Posted inଜାତୀୟ

ଅତିକ-ଅଶରଫ ହତ୍ୟା ଘଟଣା ପରେ ଆକ୍ସନ ମୋଡରେ ସିଏମ ଯୋଗୀ,ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ରିପୋର୍ଟ ଦେଲେ ୟୁପି ସରକାର

ଲକ୍ଷ୍ନୌ,୧୬।୪: ମାଫିଆ ଅତିକ ଅହମଦ ଓ ତାଙ୍କ ଭାଇ ଅଶରଫ ଅହମଦଙ୍କ ହତ୍ୟା ପରେ କେନ୍ଦ୍ର ସରକାର ଆକ୍ସନ ମୋଡକୁ ଆସିଯାଇଛନ୍ତି। ୧୫ ଏପ୍ରିଲ ଅର୍ଥାତ ଶନିବାର ବିଳମ୍ବିତ ରାତିରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ମାମଲାର ରିପୋର୍ଟ ତଲବ କରାଯାଇଥିଲା। ସୂତ୍ରର ସୂଚନା ଅନୁଯାୟୀ, ଏବେ ଉତ୍ତର ପ୍ରଦେଶ ସରକାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ଏହି ମାମଲାର ରିପୋର୍ଟ ଦେଇଛନ୍ତି। ରିପୋର୍ଟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ମୁଖ୍ୟ ସଚିବ ସଞ୍ଜୟ ପ୍ରସାଦଙ୍କ ବୈଠକ ପରେ ପଠାଇ ଦିଆଯାଇଛି।

ଅତିକ ଓ ଅଶରଫଙ୍କ ହତ୍ୟା ପରେ ଉତ୍ତର ପ୍ରଦେଶର ଆଇନ ଶୃଙ୍ଖଳା ପରିସ୍ଥିତି କେମିତି ବିଗିଡି ନ ଯିବ ସେଥିପାଇଁ ସମ୍ପୂର୍ଣ୍ଣ ନଜର ରଖାଯାଇଛି। ପ୍ରୟାଗରାଜ ସମେତ ସମଗ୍ର ଉତ୍ତର ପ୍ରଦେଶରେ ଧାରା ୧୪୪ ଲାଗୁ କରାଯାଇଛି। ଏହା ବ୍ୟତୀତ ଆଖ ପାଖର ଜିଲାରୁ ବି ଫୋର୍ସ ମଗାଯାଇଛି। ଏହାସହ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୋଲିସ ଅଧିକାରୀଙ୍କୁ ଆଲର୍ଟ ରହିବା, ରାଜ୍ୟରେ ଶାନ୍ତି ଓ ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖିବାକୁ ଓ ଜନସାଧାରଣ କୌଣସି ପ୍ରକାର ଚିନ୍ତିତ ନ ହେବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ପାଇଁ ନୂଆ କର୍ମକର୍ତ୍ତା ଚୟନ: ସଭାପତି ହେଲେ…

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ନିମନ୍ତେ ଚଳିତବର୍ଷର ସଭ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ରବିବାର କଣମଣାସ୍ଥିତ ବାତ୍ୟା ଆଶ୍ରୟସ୍ଥଳୀଠାରେ ଅନୁଷ୍ଠିତ ହୋଇଯାଇଛି।…

୪୪ ଡିଗ୍ରୀ ଖରାରେ ଚାଷୀଙ୍କୁ ରାସ୍ତାରେ ଆଣ୍ଠେଇବା ଘଟଣା, ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଚନ୍ଦାହାଣ୍ଡି ଥାନା ଘେରାଉ

ନବରଙ୍ଗପୁର,୨୪।୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଞ୍ଚଳରେ ନିଜ ବଳଦକୁ ନେଇ ଚନ୍ଦାହାଣ୍ଡିରୁ ରାଇଘରକୁ ନେବା ସମୟରେ ବଜରଙ୍ଗ ଦଳ ସଦସ୍ୟ କହୁଥିବା କିଛି ବ୍ୟକ୍ତି…

ଶୁଭେନ୍ଦୁଙ୍କ ବଡ ଆକ୍ସନ, ଖୋଲୁଛନ୍ତି ନୂଆ ‘ଡିଟେନ୍ସନ ସେଣ୍ଟର’, ଜାଣନ୍ତୁ କେଉଁମାନଙ୍କୁ ଏଠି ଅଟକ ରଖାଯିବ

କୋଲକାତା,୨୪।୫: ପଶ୍ଚିମବଙ୍ଗର ଗୃହ ଏବଂ ପାହାଡ଼ି ବ୍ୟାପାର ବିଭାଗ ସମସ୍ତ ଜିଲା ମାଜିଷ୍ଟ୍ରେଟଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ଧରାପଡ଼ିଥିବା ବିଦେଶୀ ନାଗରିକ ଏବଂ ଜେଲରୁ…

ନନ୍ଦିପଦା ଥାନାକୁ ନ ଥିଲା ରାସ୍ତା, ଆଜି ଶିଳାନ୍ୟାସ କଲେ ଥାନାଧିକାରୀ

ହାଟଡିହୀ/ଛେନାପଦୀ,୨୪ା୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନାକୁ ଯାତାୟାତ କରିବା ପାଇଁ ରାସ୍ତା ନିର୍ମାଣ ନିମନ୍ତେ ଥାନାଧିକାରୀ ଧର୍ମେନ୍ଦ୍ର ଶାନ୍ତି ଶିଳାନ୍ୟାସ କରିଛନ୍ତି। ପ୍ରଥମେ ଥାନାଧିକାରୀ…

ଶୁଦ୍ଧିକ୍ରିୟା ଭୋଜି ଖାଇ ​ସୁନାଖାଏନ ଗାଁରେ ଝାଡ଼ାବାନ୍ତି ଆତଙ୍କ, ଚାଲିଗଲା ୨ଜଣଙ୍କ ଜୀବନ

​ଝାରସୁଗୁଡ଼ା/ଲଖନପୁର,୨୪ା୫(ଆଶିଷ ରଞ୍ଜନ ଦାଶ/ଗୌତମ ସାହୁ ): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଅତାବିରା ଗ୍ରାମ ପଞ୍ଚାୟତ ସୁନାଖାଏନ ଗ୍ରାମରେ ଝାଡ଼ାବାନ୍ତିର ଆତଙ୍କ ଦେଖାଦେଇଛି । ଏହି ରୋଗରେ…

ଏମିତି ଘୋଷଣା କଲା ଇରାନ ଖୁସି ହୋଇଗଲା ସାରା ବିଶ୍ୱ, ଏଥର ଶେଷ ହେବ ଯୁଦ୍ଧ!

ନୂଆଦିଲ୍ଲୀ/ତେହରାନ,୨୪।୫: ଭାରତରେ ଇରାନର ସର୍ବୋଚ୍ଚ ନେତାଙ୍କ ପ୍ରତିନିଧି ଡକ୍ଟର ଅବଦୁଲ ମାଜିଦ ହାକିମ ଏଲାହିଙ୍କ ଏକ ବିବୃତ୍ତି ଅନ୍ତର୍ଜାତୀୟ ରାଜନୀତିରେ ଏକ ନୂତନ ଆଲୋଚନାର ସୂତ୍ରପାତ କରିଛି।…

ଚଳନ୍ତାଗାଡ଼ିରୁ ବାହାରିଗଲା ଚକା, ରାସ୍ତାକଡ଼ ଦୋକାନ ଭିତରେ ପଶିଯିବାରୁ…

ମୋହନା,୨୪ା୫(ମନ୍ମଥ ମିଶ୍ର): ହରିହର ନାମକ ଯାତ୍ରୀବାହୀ ଘରୋଇ ବସ୍‌ ( ଓଡି ୦୭ ଜେଡ୍‌ ୦୫୯୯ ) ବ୍ରହ୍ମପୁରଠାରୁ କାଟିଙ୍ଗା ୩୦ ଜଣ ଯାତ୍ରୀଙ୍କୁ ନେଇ ଯିବା…

UPSC ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଙ୍କୁ ଗଣବଳାତ୍କାର, ତିନି ଦିନ ଧରି ବନ୍ଦୀ କରି ସାଙ୍ଗ….

ଲକ୍ଷ୍ନୌ,୨୪।୫: ଲକ୍ଷ୍ନୌରେ ଏକ ଗଣବଳାତ୍କାର ମାମଲା ସାମ୍ନାକୁ ଆସିଛି । ଦିଲ୍ଲୀରେ UPSC ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଯୁବତୀଙ୍କୁ ସାଙ୍ଗମାନେ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri