Posted inଜାତୀୟ

କୋର୍ଟଙ୍କ ରାୟ ପରେ ସାମ୍ନାକୁ ଆସିଲା ଭାଜପା ନେତାଙ୍କ ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୮।୩: ଉମେଶ ପାଲ ଅପହରଣ ମାମଲାରେ ପ୍ରୟାଗରାଜର ଏମ୍‌ପି-ଏମ୍‌ଏଲ୍‌ଏ କୋର୍ଟ ରାୟ ପ୍ରକାଶ କରିଛନ୍ତି। ୧୭ ବର୍ଷ ପୁରୁଣା ମାମଲାରେ ଅତିକ ଅହମ୍ମଦଙ୍କ ସମେତ ୩ଜଣଙ୍କୁ କୋର୍ଟ ମଙ୍ଗଳବାର ଦୋଷୀ ସାବ୍ୟସ୍ତ କରିଛନ୍ତି। ସେହିପରି ଅତିକଙ୍କ ଭାଇ ଅଶରଫଙ୍କ ସମେତ ୭ ଜଣଙ୍କୁ କୋର୍ଟ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ତେବେ କୋର୍ଟଙ୍କ ଏହି ନିଷ୍ପତ୍ତି ପରେ ଭାଜପାର ସମସ୍ତ ନେତାଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଯୋଗୀ ରାଜରେ ଦୋଷୀଙ୍କୁ ରକ୍ଷା କରାଯିବ ନାହିଁ ବୋଲି ଭାଜପା କହିଛି। ଅତିକ ଅହମ୍ମଦ ଦୋଷୀ ସାବ୍ୟସ୍ତ ହେବା ପରେ ଭାଜପାର ରାଜ୍ୟ ସଭା ଏମ୍‌ପି ହରନାଥ ସିଂ ଯାଦବ କହିଛନ୍ତି, ଉତ୍ତରପ୍ରଦେଶରେ ଆଇନ ଶୃଙ୍ଖଳାର ରାଜୁତି ଚାଲିଛିି, ଅପରାଧୀଙ୍କୁ ଛଡାଯିବ ନାହିଁ ସେ ଯିଏ ହେଉନା କାହିଁକି। ଅନ୍ୟପଟେ ବସ୍ତିର ଭାଜପା ଏମ୍‌ପି ହରିଶ ଦ୍ୱିବେଦୀ କହିଛନ୍ତି, ଏହି ନିଷ୍ପତ୍ତି ପରେ ନ୍ୟାୟର ଆଶା ବଢ଼ିଯାଇଛି ଏବଂ ଯୋଗୀ ଉତ୍ତରପ୍ରଦେଶରେ ଆଇନ ଶୃଙ୍ଖଳା ପ୍ରତିଷ୍ଠା କରିବାରେ ବ୍ୟସ୍ତ ଅଛନ୍ତି ବୋଲି ସେ କହିଛନ୍ତି। ଅନ୍ୟପଟେ ଭାଜପା ମୁଖପାତ୍ର ରାକେଶ ତ୍ରିପାଠୀ କହିଛନ୍ତି, ଯୋଗୀ ସରକାରରେ ଅତିକଙ୍କ ଭୟ ସମାପ୍ତ ହୋଇଛି। ଗୋଟିଏ ସମୟରେ ଥିଲା ଯେତେବେଳେ ଅତିିକଙ୍କ ମାମଲାରେ ଶୁଣାଣିରୁ ୧୨ଜଣ ବିଚାରପତି ନିଜକୁ ପ୍ରତ୍ୟାହାର କରିନେଇଥିଲେ। ହେଲେ ଆଜି ନ୍ୟାୟ ମିଳିଛି। ମାଫିଆକୁ ଧ୍ୱଂସ କରିବା ପାଇଁ ଆମେ ଆମର ସଂକଳ୍ପ ପୂରଣ କରିବୁ ବୋଲି ମୁଖପାତ୍ର ରାକେଶ ତ୍ରିପାଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri