Posted inଜାତୀୟ

କଡା ସୁରକ୍ଷା ମଧ୍ୟରେ ହେବ ଡନ ବ୍ରଦର୍ସଙ୍କ ପୋଷ୍ଟ ମର୍ଟମ

ଲକ୍ଷ୍ନୌ,୧୬।୪: ଉମେଶ ପାଲ ହତ୍ୟା କାଣ୍ଡରେ ପୋଲିସ କଷ୍ଟଡି ରିମାଣ୍ଡରେ ଥିବା ମାଫିଆ ଅତିକ ଅହମଦ ଓ ତାଙ୍କ ଭାଇ ଅଶରଫଙ୍କୁ ଶନିବାର ରାତିରେ କାଲଓ୍ବିନ ହସ୍ପିଟାଲ ନିକଟରେ ଗୁଳି କରି ହତ୍ୟା କରାଯାଇଛି। ଉଭୟଙ୍କୁ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ହସ୍ପିଟାଲ ନିଆଯାଉଥିବା ସମୟରେ ଏହି ଘଟଣା ଘଟିଛି। ଏହି ସମୟରେ ୧୦ ରାଉଣ୍ଡ ଗୁଳି ଚଳାଯାଇଥିଲା। ଅତିକଙ୍କ କାନ ମୁଣ୍ଡାକୁ ଲକ୍ଷ୍ୟ କରି ଗୁଳି କରାଯାଇଥିଲା। ଅଜଣା ଗାଡିରେ ଆସିଥିବା ଆକ୍ରମଣକାରୀ ଆଖିବୁଜା ଗୁଳି ଚାଳନା କରିଥିଲେ। ଏହି ଘଟଣା ପରେ ଜିଲାର ସୀମାକୁ ସିଲ କରିଦିଆଯିବା ସହ ଘଟଣା ସ୍ଥଳକୁ ଆରଏଏଫକୁ ଡକାଯାଇଥିଲା।

ଏହି ଡନ ବ୍ରଦର୍ସଙ୍କ ମୃତ୍ୟୁ ଖବର ସମସ୍ତଙ୍କୁୂ ଚମକାଇ ଦେଇଥିବା ବେଳେ ଏବେ ଏହାର ତଦନ୍ତ ଉପରେ ରହିଛି ସମସ୍ତଙ୍କ ନଜର। ଏମାନଙ୍କ ହତ୍ୟାକାଣ୍ଡକୁ ନେଇ ରାଜନୀତି ସରଗରମ ହୋଇଥିବା ବେଳେ ଏସଆରଏନ ହସ୍ପିଟାଲରେ ଏମାନଙ୍କର ପୋଷ୍ଟ ମର୍ଟମ କରାଯିବ ବୋଲି ଜଣାପଡିଛି। ତେବେ ଏଥିପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri