Posted inଜାତୀୟ

ଅତିକ-ଅଶରଫ ହତ୍ୟା ମାମଲା: ଅସନ୍ତୁଷ୍ଟ ଭାଜପା ହାଇକମାଣ୍ଡ ଦେଲେ କଡା ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୬।୪: ମାଫିଆ ଅତିକ ଅହମଦ ଓ ତାଙ୍କ ଭାଇ ଅଶରଫଙ୍କୁ ଶନିବାର ଗୁଳି କରି ହତ୍ୟା କରାଯିବା ପରଠାରୁ ରାଜନୈତିକ ଜଗତରୁ ଲଗାତାର ପ୍ରତିକ୍ରିୟାମାନ ଆସୁଛି। ଶାସକ ଓ ବିରୋଧି ସମସ୍ତେ ଏହି ହତ୍ୟାକାଣ୍ଡକୁ ନେଇ ଭିନ୍ନ ଭିନ୍ନ ବୟାନ ଦେଉଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ନେତାଙ୍କ ବୟାନକୁ ନେଇ ଅସନ୍ତୁଷ୍ଟ ଅଛି। ଭାଜପା ହାଇକମାଣ୍ଡ କ୍ୟାବିନେଟ ମନ୍ତ୍ରୀ ସ୍ବତନ୍ତ୍ର ଦେବ ସିଂଙ୍କ ଟୁଇଟ ଓ ସୁରେଶ ଖାନ୍ନାଙ୍କ ବାଇଟକୁ ନେଇ ଅସନ୍ତୁଷ୍ଟ ବ୍ୟକ୍ତ କରିଛି। ସମସ୍ତ ନେତାଙ୍କୁ ମିଡିଆଠାରୁ ଦୂରେଇ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପଟେ ଭାଜପା ହାଇକମାଣ୍ଡ ଅତିକ ହତ୍ୟାକାଣ୍ଡର ପ୍ରତି ମୁହୂର୍ତ୍ତର ସୂଚନା ନେଉଛି।
ସୂଚନାଯୋଗ୍ୟ, ମାଫିଆ ଅତିକ ଅହମଦ ଓ ତାଙ୍କ ଭାଇ ଅଶରଫଙ୍କୁ ଗୁଳି କରି ହତ୍ୟା କରିବାର ଗୋଟିଏ ଦିନ ପୂର୍ବରୁ ଅତିକଙ୍କ ପୁଅ ଅସଦ ଓ ତାଙ୍କ ସହଯୋଗୀ ଗୁଲାମଙ୍କୁ ଏନକାଉଣ୍ଟ କରାଯାଇଥିଲା। ଏ ସମସ୍ତ ଘଟଣା ପରେ ରାଜାନେତାଙ୍କ ପ୍ରତିକ୍ରିୟା ଭିତରେ କିନ୍ତୁ ଭାଜପା ନେତା ସ୍ବତନ୍ତ୍ର ଦେବ ସିଂଙ୍କ ଟୁଇଟ ଓ ସୁରେଶ ଖାନ୍ନାଙ୍କ ବାଇଟ ଦଳର ହାଇକମାଣ୍ଡଙ୍କୁ ପସନ୍ଦ ଆସି ନ ଥିଲା। ସେଥିପାଇଁ ଭାଜପା ପକ୍ଷରୁ କଡା ନିର୍ଦ୍ଦେଶ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri