Posted inଜାତୀୟ

ଆସିଲା ଅତିକ, ଅଶ୍ରଫ୍‌ଙ୍କ ବ୍ୟବଚ୍ଛେଦ ରିପୋର୍ଟ

ପ୍ରୟାଗରାଜ,୧୭।୪: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଗ୍ୟାଙ୍ଗ୍‌ଷ୍ଟର ଅତିକ୍‌ ଅହମଦ ଏବଂ ଭାଇ ଅଶ୍ରଫ୍‌ଙ୍କୁ ପୋଲିସ ମେଡିକାଲ ଯାଞ୍ଚ ପାଇଁ ନେଉଥିବା ବେଳେ ତାଙ୍କ ଉପରକୁ ୩ଜଣ ଯୁବକ ଆଖିବୁଜା ଗୁଳିମାଡ଼ କରିଥିଲେ। ଫଳରେ ଘଟଣାସ୍ଥଳରେ ଅତିକ୍‌ ଓ ଅଶ୍ରଫ୍‌ଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଅନ୍ୟପକ୍ଷେ ରବିବାର ଅତିକ୍‌ ଓ ଅଶ୍ରଫ୍‌ଙ୍କୁ କବର ଦିଆଯାଇଥିବା ବେଳେ ସୋମବାର ଉଭୟଙ୍କ ବ୍ୟବଚ୍ଛେଦ ରିପୋର୍ଟ ଆସିଛି।

ବ୍ୟବଚ୍ଛେଦ ରିପୋର୍ଟରେ ଅତିକ୍‌ଙ୍କ ଶରୀରରେ ୮ଟି ଗୁଳି ବାଜିଥିବା ବେଳେ ଅଶ୍ରଫ୍‌ଙ୍କ ଦେହରେ ୫ଟି ଗୁଳି ବାଜିଥିବା ରିପୋର୍ଟରେ ଦର୍ଶାଯାଇଛି। ଉଭୟଙ୍କ ଶରୀରରୁ ସମୁଦାୟ ୧୩ଟି ଗୁଳି ମିଳିଥିବା ଡାକ୍ତରୀ ଦଳ ପକ୍ଷର ସୂଚନା ଦିଆଯାଇଛି। ଅତିକ୍‌ଙ୍କ ମୁଣ୍ଡରେ ଗୋଟିଏ ଗୁଳି ବାଜି ଥିବା ବେଳେ ଅନ୍ୟ ୭ଟି ଗୁଳି ବେକ, ଛାତି ଏବଂ ପେଟ ଏବଂ ହାତ ସମେତ ଶରୀରର ଅନ୍ୟ ଅଂଶରୁ ଗୋଟିଏ ଗୁଳି ଉଦ୍ଧାର କରାଯାଇଛି। ସେହିପରି ଅଶ୍ରଫ୍‌ଙ୍କ ମୁହଁରେ ଗୋଟିଏ ଗୁଳି ବାଜିଥିବା ବେଳେ ଓ ଆଉ ୪ଟି ଗୁଳି ବେକ, ଛାତି ଏବଂ ପେଟରେ ବାଜିଛି। ୪ ଜଣିଆ ଡାକ୍ତରୀ ଦଳଙ୍କ ତତ୍ତ୍ୱାବଧାନରେ ଉଭୟଙ୍କ ବ୍ୟବଚ୍ଛେଦ ହୋଇଥିବା ଜଣାପଡିଛି। ଏପରିକି ବ୍ୟବଚ୍ଛେଦର ଭିଡିଓ ମଧ୍ୟ କରାଯାଇଛି।

ଅନ୍ୟପକ୍ଷେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ହତ୍ୟାର ତଦନ୍ତ ପାଇଁ ୩ ସଦସ୍ୟ ବିଶିଷ୍ଟ ବିଚାରବିଭାଗୀୟ କମିଶନ ଗଠନ କରିଛନ୍ତି। ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍‌ ଅରବିନ୍ଦ କୁମାର ତ୍ରିପାଠୀ ଏହାର ନେତୃତ୍ୱ ନେବେ। କମିଶନ ଅଫ୍‌ ଇନ୍‌କ୍ୱାରି ଆକ୍ଟ, ୧୯୫୨ ଅଧୀନରେ ଗୃହ ବିଭାଗ ପକ୍ଷରୁ ଗଠିତ ଉକ୍ତ ତଦନ୍ତ ଆୟୋଗର ଅନ୍ୟ ୨ ସଦସ୍ୟ ହେଲେ ଅବସରପ୍ରାପ୍ତ ବିଚାରପତି ବ୍ରଜେଶ କୁମାର ସୋନି ଓ ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ସୁବେଶ କୁମାର ସିଂ। କମିଶନ ୨ ମାସ ମଧ୍ୟରେ ତଦନ୍ତକରି ରାଜ୍ୟ ସରକାରଙ୍କ ନିକଟରେ ରିପୋର୍ଟ ଦାଖଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri