Posted inଜାତୀୟ

ପୁଅ ଅସଦଙ୍କ ଏନକାଉଣ୍ଟରକୁ ନେଇ ଅତିକ କହିଲେ, ଏସବୁ ମୋ ପାଇଁ…

ଲକ୍ଷ୍ନୌ,୧୩।୪: ଉମେଶ ପାଲ ହତ୍ୟାକାଣ୍ଡର ଅଭିଯୁକ୍ତ ମାଫିଆ ଅତିକ ଅହମଦଙ୍କ ପୁଅ ଅସଦ ଅହମଦ ଉତ୍ତର ପ୍ରଦେଶ ଏସଟିଏଫ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ଉତ୍ତର ପ୍ରଦେଶର ଝାନ୍ସିରେ ଏସଟିଏଫ ତାଙ୍କୁ ଏନକାଉଣ୍ଟର କରିଛନ୍ତି। ଏହି ଏନକାଉଣ୍ଟରରେ ସୁଟର ଗୁଲାମ ମହମ୍ମଦ ବି ନିହତ ହୋଇଛନ୍ତି। ପୁଅ ଅସଦ ଏନକାଉଣ୍ଟରେ ନିହତ ହେବା ପରେ ଏହି ଖବର ଶୁଣି କୋର୍ଟ ରୁମରେ ହିଁ ଅତିକଙ୍କ ସ୍ବାସ୍ଥ୍ୟ ବିଗିଡି ଯାଇଥିଲା। ସେ ପ୍ରଥମେ ଖୁବ୍‌ କାନ୍ଦିଥିଲେ ଓ ପରେ ମୁଣ୍ଡ ବୁଲାଇ ତଳେ ପଡିଯାଇଥିଲେ।
ଏହାପରେ ଅତିକ ଅହମଦ ନୌନି ଜେଲ ଯିବା ସମୟରେ କହିଥିଲେ, ଏସବୁ ମୋ ପାଇଁ ହେଲା। ସେ ଅସଦଙ୍କ ନିକଟକୁ ଯିବାକୁ ଚାହୁଁଛନ୍ତି, ଏହାର ବ୍ୟବସ୍ଥା କରାଯାଉ। ଏହି ପ୍ରସଙ୍ଗକୁ ନେଇ ଉତ୍ତର ପ୍ରଦେଶରେ ରାଜନୀତି ବି ଆରମ୍ଭ ହୋଇଗଲାଣି। ଶାସକ ଏହାକୁ ତାଙ୍କର ବଡ ସଫଳତା ଭାବେ ପ୍ରଚାର କରୁଛନ୍ତି। ଏପଟେ କିନ୍ତୁ ଅସଦ ଓ ଗୁଲାମଙ୍କ ଏନକାଉଣ୍ଟରକୁ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ମିଥ୍ୟା ଏନକାଉଣ୍ଟର ବୋଲି କହିଛନ୍ତି। ଏହାସହ ସେ ଏନକାଉଣ୍ଟରର ଯାଞ୍ଚ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର, ଆଉ ଭିଡ଼ରେ ଅଟକିବନି ଆମ୍ବୁଲାନ୍ସ

ଭୁବନେଶ୍ବର,୧୮।୧୨: ଆଉ ଭିଡରେ ଫସିବନି ଆମ୍ବୁଲାନ୍ସ । ଏନେଇ ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିବା ନେଇ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।...

ପୁଟିନ ଯିବେ ଆମେରିକା! ବଡ଼ ଘୋଷଣା କଲେ ଟ୍ରମ୍ପ ସରକାର, ଟେନସନରେ ଜେଲେନ୍ସକି

ଓ୍ବାଶିଂଟନ,୧୮।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏକ ଜଟିଳ ପ୍ରସଙ୍ଗ ହୋଇ ରହିଛି ଯାହାର ସମାଧାନ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ...

ଚାଇନାକୁ ବଡ଼ ଝଟକା, ତାଇୱାନକୁ ଏହି ସାହାଯ୍ୟ କରିବେ ଟ୍ରମ୍ପ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ତାଇୱାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଯାହା ଚାଇନାକୁ ଏକ ବଡ଼ ଧକ୍କା ଦେଇଛି...

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ସଫା

ମାଲକାନଗିରି,୧୮।୧୩(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ତିନିଜଣ ମାଓବାଦୀ ନିହତ ହୋଇଛନ୍ତିା ସୂଚନା...

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ପରଲୋକରେ ଷ୍ଟାଚ୍ୟୁ ଅଫ ୟୁନିଟିର ନିର୍ମାତା: ଖେଳିଗଲା ଶୋକର ଲହରୀ

ନୋଏଡା,୧୮।୧୨: ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ଦେହାନ୍ତ ହୋଇଛି। ସେ ପ୍ରାୟ ୧୦୦ ବର୍ଷ ବୟସରେ ନୋଏଡାର ସେକ୍ଟର ୧୯ସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

ଦିଲ୍ଲୀ ବାୟୁ ପ୍ରଦୂଷଣ ସଙ୍କଟ: ଚାଇନା ଦେଲା ସଫଳତାର ‘ମନ୍ତ୍ର’, ବେଜିଂ ମଡେଲ୍‌ରୁ ଶିଖିବ କି ଭାରତ?

ନୂଆଦିଲ୍ଲୀ,୧୮ା୧୨: ଦିଲ୍ଲୀରେ ପ୍ରତିବର୍ଷ ଶୀତଦିନେ ବାୟୁ ପ୍ରଦୂଷଣ ଏକ ସାଧାରଣ ସମସ୍ୟା ପାଲଟିଛି। ବିଷାକ୍ତ ବାୟୁ, ଘନ କୁହୁଡ଼ି ଏବଂ ଶ୍ୱାସକ୍ରିୟା ଜନିତ ରୋଗରେ ଦିଲ୍ଲୀବାସୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri