳନ କରିବେ। କେତୁଙ୍କ ଏହି ପାଦ ନକ୍ଷତ୍ର ଚଳନ ଯୋଗୁଁ ଅନେକ…

ଅକ୍ଟୋବର ୨ରେ ଚାଲିବନି UPI! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍‌ଲୀ,୨୭।୯: ୨ ତାରିଖରେ ଦେଶବ୍ୟାପୀ ‘ନୋ UPI ଡେ’ ପାଳନ ହେବା ନେଇ ମିଡିଆରେ ଯେଉଁ ଖବର ପ୍ରକାଶ ପାଇଛି ତାହା ସମ୍ପୂର୍ଣ୍ଣ ମିଛ। ଏଭଳି କୌଣସି…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ ସବୁ ସରକାରୀ ବ୍ୟାଙ୍କ୍‌ର ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍‌ଲୀ,୨୭।୯: ସାରା ଦେଶରେ ୨୮ ରୁ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ସମସ୍ତ ସରକାରୀ ଏବଂ ଘରୋଇ (ପ୍ରାଇଭେଟ) ବ୍ୟାଙ୍କ ତିନି ଦିନିଆ ଧର୍ମଘଟରେ ରହିବାକୁ ଯାଉଛନ୍ତି। ଏହା…

କେତୁଙ୍କ ନକ୍ଷତ୍ର ପରିବର୍ତ୍ତନ: ୩ ରାଶିଙ୍କୁ ଅଚାନକ ମିଳିବ ଟଙ୍କା! ଚାକିରିରେ ବଡ଼ ଅଫର୍‌

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ୯ଟି ଗ୍ରହ ମଧ୍ୟରୁ କିଛି ଶୁଭ ତ ଆଉ କିଛି ଅଶୁଭ ଗ୍ରହ ରହିଥାନ୍ତି। ଏଭଳି ସ୍ଥିତିରେ କେତୁଙ୍କ ଗଣନା ପାପୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?